Posted inରାଜ୍ୟ

ଗୁଣାତ୍ମକ ଶିକ୍ଷାରେ ଜିଲା ପଛୁଆ: ମାଟ୍ରିକ ପରୀକ୍ଷାରେ ୪୦୦୦ ପିଲା ଫେଲ୍‌

ଢେଙ୍କାନାଳ ଅଫିସ, ୩୦ା୫: ଗୁଣାତ୍ମକ ଶିକ୍ଷାରେ ପଛରେ ପଡ଼ିଛି ଢେଙ୍କାନାଳ ଜିଲା। ମାଟ୍ରିକ ପରୀକ୍ଷାରେ ୪ ହଜାର ପିଲା ଅକୃତକାର୍ଯ୍ୟ ହେବା ପରେ ଏପରି ଚିତ୍ର ପଦାକୁ ଆସିଛି। ଏହାକୁ ନେଇ ଚିନ୍ତାରେ ପଡ଼ିଛି ଜିଲା ଶିକ୍ଷା ବିଭାଗ। ଏହାପରେ ମାଟ୍ରିକ୍‌ ପାସ୍‌ ହାର ବଢ଼ାଇବାକୁ ଆରମ୍ଭ ହୋଇଛି ପ୍ରଶାସନିକ କସରତ। ବୁଧବାର ସମଗ୍ର ଶିକ୍ଷା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜିଲାପାଳ ନିଖିଲ ପଓ୍ବନ କଲ୍ୟାଣ ଏହାର ସମୀକ୍ଷା କରିଛନ୍ତି।
ରାଜ୍ୟରେ ଗୁଣାତ୍ମକ ଶିକ୍ଷାର ବିକାଶ ଲାଗି ଆରମ୍ଭ ହୋଇଛି ‘ସାଥ୍‌’। ଏହାର ମାସିକ ସମୀକ୍ଷା କରାଯାଉଛି। ରିପୋର୍ଟ ପଠାଯାଉଛି ରାଜ୍ୟ ସରକାରଙ୍କୁ। ତଥାପି ଢେଙ୍କାନାଳ ଜିଲାରେ ଏତେ ସଂଖ୍ୟାରେ ମାଟ୍ରିକ ପରୀକ୍ଷାର୍ଥୀ ଫେଲ ହେବା ଆଶ୍ଚର୍ଯ୍ୟ କରିଛି। ଶିକ୍ଷାୟତନରେ ଶୈକ୍ଷିକ ପରିବେଶ ନ ଥିବାରୁ ଏପରି ରେଜଲ୍ଟ ହୋଇଥିବା କୁହାଯାଉଛି। ଫେଲ୍‌ ହୋଇଥିବା ୪୦୦୦ ଛାତ୍ରୀଛାତ୍ରଙ୍କୁ ପାସ୍‌ କରାଇବା ଲାଗି ରିମେଡିଆଲ କୋଚିଂ ଯୋଗାଇ ଦେବାକୁ ଜିଲାପାଳ ଗୁରୁତ୍ୱ ଦେଇଛନ୍ତି।
ଜିଲାର ୪୪% ବିଦ୍ୟାଳୟରେ ବିଦ୍ୟୁତ୍‌ ସଂଯୋଗ ନାହିଁ। ଶୌଚାଳୟ ନ ଥିବାରୁ ଛାତ୍ରୀଛାତ୍ର ସମସ୍ୟା ଭୋଗୁଛନ୍ତି। ଅନେକ ସ୍କୁଲରେ ସ୍ବଚ୍ଛ ପାନୀୟ ଜଳର ସୁବିଧା ଅଦ୍ୟାବଧି ଉପଲବ୍ଧ କରାଯାଇପାରିନାହିଁ। ଆସନ୍ତା ଜୁଲାଇ ସୁଦ୍ଧା ଶୌଚାଳୟ କାର୍ଯ୍ୟ ଶେଷ କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ଅନ୍ୟାନ୍ୟ ସମସ୍ୟାଗୁଡ଼ିକର ତୁରନ୍ତ ସମାଧାନ କରିବାକୁ ସେ ଗୁରୁତ୍ୱ ଦେଇଛନ୍ତି।
ଏହି ଅବସରରେ ଜିଲା ଶିକ୍ଷା ବିଭାଗ ପକ୍ଷରୁ ‘ଫନୀ’ କ୍ଷତିଗ୍ରସ୍ତଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିକୁ ୩୦ଲକ୍ଷ ୩୨ହଜାର ୯୨୧ଟଙ୍କାର ଚେକ୍‌ ପ୍ରଦାନ କରାଯାଇଥିଲା। ଜିଲା ଶିକ୍ଷାଧିକାରୀ ସୁଧାନନ୍ଦ ପରିଡ଼ା ବୈଠକ ପରିଚାଳନା କରିଥିବାବେଳେ ‘ସାଥ୍‌’ ଅଧିକାରୀ ସଂଘମିତ୍ରା ତ୍ରିପାଠୀ ଏବଂ ପ୍ରଫୁଲ୍ଲ ପରଖ କାର୍ଯ୍ୟକ୍ରମର ବିଭିନ୍ନ ଦିଗ ଉପରେ ଆଲୋକପାତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ବାଲି ଉତ୍ତୋଳନକୁ ନେଇ ତୁମୁଳକାଣ୍ଡ, ମାଫିଆଙ୍କ ଆକ୍ରମଣରେ ୨ ଆହତ

ପାଟଣା,୧୭ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଟାଙ୍ଗରପଡ଼ା ପଞ୍ଚାୟତ ନୂଆପଡ଼ା ବୈତରଣୀ ନଦୀଘାଟରୁ ମଙ୍ଗଳବାର ରାତ୍ରି ବେଆଇନ ବାଲି ଉତ୍ତୋଲାନକୁ ନେଇ ତୁମୁଳ କାଣ୍ଡ...

ସାଇନ୍‌ବୋର୍ଡ ପଡ଼ି ଛାତ୍ର ମୃତ୍ୟୁ ଘଟଣାରେ ଉତ୍ତେଜନା

କୋଟପାଡ଼,୧୭ା୧୨(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ଧାମନାହାଣ୍ଡି ପଞ୍ଚୟତର ୬୩ ନଂ ଜାତୀୟ ରାଜପଥ ୬୩ ପାର୍ଶ୍ୱ ଗାନ୍ଧୀନଗରର ଆବାସିକ ବିଦ୍ୟାଳୟ ପରିସରରେ ପୁରାତନ ୩...

ହସ୍ପିଟାଲରେ ଭର୍ତ୍ତି ହେଲେ ଯଶସ୍ବୀ ଜୟସ୍ବାଲ, ହଠାତ୍ କଣ ହେଲା ଜାଣନ୍ତୁ

ନୂଆଦିଲ୍ଲୀ,୧୭ା୧୨: ଟିମ୍ ଇଣ୍ଡିଆର ଷ୍ଟାର ବ୍ୟାଟ୍ସମ୍ୟାନ୍ ଯଶସ୍ୱୀ ଜୟସ୍ୱାଲଙ୍କୁ ପୁଣେର ଆଦିତ୍ୟ ବିର୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ହରିୟାଣା ବିପକ୍ଷରେ ସୟଦ ମୁସ୍ତାକ ଅଲି ଟ୍ରଫି...

ଇଥିଓପିଆରେ ମୋଦି ମ୍ୟାଜିକ, ପ୍ରଧାନମନ୍ତ୍ରୀ ଆବି ଅହମଦ ଅଲି ବ୍ୟକ୍ତିଗତ ଭାବେ କାର ଚଲାଇ ବିମାନବନ୍ଦରରେ ଛାଡିଲେ

ଆଦିସ ଅବାବା,୧୭।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାରି ଦିନିଆ ତିନୋଟି ଦେଶ ଗସ୍ତରେ ଅଛନ୍ତି। ମଙ୍ଗଳବାର ପ୍ରଧାନମନ୍ତ୍ରୀ ମୋଦି ଇଥିଓପିଆରେ ପହଞ୍ଚିଥିଲେ, ଯେଉଁଠାରେ ଇଥିଓପିଆ ପ୍ରଧାନମନ୍ତ୍ରୀ...

ନବଜାତ ଶିଶୁପତ୍ର, ପ୍ରସୂତିଙ୍କ ମୃତ୍ୟୁର ହେବ ତଦନ୍ତ, ଅଧିକାରୀ କହିଲେ…

କେସିଙ୍ଗା,୧୭ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ପଦାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ ପ୍ରସୂତି...

ଗାଜଲବାଡ଼ି ଘାଟି ସମ୍ପ୍ରସାରଣ ପାଇଁ ରାଜପଥ ଅବରୋଧ, ୧୫ ଦିନରେ ମରାମତି ପାଇଁ ପ୍ରତିଶ୍ରୁତି ପରେ…

ଦାରିଙ୍ଗବାଡ଼ି,୧୭ା୧୨(ଅରୁଣ ସାହୁ): ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟି ସମ୍ପ୍ରସାରଣରେ ବିଳମ୍ବକୁ ନେଇ ତେଜିଛି ଅସନ୍ତୋଷ। ବୁଧବାର ଗଞ୍ଜାମ-କନ୍ଧମାଳ ସୀମାବର୍ତ୍ତୀ...

୪ମାସ ପର୍ଯ୍ୟନ୍ତ ଦେବାକୁ ପଡିବନି ଟୋଲ ଟାକ୍ସ!

ନୂଆଦିଲ୍ଲୀ,୧୭।୧୨: ଦିଲ୍ଲୀ-ଏନସିଆରରେ ପ୍ରଦୂଷଣ ବୃଦ୍ଧି ପାଉଛି। ପ୍ରଦୂଷଣକୁ ଦୃଷ୍ଟିରେ ରଖି, ସୁପ୍ରିମକୋର୍ଟ ଭାରତୀୟ ମହାନଗର ନିଗମ (ଏମସିଡି)କୁ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। ସୁପ୍ରିମକୋର୍ଟ କହିଛନ୍ତି...

ମୋକିମ ବହିଷ୍କାର ବିବାଦ, କଥାହେଲେ କେନ୍ଦ୍ରୀୟ ନେତା

ଭୁବନେଶ୍ୱର,୧୭।୧୨:  କଂଗ୍ରେସରୁ ମୋକିମଙ୍କୁ ବହିଷ୍କାର କରିବା ପରେ ରାଜନୈତିକ ବୟାନବାଜି ଆରମ୍ଭ ହୋଇଯାଇଛି । ଅନେକ ନେତା ମୋକିମ ସପକ୍ଷରେ ବାହାରୁଥିବା ଦେଖାଯାଇଛି । ଏହାରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri