ଗୁଟ୍‌ଖା ନିଷେଧ ଆଇନ ଧର୍ମକୁ ଆଖିଠାର: ଗଜପତି ଖାଦ୍ୟ ନିରାପତ୍ତା ଅଧିକାରୀ ଗଞ୍ଜାମ ଦାୟିତ୍ୱରେ

ବ୍ରହ୍ମପୁର ଅଫିସ,୧୫ା୧୧- ଗୁଟ୍‌ଖା ଓ ନିକୋଟିନଯୁକ୍ତ ତମାଖୁ ବ୍ୟବହାର, ବିପଣନ ଆଦି ଉପରେ ରାଜ୍ୟ ସରକାର ନିଷେଧାଦେଶ ଜାରି କରିବାର ପ୍ରାୟ ୭ ବର୍ଷ ହୋଇଗଲାଣି। ଏବେସୁଦ୍ଧା ଗୁଟ୍‌ଖା ବଜାରରେ ଖୋଲାଖୋଲି ଉପଲବ୍ଧ ହେଉଛି। ଏହାକୁ ରୋକିବାକୁ ଯେପରି କେହି ଉଦ୍ୟମ କରୁନାହାନ୍ତି। ଆମ ରାଜ୍ୟରେ ମୁଖଗହ୍ବର କର୍କଟ ରୋଗ ସମେତ ବହୁ ମାରାତ୍ମକ ବ୍ୟାଧି ଗୁଟ୍‌ଖା ସେବନ ଯୋଗୁ ବଢୁଥିବାରୁ ଏହାକୁ ତମାଖୁ ମୁକ୍ତ ରାଜ୍ୟ କରିବା ଉଦ୍ଦେଶ୍ୟରେ ସେତେବେଳେ ନିଷେଧ୍ୟାଦେଶ ଜାରି କରାଯାଇଥିଲା। ପୂର୍ବରୁ ଗୁଟ୍‌ଖା ପ୍ରସ୍ତୁତି ଓ ବିକ୍ରି ଉପରେ ସରକାର ଟିକସ ଧାର୍ଯ୍ୟ କରିଥିଲେ। ହେଲେ ୨୦୧୩ ଜାନୁୟାରୀରେ ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ବିଭାଗ ଏ ସଂକ୍ରାନ୍ତରେ ବିଧିବଦ୍ଧ ବିଜ୍ଞପ୍ତି ଜାରି କରିଥିଲେ। ଏଥିରେ ଗୁଟ୍‌ଖା ଓ ନିକୋଟିନଯୁକ୍ତ ପାନମସଲା ପ୍ରସ୍ତୁତି, ବିକ୍ରୟ, ବିପଣନ ଓ ସେବନ ଉପରେ କଟକଣା ଥିଲା। ଫୁଡ ସେଫଟି ଆଣ୍ଡ ଷ୍ଟାଣ୍ଡାର୍ସ (ପ୍ରୋହିବିଶନ ଆଣ୍ଡ ରେଜିଷ୍ଟ୍ରେସନ ଅନ ସେଲ୍ସ) ରେଗୁଲେଶନ ଆଧାରରେ ସରକାର ଜନସାଧାରଣଙ୍କ ବୃହତ୍ତର ସ୍ବାର୍ଥ ଦୃଷ୍ଟିରୁ ଏଭଳି ଆଇନ ଲାଗୁ କରିଥିଲେ। ଗୋଟିଏ ପଟେ ରାଜ୍ୟ ସରକାର ଏ ବାବଦରେ ପାଉଥିବା କୋଟି କୋଟି ଟଙ୍କାର ଟିକସ ହରାଇଥିଲେ। ଅନ୍ୟପଟେ ଆଶା କରାଯାଉଥିଲା ଗୁଟ୍‌ଖା ପ୍ରସ୍ତୁତି ଓ ବିକ୍ରି ସମ୍ପୂର୍ଣ୍ଣ ଭାବେ ବନ୍ଦ ହୋଇଯିବ। ହେଲେ ଏବେ ବ୍ରହ୍ମପୁର ଓ ଏହାର ସହରତଳି ଅଞ୍ଚଳରେ ବେଆଇନ ଭାବେ ଗୁଟ୍‌ଖା ପ୍ରସ୍ତୁତି ହୋଇ ଜିଲା ତଥା ଅନ୍ୟ ରାଜ୍ୟକୁ ଏହା ବିକ୍ରି ପାଇଁ ଚାଲାଣ ହେଉଥିବା ନଜିର ରହିଛି। ନିକଟରେ ବ୍ରହ୍ମପୁର ରେଳଷ୍ଟେଶନରୁ ସରକାରୀ ରେଳବାଇ ପୋଲିସ ବିପୁଳ ପରିମାଣର ଗୁଟ୍‌ଖା ଜବତ କରିଥିଲା। ଏପରିକି ବିଗତ ଦିନଗୁଡିକରେ ବଡବଜାର, ଗୋଷାଣୀନୂଆଗଁା ବୈଦ୍ୟନାଥପୁର ପୋଲିସ ଓ ସଦରଥାନା ପକ୍ଷରୁ କୋଟି କୋଟି ଟଙ୍କାର ଗୁଟ୍‌ଖା ଜବତ ହେବା ସହ ବହୁ ବ୍ୟବସାୟୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଏହା ସତ୍ତ୍ବେ ମଧ୍ୟ ଏବେ ଜିଲାରେ ଅବାଧରେ ଗୁଟ୍‌ଖା ବିକ୍ରି ଚାଲିଛି। ଅନ୍ୟପଟେ ଜିଲାରେ ପ୍ରାୟ ୨ ବର୍ଷ ହେଲା ସ୍ଥାୟୀ ଜିଲା ଖାଦ୍ୟ ନିରାପତ୍ତା ଅଧିକାରୀ ନାହାନ୍ତି। ସେପଟେ ବେଳେ ବେଳେ ପୋଲିସ ଗୁଟ୍‌ଖା ପ୍ରସ୍ତୁତି କାରଖାନାରେ ଚଢାଉ କରି ତାଙ୍କ କାମ ସାରି ଚୁପ୍‌ ହୋଇ ରହୁଛି। ଜିଲା ମୁଖ୍ୟ ଚିକିତ୍ସାଧିକାରୀ ବିଜୟ କୁମାର ପାଣିଗ୍ରାହୀ କୁହନ୍ତି, ଜିଲାରେ ୨୦୧୮ରୁ ସ୍ଥାୟୀ ଖାଦ୍ୟ ନିରାପତ୍ତା ଅଧିକାରୀ ନାହାନ୍ତି। ଏ ନେଇ ଆମେ ରାଜ୍ୟ ସରକାରଙ୍କୁ ୩/୪ ଥର ଚିଠି ଲେଖିଛୁ। ଏବେ ରାଜ୍ୟ ସରକାରଙ୍କ ପକ୍ଷରୁ କିଛିଦିନ ହେଲା ଗଜପତି ଜିଲାରେ ଥିବା ଖାଦ୍ୟ ନିରାପତ୍ତା ଅଧିକାରୀ ସ୍ମିତା ଖାଡ଼ଙ୍ଗାଙ୍କୁ ଗଞ୍ଜାମ ଜିଲା ଅସ୍ଥାୟୀ ଖାଦ୍ୟ ନିରାପତ୍ତା ଅଧିକାରୀ ଭାବେ ନିଯୁକ୍ତି ମିଳିଛି ବୋଲି ସିଡ଼ିଏମ୍‌ଓ ପାଣିଗ୍ରାହୀ କହିଛନ୍ତି। ବ୍ରହ୍ମପୁର ଏସ୍‌ଡ଼ିପିଓ ବିଷ୍ଣୁପ୍ରସାଦ ପତି କହିଛନ୍ତି, ପୋଲିସ ଗୁଟ୍‌ଖା ବେପାରୀଙ୍କ ଉପରେ ତୀକ୍ଷ୍ମ ନଜର ରଖିଛି। ଖବର ପାଇବା ମାତ୍ରେ ସେଠାରେ ଚଢାଉ ସହ ଗୁଟ୍‌ଖା ଜବତ କରାଯିବ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri