Posted inଜାତୀୟ

ଗୁଜରାଟ ଦଙ୍ଗା: ମୋଦିଙ୍କୁ କ୍ଲିନ୍‌ ଚିଟ୍‌ ଦେଲେ ନାନାବତୀ କମିଶନ

ନୂଆଦିଲ୍ଲୀ,୧୧।୧୨: ଗୁଜରାଟ ଦଙ୍ଗାର ତଦନ୍ତ କରୁଥିବା ନାନାବତୀ କମିଶନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କ୍ଲିନ୍‌ ଚିଟ୍‌ ଦେଇଛନ୍ତି। ଗୋଧ୍ରା ଦଙ୍ଗା ସମୟରେ ଗୁଜରାଟର ତତ୍‌କାଳୀନ ମୁଖ୍ୟମନ୍ତ୍ରୀ ଥିବା ମୋଦି ବିନା ସୂଚନାରେ ଗୋଧ୍ରା ଗସ୍ତ କରିଥିବା ଅଭିଯୋଗ ହୋଇଥିଲା। ତେବେ ନାନାବତୀ କମିଶନଙ୍କ ପକ୍ଷରୁ କୁହାଯାଇଛି ଯେ, ମୋଦିଙ୍କ ଗୋଧ୍ରା ଗସ୍ତ ସମ୍ପର୍କରେ ପ୍ରଶାସନ ପାଖରେ ପୂର୍ବରୁ ସୂଚନା ରହିଥିଲା। ସେହିପରି ଗୋଧ୍ରା କାଣ୍ଡ ପରେ ମୁଖ୍ୟମନ୍ତ୍ରୀଙ୍କ ଆବାସରେ କିଛି ଅଧିକାରୀଙ୍କ ବୈଠକ ହୋଇଥିଲା। ବୈଠକରେ ପୋଲିସକୁ କୌଣସି ପଦକ୍ଷେପ ନ ନେବା କୁହାଯାଇଥିଲା। ତେବେ ଏହାର ପ୍ରମାଣ ମିଳି ନ ଥିବା ନାନାବତୀ କମିଶନଙକ୍କ ରିପୋର୍ଟରେ ଦର୍ଶାଯାଇଛି। ଗୁଜରାଟ ଦଙ୍ଗା ପ୍ରାୟୋଜିତ ନ ଥିଲା ବୋଲି କମିଶନଙ୍କ ରିପୋର୍ଟରେ ପ୍ରକାଶ ପାଇଛି। କମିଶନଙ୍କ ପକ୍ଷରୁ ଆଇପିଏସ୍‌ ଆର୍‌.ବି. ଶ୍ରୀକୁମାର, ରାହୁଲ ଶର୍ମା ଏବଂ ସଞ୍ଜିବ ଭଟ୍ଟ ତଥ୍ୟର ଯାଞ୍ଚ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଫୋନ୍‌ରେ ଗପି ଗପି ଯାଉଥିଲେ ଭାଜପା ଜିଲାଧ୍ୟକ୍ଷ, ହଠାତ୍‌ ଆସିଲା ହୃଦ୍‌ଘାତ: ଆଉ ତା’ପରେ…

ଭୋପାଳ,୧୬।୭: ମଧ୍ୟପ୍ରଦେଶର ଛିନ୍ଦୱାଡାରେ ଭାଜପା ଅନୁସୂଚିତ ଜାତି ମୋର୍ଚ୍ଚାର ଜିଲା ସଭାପତି ଲୋକେଶ ଦେହାରିଆଙ୍କ ହୃଦଘାତ ଯୋଗୁ ଆକସ୍ମିକ ମୃତ୍ୟୁ ହୋଇଥିବା ରିପୋର୍ଟ ହୋଇଛି। ଛିନ୍ଦୱାଡା ସହରର…

ଜିଦ୍‌ରେ ଅଟଳ ସୋନମ ୱାଙ୍ଗଚୁକ: କହିଲେ- ମୋତେ ଅନଶନ ଭାଙ୍ଗିବାକୁ କୁହନ୍ତୁ ନାହିଁ…

ନୂଆଦିଲ୍ଲୀ,୧୬।୭: ଜନ୍ତର-ମନ୍ତରଠାରେ ଅର୍ନିଦ୍ଦିଷ୍ଟ କାଳ ପାଇଁ ଭୋକ ଉପବାସରେ ବସିଥିବା ସାମାଜିକ କର୍ମୀ ତଥା ଶିକ୍ଷା ସଂସ୍କାରବାଦୀ ସୋନମ ୱାଙ୍ଗଚୁକଙ୍କ ଅନଶନ ଗୁରୁବାର ୧୯ ଦିନରେ ପ୍ରବେଶ…

ଯାହାଙ୍କୁ ଦିନେ କୋଳରେ ଧରିଥିଲେ ଲିଓନେଲ ମେସି, ଫାଇନାଲରେ ତାଙ୍କ ସହ କରିବେ ମୁକାବିଲା: ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ନୂଆଦିଲ୍ଲୀ,୧୬।୭: ୨୦୨୬ ଫିଫା ବିଶ୍ୱକପ ଫାଇନାଲ ପାଇଁ ଲାଇନ ଅପ ସ୍ଥିର ହୋଇଛି। ଟାଇଟଲ ମୁକାବିଲା ସ୍ପେନ ଏବଂ ଆର୍ଜେଣ୍ଟିନା ମଧ୍ୟରେ ହେବ। ପ୍ରଥମ ସେମିଫାଇନାଲ୍‌ରେ ଫ୍ରାନ୍ସକୁ…

ଇତିହାସରେ ପ୍ରଥମଥର ପାଇଁ ଆର୍ଜେଣ୍ଟିନା-ସ୍ପେନ୍‌ ମଧ୍ୟରେ ବିଶ୍ୱକପ ଫାଇନାଲ

ଆଟଲାଣ୍ଟା, ୧୬।୭: ୭ ମିନିଟ ବ୍ୟବଧାନରେ ୨ ଗୋଲ ବଳରେ ଗତଥରର ଚାମ୍ପିୟନ ଆର୍ଜେଣ୍ଟିନା ଏଥର ପୁଣି ଫିଫା ବିଶ୍ୱକପର ଫାଇନାଲରେ ପ୍ରବେଶ କରିଛି। ବୁଧବାର ଅନୁଷ୍ଠିତ…

୪୧ ବର୍ଷରେ ପୁଣି ବିବାହ କରିବାକୁ ଯାଉଛନ୍ତି ଏହି ଅଭିନେତ୍ରୀ: ସମ୍ପତ୍ତି ଜାଣିଲେ ଉଡ଼ିଯିବ ହୋଶ୍‌

ଲୋକପ୍ରିୟ ଟେଲିଭିଜନ ଅଭିନେତ୍ରୀ ଜେନିଫର ୱିଙ୍ଗେଟ ପୁଣି ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ସିଙ୍ଗାପୁରର ବ୍ୟବସାୟୀ ୱିଲିୟମ ଇସମାଏଲଙ୍କୁ ସେ ଜୀବନସାଥୀ ଭାବେ ବାଛିଛନ୍ତି। ଜେନିଫରଙ୍କ…

ସ୍କୁଲ ପରିସରରେ ରୋମାନ୍ସ କରିବା ପଡ଼ିଲା ମହଙ୍ଗା: ଭାଇରାଲ ଭିଡିଓ ପରେ ଶିକ୍ଷୟିତ୍ରୀ, ଶିକ୍ଷକଙ୍କୁ…

କନ୍ନୌଜ,୧୬।୭: ଉତ୍ତର ପ୍ରଦେଶର କନ୍ନୌଜ ଜିଲା ସୌରିଖ ବ୍ଲକସ୍ଥିତ ବଝେଡ଼ି କମ୍ପୋଜିଟ ବିଦ୍ୟାଳୟରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ବିଦ୍ୟାଳୟରେ କାର୍ଯ୍ୟରତ ଜଣେ ମହିଳା…

୯ କିଲୋ ଓଜନ କମିଲାଣି: ସୋନମ୍ ୱାଙ୍ଗଚୁକ୍‌ଙ୍କ ଆମରଣ ଅନଶନକୁ ନେଇ ଆଜି ଦିଲ୍ଲୀ ହାଇକୋର୍ଟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ, ୧୬।୭: ଜନ୍ତରମନ୍ତରଠାରେ ଅନଶନରେ ବସିଥିବା ବିଶିଷ୍ଟ ସମାଜସେବୀ ସୋନମ ଓ୍ୱାଙ୍ଗଚୁକଙ୍କ ବିଗୁଡ଼ୁଥିବା ସ୍ୱାସ୍ଥ୍ୟାବସ୍ଥାକୁ ନେଇ ଆସନ୍ତା ଗୁରୁବାର ଦିଲ୍ଲୀ ହାଇକୋର୍ଟ ଏକ ଜନସ୍ୱାର୍ଥ ମାମଲାର ଜରୁରୀ…

ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା, ଓଡ଼ିଆରେ ଲେଖିଲେ ଜୟ ଜଗନ୍ନାଥ

ନୂଆଦିଲ୍ଲୀ, ୧୬।୭: ଆଜି ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ଏଥିପାଇଁ ରଥ, ପଥ, ଭକ୍ତ ଏବଂ ସେବାୟତ ସମସ୍ତେ ପ୍ରସ୍ତୁତ ରହିଥିବା ବେଳେ କେବଳ ମହାପ୍ରଭୁଙ୍କୁ ଅପେକ୍ଷା। ମହାବାହୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri