Posted inଜାତୀୟ

ଗୁଜରାଟ ନିର୍ବାଚନରେ ପରାଜୟ ପାଇଁ ନିଜକୁ ଦାୟୀ କରି ଇସ୍ତଫା ଦେଲେ କଂଗ୍ରେସ ପ୍ରଭାରୀ ରଘୁ ଶର୍ମା

ଅହମଦାବାଦ,୯ ।୧୨: ଚଳିତ ଥର ଗୁଜରାଟ ବିଧାନସଭା ନିର୍ବାଚନରେ କଂଗ୍ରେସ ଶୋଚନୀୟ ଭାବେ ପରାଜୟ ସ୍ୱୀକାର କରିଛି । ସ୍ୱାଧୀନତା ପରେ କଂଗ୍ରେସ ଏତେବଡ ପରାଜୟର ସାମ୍ନା କେବେବି କରି ନ ଥିଲା । ଏହି ପରାଜୟ ପାଇଁ ନିଜକୁ ଦାୟୀ କରି କଂଗ୍ରେସ ପ୍ରଭାରୀ ରଘୁ ଶର୍ମା ଇସ୍ତଫା ଦେଇଛନ୍ତି । ସେ ତାଙ୍କ ଇସ୍ତଫା ପତ୍ର କଂଗ୍ରେସର ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖର୍ଗେଙ୍କୁ ଦେଇଛନ୍ତି । ଏହାପରେ ରାଜନୀତି ସରଗରମ ହେବା ସହ ତାଙ୍କ ଇସ୍ତଫାକୁ ନେଇ ଅନେକ ଅନୁମାନ ଲଗାଯାଉଛି ।
ସୂଚନାଯୋଗ୍ୟ, ରଘୁ ଶର୍ମା ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କର ଅତି ନିକଟତମ ବୋଲି କୁହାଯାଏ । ସେ ତାଙ୍କ ଇସ୍ତଫା ପତ୍ରରେ ଲେଖିଛନ୍ତି, ଅପ୍ରତ୍ୟାଶିତ ପରାଜୟ ପାଇଁ ମୁଁ ସମ୍ପୂର୍ଣ୍ଣ ଭାବେ ନୈତିକ ଦାୟିତ୍ୱ ନେଉଛି ଓ ଗୁଜରାଟ ପ୍ରଭାରୀ ପଦରୁ ଇସ୍ତଫା ଦେଉଛି । ଏବେ ରଘୁ ଶର୍ମାଙ୍କ ରାଜନୈତିକ ଯାତ୍ରା କ’ଣ ହେବ ତାକୁ ନେଇ ଆଲୋଚନା ଆରମ୍ଭ ହୋଇଯାଇଛି ।
ସୂଚନାଯୋଗ୍ୟ, ୨୦୨୧ରେ ବେଶ କିଛିଦିନର ଅନ୍ତର ପରେ କଂଗ୍ରେସ ଗୁଜରାଟ ପ୍ରଭାରୀ ଘୋଷଣା କରିଥିଲା । ସେ ସମୟରେ ରଘୁ ଶର୍ମାଙ୍କୁ ନେଇ ବଡ ବଡ କଥା କୁହାଯାଇଥିଲା । କରୋନା ସମୟରେ ରଘୁଶର୍ମା ରାଜସ୍ଥାନ ସରକାରରେ ସ୍ୱାସ୍ଥ୍ୟ ମନ୍ତ୍ରୀ ଥିଲେ । ସେ ସମୟରେ ସେ ଖୁବ୍ ଚର୍ଚ୍ଚାରେ ଥିଲେ । ତାଙ୍କ କାର୍ଯ୍ୟକୁ ପ୍ରଶଂସା କରାଯାଉଥିଲା । ଗୁଜରାଟ ସହ ତାଙ୍କୁ ଦମନ ଓ ଡିୟୁ ଓ ଦାଦର ଓ ନଗର ହାବେଲି ପାଇଁ କଂଗ୍ରେସ କମିଟିର ପ୍ରଭାରୀ ନିଯୁକ୍ତ କରାଯାଇଥିଲା । ଏକାଥରେ ଏତେ ଗୁଡିଏ ଦାୟିତ୍ୱ ମିଳିଥିବାରୁ ରାଙ୍କ ରାଜନୈତିକ କ୍ୟାରିୟରକୁ ମଜଭୁତ ବୋଲି କୁହାଯାଇଥିଲା । ହେଲେ ଏବେ ଇସ୍ତଫା ପରେ ତାଙ୍କର ରାଜନୈତିକ କ୍ୟାରିୟର କୁଆଡେ ଯିବ ତାକୁ ନେଇ ଆଲୋଚନା ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ସୂର୍ଯ୍ୟ-ଚନ୍ଦ୍ରଙ୍କ ଅଶୁଭ ଯୋଗ; ଅଗଷ୍ଟ ମାସ ଶେଷବେଳକୁ ୪ ରାଶିଙ୍କ ବଢିପାରେ ଅଡୁଆ, ଧନହାନୀକୁ ଶରୀର ପୀଡା…

ଏହି ଯୋଗ ମାଙ୍ଗଳିକ କାର୍ଯ୍ୟ ପାଇଁ ଅଶୁଭ କିମ୍ୱା ବିନାଶକାରୀ ବୋଲି ଧରାଯାଏ। ଏବେ ୩୧ ଅଗଷ୍ଟରେ ଏହି ଯୋଗ ସୃଷ୍ଟି ହେବାକୁ ଯାଉଛି। ଏହି ଯୋଗ…

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ…

ଆଉ ଚିନ୍ତା ନାହିଁ: ଡ୍ରାଇଭରଙ୍କୁ ନିଦ ଲାଗିଲେ ଏଣିକି ଥରିବ ସିଟ୍‌, ସତର୍କ କରାଇବ କହିବ…

ମୁମ୍ବାଇ,୨୩ା୮: ରାସ୍ତାରେ ଗାଡ଼ି ଚଳାଇ ଗଲାବେଳେ ବେଳେବେଳେ ଆଖିକୁ ନିଦ ଆସିଯାଇଥାଏ ଫଳରେ ଦୁର୍ଘଟଣାର ସମ୍ଭାବନା ବି ଥାଏ। ମାତ୍ର ଏଣିକି ଆଉ ସେ ଚିନ୍ତା ରହିବ…

‘ମାଆଙ୍କ ସହ ଚା ପିଇଲେ, ତାଙ୍କ ପାଦ ଧୋଇଲେ…’, ଭାବ ବିହ୍ବଳ କରୁଛି ପାହାଡ଼ରୁ ଡେଇଁ ଜୀବନ ହାରିଥିବା କୁନାଲଙ୍କ ପୁରୁଣା ଭିଡିଓ

ମୁମ୍ବାଇ,୨୩।୮: ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗରରେ, ଆଇଫୋନ ଇଏମଆଇକୁ ନେଇ ବିବାଦ ପରେ ୧୮ ବର୍ଷୀୟ କୁନାଲ ନାମକ ଜଣେ ନାବାଳକ ଏବଂ ତାଙ୍କ ବାପାମାଆ ଯେଉଁମାନେ ତାଙ୍କୁ…

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri