ଗୁଡ଼ିଆପୋଖରୀ ଛକ ନିକଟରେ ଦୁର୍ଘଟଣା: ବସ୍‌ ଚକାତଳେ ଖସି ପଡ଼ି ଦୁଇ ଛାତ୍ର ମୃତ

ପୁରୁଣା ଭୁବନେଶ୍ୱର/ପିପିଲି,୯।୧୦(ଡି.ଏନ୍‌.ଏ.): ପୁରୀ-ଭୁବନେଶ୍ୱର ୩୧୬ନଂ ଜାତୀୟ ରାଜପଥର ଗୁଡ଼ିଆପୋଖରୀ ଛକ ଡିଭାଇଡର ନିକଟରେ ବୁଧବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟି ଦୁଇ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରୁୁ ଜଣେ ହେଲେ ଆକାଶ ବାରିକ। ସେ କଟକର ଏକ ଘରୋଇ କଲେଜରେ ପଢ଼ୁଥିବା ଜଣାପଡ଼ିଛି। ଖବର ଲେଖାଯିବା ସୁଦ୍ଧା ଅନ୍ୟ ଛାତ୍ରଙ୍କ ପରିଚୟ ମିଳିପାରିନାହିଁ।

ସୂଚନାନୁଯାୟୀ, ବସ୍‌(ଓଆର୍‌୦୨ଏଜେ୬୦୩୪)ଟି ପୁରୀରୁ ଭୁବନେଶ୍ୱର ଆସୁଥିବା ବେଳେ ଉକ୍ତ ସ୍ଥାନରେ ବାଇକ୍‌ (ଓଡି୦୨ଏସି୦୫୭୯)ଟି ଓଭରଟେକ କରୁଥିଲା। ହେଲେ ଭାରସାମ୍ୟ ହରାଇ ଉଭୟ ଗାଡ଼ିର ଚକା ତଳେ ପଡ଼ିଯାଇଥିଲେ। ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ୨୦ ମିଟର ଦୂରକୁ ଘୋଷାଡ଼ି ହୋଇଯାଇଥିଲେ। ଉଭୟ ଛାତ୍ରଙ୍କ ମୃତ୍ୟୁକୁ ନେଇ ସ୍ଥାନୀୟ ଲୋକେ ଘଟଣାସ୍ଥଳରେ ରାସ୍ତାରୋକୋ କରିଥିଲେ। ଏକାଧିକ ଥର ଉକ୍ତ ସ୍ଥାନରେ ଦୁର୍ଘଟଣା ଘଟୁଥିବାରୁ ଏହାକୁ ରୋକିବା ପାଇଁ ଟ୍ରାଫିକ୍‌ ପୋଷ୍ଟ ନିର୍ମାଣ ଏବଂ କର୍ମଚାରୀ ମୁତୟନ କରିବା ଲାଗି ଲୋକେ ଦାବି କରିଥିଲେ। ଖବର ପାଇ ସେଠାରେ ପିପିଲି ଥାନା ଆଇଆଇସି ଶରତ ଚନ୍ଦ୍ର ସାହୁ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ସହ ଦାବି ପୂରଣ କରାଯିବ ବୋଲି କହିଥିଲେ। ଏହା ପରେ ରାସ୍ତାରୋକୋ ହଟିବା ସହ ମୃତଦେହକୁ ପୋଲିସ ଜବତ କରି ଆମ୍ବୁଲାନ୍ସ ଯୋଗେ ହସ୍ପିଟାଲକୁ ପଠାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri