ଗୁଜୁରାଟରେ ଦାଦନ ଶ୍ରମିକ ବନ୍ଧା:ଉଦ୍ଧାର ପାଇଁ ପରିବାରବର୍ଗଙ୍କ ଜିଲାପାଳଙ୍କୁ ଫେରାଦ

ଭବାନୀପାଟଣା,୨୫।୮(ଡି.ଏନ.ଏ.):କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ମତୁଆଲାଗୁଡା ଗାଁର ୭ ଜଣ ଶ୍ରମିକଙ୍କୁ ସେହି ଗ୍ରାମର ଜଣେ ଦଲାଲ ମୋଟା ଅର୍ଥର ପ୍ରଲୋଭନ ଦେଖାଇ ଗୁଜୁରାଟ ନେଇଯାଇଥିଲା । ସେଠାରେ ସମ୍ପୃକ୍ତ ଠିକା ସଂସ୍ଥା ଏହି ଦାଦନ ଶ୍ରମିକମାନଙ୍କୁ ନିର୍ଯାତନା ଦେବା ସହ ବନ୍ଧକ ରଖିଥିବା ଅଭିଯୋଗ କରି ସେମାନଙ୍କ ପରିବାର ସଦସ୍ୟମାନେ ଜିଲାପାଳଙ୍କଠାରେ ଫେରାଦ ହୋଇଛନ୍ତି । ଶ୍ରମିକଙ୍କୁ ତୁରନ୍ତ ମୁକ୍ତ କରିବାକୁ ସେମାନେ ଦାବି କରିଛନ୍ତି । ଜୁନ୍‌ ୧୪ ତାରିଖରେ ବଲାଗାଁର ଭଜନ ଦୁର୍ଗା ମତୁଆଲଗୁଡା ଗ୍ରାମକୁ ଆସି ମାସିକ ୧୨ ହଜାର ଟଙ୍କାର ମଜୁରୀ ପ୍ରଲୋଭନ ଦେଖାଇ ରିଙ୍କୁ ଗହିର, କୁଶ ଶବର, ଜଗତରାମ ଶବର, ରୁପଧର ଗହିର, ଭାସ୍କର ଛତ୍ରିଆ, ଉମା ଛତ୍ରିଆ, ଭରତ ଛତ୍ରିଆଙ୍କୁ ଗୁଜୁରାଟର ଭାମନ ପ୍ରୋସେସିଙ୍ଗ କମ୍ପାନୀ ପ୍ରାଇଭେଟ୍‌ ଲିମିଟେଡକୁ ନେଇଯାଇଥିଲା। କିଛି ଦିନ କାମ କରି ଏହି ଦାଦନ ଶ୍ରମିକମାନେ ପରିବାର ଲୋକଙ୍କ ସହିତ ଫୋନ୍‌ ଯୋଗେ କଥାବାର୍ତ୍ତା ହେଉଥିଲେ । ତେବେ ସମ୍ପୃକ୍ତ ସଂସ୍ଥା ଅଧିକ କାମ କରାଇ ମାଡ ମାରିବା ସହିତ ଠିକ୍‌ରେ ଖାଇବାକୁ ଦେଉ ନ ଥିବା ଶ୍ରମିକମାନେ ପରିବାର ଲୋକଙ୍କୁ ଜଣାଇଥିଲେ। ତେବେ ପ୍ରାୟ ଏକ ମାସ ହେଲା ଏହି ଦାଦନ ଶ୍ରମିକଙ୍କ ସହ ପରିବାର ଲୋକଙ୍କୁ ଫୋନ୍‌ ଯୋଗେ ଯୋଗାଯୋଗ ହେଇପାରୁ ନାହିଁ । ଅଳ୍ପ ଦିନ ତଳେ ଦାଦନ ଶ୍ରମିକ ମଧ୍ୟରୁ ଜଣେ ଫୋନ୍‌ ଯୋଗେ ଜଣାଇଥିଲେ ଯେ, ଠିକା ସଂସ୍ଥା ସେମାନଙ୍କୁ ଶାରୀରିକ ନିର୍ଯାତନ ଦେବା ସହ ପରିବାର ଲୋକଙ୍କ ସହ ଫୋନ୍‌ ଯୋଗେ କଥାବର୍ତ୍ତା କରାଉ ଦେଉନାହିଁ ଏବଂ ବନ୍ଧକ ଭାବେ ରଖିଛନ୍ତି । ଏ ସମ୍ପର୍କରେ ଏହି ଦାଦନ ଶ୍ରମିକଙ୍କ ପରିବାର ଲୋକ ଜୟପାଟଣା ଥାନା ଏବଂ ଜିଲା ଶ୍ରମ ଅଧିକାରୀଙ୍କୁ ଜଣାଇଥିଲେ ହେଁ କୌଣସି ସୁଫଳ ମିଳି ନ ଥିବାରୁ ସେମାନେ ଜିଲାପାଳଙ୍କୁ ସାକ୍ଷାତ କରି ଏହି ୭ ଜଣ ଦାଦନ ଶ୍ରମିକଙ୍କୁ ଉଦ୍ଧାର କରି ଫେରାଇ ଆଣିବାକୁ ଦାବି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଘେଁସ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ରେ ସାମିଲ: ୧୫ କୋଟି ବିନିଯୋଗରେ …

ମଥୁରାନଗରୀ/ ସୋହେଲା,୧ା୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ କୁମାର ପାତ୍ର):ବରଗଡ଼ ଜିଲା ଘେଁସଠାରେ ବୁଧବାର ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଆୟୋଜନ ହୋଇଥିଲା।...

ବଜାରରେ ମିଳୁଛି ନକଲି ଶାଗୁଦାନା: ହୋଇଯାନ୍ତୁ ସାବଧାନ

ନୂଆପଡ଼ା,୧ା୧ (ମକାରୁ ବେମାଲ):ନୂଆପଡ଼ା ସହରରେ ପ୍ଲାଷ୍ଟିକ ଶାଗୁଦାନା ବିକ୍ରୟ ହେଉଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ଟାନୱାଟ ପଞ୍ଚାୟତ ଝିଲମିଲା ଗାଁର ଜ୍ୟୋତିର୍ମୟ ପୁହାଣ ନୂଆପଡ଼ା...

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବାହୁନି ବାହୁନି କାନ୍ଦୁଛନ୍ତି ପତ୍ନୀ, ଅନ୍ଧକାରରେ ୩ ପିଲାଙ୍କ ଭବିଷ୍ୟତ; ଗୋଆରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ, ଏବେ… 

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଯାଇଥିଲେ। ହେଲେ କାରଖାନାରେ ଅଘଟଣ ଘଟିବା ଯୋଗୁ ଚାଲିଗଲା ଜୀବନ। ଏବେ ରୋଜଗାରିଆ ପୁଅଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri