ଗୁଣିଆ ସନ୍ଦେହରେ ବୃଦ୍ଧଙ୍କୁ ମାଡ଼: ଡାକ୍ତରଖାନାରେ ଭର୍ତ୍ତି

କେନ୍ଦୁଝର,୨୩।୨(ସ୍ବ.ପ୍ର.) : କେନ୍ଦୁଝର ଜିଲା ତେଲକୋଇ ଥାନା ଅନ୍ତର୍ଗତ କରମଙ୍ଗି ପଞ୍ଚାୟତ ପୁଢ଼େଇଝୋଳ ଗାଁରେ ଜଣେ ବୃଦ୍ଧଙ୍କୁ ଗୁଣିଆ ସନ୍ଦେହରେ ଗ୍ରାମସଭାରେ ଆକ୍ରମଣ କରାଯିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଫଳରେ ବୃଦ୍ଧ ଜଣଙ୍କୁ ଗୁରୁତର ଅବସ୍ଥାରେ ଶନିବାର ପ୍ରଥମେ ତେଲକୋଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ରବିବାର କେନ୍ଦୁଝର ସ୍ଥାନାନ୍ତର କରାଯାଇଛି।
ଘଟଣା ଅନୁଯାୟୀ, ଗତ ୨୨ ତାରିଖରେ ପୁଢ଼େଇଝୋଳ ଗ୍ରାମରେ ଗ୍ରାମବାସୀ ଏକ ସଭା କରିଥିଲେ। ସେହି ଗ୍ରାମର ଧନେଶ୍ୱର ନାୟକଙ୍କୁ ଗୁଣି ଗାରେଡ଼ି କରୁଛ କହି କେତେକ ଗ୍ରାମବାସୀ ସଭାରେ ଆକ୍ରମଣ କରିଥିଲେ। ତାଙ୍କ ବେକକୁ କାମୁଡ଼ି ଦେବା ସହିତ ତଳେ ପକାଇ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଫଳରେ ଧନେଶ୍ୱର ଗୁରୁତର ହୋଇଥିଲେ। ଧନେଶ୍ୱରଙ୍କ ସ୍ତ୍ରୀ ସଭାରେ ପହଞ୍ଚି ତାଙ୍କୁ ଉଦ୍ଧାର କରିବା ସହ ତେଲକୋଇ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିବା ବେଳେ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ପକ୍ଷରୁ ଏହାର ତଦନ୍ତ କରି ଅଭିଯୁକ୍ତଙ୍କୁ ଧରିବା ପାଇଁ ପ୍ରୟାସ କରୁଥିବା ଜଣାପଡ଼ିଛି। ତେଲକୋଇ ଥାନାଧିକାରିଣୀ ପଦ୍ମଶିନୀ ମେହର କହିଛନ୍ତି, ଅଭିଯୋଗ ମିଳିବା ପରେ ଘଟଣାସ୍ଥଳକୁ ଯାଇ ତଦନ୍ତ କରାଯାଇଛି। ଘଟଣାରେ ୩/୪ ଜଣଙ୍କ ସମ୍ପୃକ୍ତି ଥିବା ଅଭିଯୋଗ ହୋଇଛି। ସେମାନଙ୍କୁ ଅଟକ ରଖି ପଚରା ଉଚରା କରାଯାଉଛି। ତଦନ୍ତ ପରେ ଗିରଫ କରି କୋର୍ଟ ଚାଲାଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀ ଅପହରଣ ମାମଲାରେ ଓଡ଼ିଆ ଅଧ୍ୟାପକ ଗିରଫ

ରାୟଗଡ଼ା,୨୪/୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ଓଡ଼ିଆ ଅଧ୍ୟାପକଙ୍କୁ ନାବାଳିକା ଅପହରଣ ଓ ପ୍ରଲୋଭନ ପୋଲିସ ଗିରଫ କରିଥିବା ଜଣାପଡ଼ିଛି । ମିଳିଥିବା...

ତାଣ୍ଡବ ରଚିଲା କାଳବୈଶାଖୀ: ଭାଙ୍ଗିଲା ଗଛ, ଦୋକାନରୁ ଉଡ଼ିଗଲା ଆଜବେଷ୍ଟ୍‌ସ

ନିରାକାରପୁର,୨୪ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ସମେତ ଏହାର ଆଖପାଖ ଅଞ୍ଚଳରେ ୪୦ ଡିଗ୍ରୀ ତାପମାତ୍ରା ଲାଗିରହିଥିବା ବେଳେ ବୁଧବାର ଅପରାହ୍ନରେ ହଠାତ୍‌ ପାଗର...

କୋରାପୁଟ ଲୋକ ସଭା ଆସନରେ ୩ ପ୍ରାର୍ଥୀ, ୩ ବିଧାନସଭା ଆସନରେ ୯ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନପତ୍ର

କୋରାପୁଟ,୨୪ା୪(ଅମିତାଭ ବେହେରା): ବୁଧବାର ନାମାଙ୍କନପତ୍ର ଦାଖଲର ଷଷ୍ଠ ଦିନରେ କୋରାପୁଟ ଲୋକ ସଭା ଆସନ ନିମନ୍ତେ ଭାଜପା ସମେତ ୩ ପ୍ରାର୍ଥୀ ସେମାନଙ୍କ ନାମାଙ୍କନପତ୍ର ଦାଖଲ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri