Posted inଜାତୀୟ

ଗୁଜରାଟର ୬୭ ବିଧାୟକଙ୍କୁ ଜୟପୁର ନେଲା କଂଗ୍ରେସ

ଅହମଦାବାଦ, ୧୭।୩: ୨୬ରେ ରାଜ୍ୟ ସଭା ନିର୍ବାଚନ ହେବାକୁ ଥିବାବେଳେ ଏହା ପୂର୍ବରୁ କଂଗ୍ରେସ ନିଜ ୬୭ ବିଧାୟକଙ୍କୁ ଜୟପୁର ନେଇଯାଇଛି। ୧୮୨ଆସନ ବିଶିଷ୍ଟ ରାଜ୍ୟ ବିଧାନସଭାlରେ କଂଗ୍ରେସର ୭୩ ବିଧାୟକ ଥିବାବେଳେ ୫ ଜଣ ସେମାନଙ୍କ ଇସ୍ତଫାପତ୍ର ପ୍ରଦାନ କରିସାରିଛନ୍ତି। ବାଚସ୍ପfତି ସେମାନଙ୍କ ଇସ୍ତଫାପତ୍ର ଗ୍ରହଣ ମଧ୍ୟ କରିସାରିଛନ୍ତି। ଜିତୁ ଚୌଧୁରୀ ନାମକ ଜଣେ କଂଗ୍ରେସ ବିଧାୟକଙ୍କ ସହ ଯୋଗାଯୋଗ ସମ୍ଭବ ହୋଇନାହିଁ। ପ୍ରଥମ ପର୍ଯ୍ୟାୟରେ ୪୨ ଓ ପରେ ୨୫ ବିଧାୟକଙ୍କୁ କଂଗ୍ରେସ ଜୟପୁର ନେଇଛି। ରାଜ୍ୟ ବିଧାନସଭା ମାର୍ଚ୍ଚ ଶେଷ ପର୍ଯ୍ୟନ୍ତ ଚାଲିବାକୁ ଥିବାବେଳେ କଂଗ୍ରେସ ରାଜ୍ୟ ସଭା ଭୋଟ ଲାଗି ଏଭଳି ପଦକ୍ଷେପ ଗ୍ରହଣ କରିଥିବା ଦଳର ମୁଖପାତ୍ର ମନୀଷ ଦୋଷୀ ପ୍ରକାଶ କରିଛନ୍ତି। କ୍ରସ ଭୋଟିଂକୁ ନଜରରେ ରଖି ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। କଂଗ୍ରେସରୁ ଶକ୍ତିସିଂନ୍‌ ଗୋହିଲ, ଭରତ ସିଂନ୍‌ ସୋଲାଙ୍କିଙ୍କୁ ପ୍ରାର୍ଥୀ କରାଯାଇଥିବା ବେଳେ ଭାଜପାରୁ ଅଭୟ ଭରଦ୍ୱାଜ, ନରହରି ଅମିନ୍‌ଙ୍କୁ ପ୍ରାର୍ଥୀ କରାଯାଇଛି। ଭାଜପା ୨ ଆସନ ଓ କଂଗ୍ରେସ ୧ ଆସନରେ ସହଜରେ ଜିତବ ବୋଲି ଜଣାପଡ଼ିଥିବା ବେଳେ ତୃତୀୟ ଆସନ ଲାଗି କ୍ରସ ଭୋଟିଂର ଆଶଙ୍କା ରହିଛି। ଏହାକୁ ଏଡ଼ାଇବା ଲାଗି କଂଗ୍ରେସ ନିଜ ବିଧାୟକମାନଙ୍କୁ ଜୟପୁର ନେଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ମିଳିଲା ୨୭ କେଜିର ଭାକୁର

ଭବାନୀପାଟଣା,୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ବତୀ ଜଳ ଭଣ୍ଡାର କେବଳ ଜଳସେଚନ କି ବିଦ୍ୟୁତ ଉତ୍ପାଦନ ପାଇଁ ନୁହେଁ ବରଂ ମାଛ ଉତ୍ପାଦନ ପାଇଁ…

ଯୁବକଙ୍କୁ ଆକ୍ରମଣ ମାମଲା: ଜେଲ୍‌ ଗଲେ ଅଭିଯୁକ୍ତ

ରିଷିଡା,୬।୭(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଫାଣ୍ଡି ଅଧୀନ ବଡଡୁଙ୍ଗୁରୀଗୁଡା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ଜଣେ ଯୁବକଙ୍କୁ ପୋଲିସ…

ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର: ହାରିଗଲେ ଶେଷ ଆଇନଗତ ଲଢ଼େଇ

ନୂଆଦିଲ୍ଲୀ,୬।୭: ପଳାତକ ଭାରତୀୟ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର ହୋଇଛି। ସେ ୟୁରୋପୀୟ କୋର୍ଟରେ ତାଙ୍କର ଶେଷ ଆଇନଗତ ଲଢ଼େଇ…

ପ୍ରଦୂଷଣ ନିୟନ୍ତ୍ରଣ ଆଇନ ଅବମାନନା: ସିଲ ହେଲା ୩ ହୋଟେଲ, କଲ୍ୟାଣ ମଣ୍ଡପ

ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ବିଭିନ୍ନ ହୋଟେଲ, କଲ୍ୟାଣ ମଣ୍ଡପ ଗୁଡ଼ିକ ସହରକୁ ପ୍ରଦୂଷଣ କରୁଥିବା ଅଭିଯୋଗ ହୋଇଛି। ଏପରିକି ସେମାନେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର…

ବାହାଘରକୁ ଭଙ୍ଗା ପୋଲ ଅଡ଼ୁଆ: ବହୁଛି ୭ ଫୁଟ ପାଣି

ଭେଡେନ,୬।୭(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ବର୍ଷା ଥମିବାର ନାଁ ନେଉ ନାହିଁ। ଅଧିକରୁ ଅଧିକ ବର୍ଷା ହେଉଥିବା ଯୋଗୁ ବିଭିନ୍ନ ନଦୀ, ନାଳର ଜଳସ୍ରୋତ ବୃଦ୍ଧି ପାଇଛି।…

ସମୁଦ୍ରଜଳରେ ଲୀନ ହୋଇଯିବ ତାମ୍ପରା ହ୍ରଦ: ଛତ୍ରପୁର ସହରକୁ ଘାରିବ ବିପଦ

ଛତ୍ରପୁର,୬।୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗର ଗଞ୍ଜାମ ଜିଲାର ବିଭିନ୍ନ କୂଳକୁ ଅତିକ୍ରମ କରିବା ଘଟଣା ଗଣମାଧ୍ୟମରେ ଚର୍ଚ୍ଚା ଜୋର୍‌ ଧରିଛି। ଆଉ ଅନ୍ୟପଟେ ଛତ୍ରପୁର ପୌରପରିଷଦର ଜୀବନରକ୍ଷା କରୁଥିବା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ସୁନାମ: ହଠାତ୍‌ ଘଟିଗଲା…

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡି ଗ୍ରାମର ଶ୍ରୀ ରଘୁନାଥ ମନ୍ଦିର ନିକଟସ୍ଥ ଏକ ପୋଖରୀରେ ବୁଡି ଜଣେ ବୃଦ୍ଧଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri