ସିନାପାଲି,୧୦।୬(ଡି.ଏନ୍.ଏ.)-ନୂଆପଡା ଜିଲା ସିନାପାଲି ଥାନା ଅନ୍ତର୍ଗତ ଝାରବନ୍ଧ ପଞ୍ଚାୟତ ନାଗଝର ଗାଁରେ ସୋମବାର ଏକ ହତ୍ୟାକାଣ୍ଡ ଘଟିଛି। ଗୁଣିଗାରେଡିକୁ କେନ୍ଦ୍ର କରି ୨ ଭାଇଙ୍କୁ ଗ୍ରାମବାସୀ ମରଣାନ୍ତକ ଆକ୍ରମଣ କରିଥିଲେ। ଏଥିରେ ମଝିଆ ଭାଇ ଦେବାନନ୍ଦ ଘିଭେଲା (୬୦) ମୃତ୍ୟୁ ଘଟିଥିବା ବେଳେ ସାନଭାଇ ଦେବଦର୍ଶନ ଘିଭେଲା (୪୫) ଗୁରୁତର ହୋଇଛନ୍ତି। ତାଙ୍କୁ ବୁର୍ଲା ଭିମ୍ସାରରେ ଭର୍ତ୍ତି କରାଯାଇଛି। ସୋମବାର କୌଣସି କାମରେ ଦେବାନନ୍ଦ ଓ ଦେବଦର୍ଶନ ମାଲପଡା ଗାଁକୁ ଯାଇଥିଲେ। ସେଠାରୁ ଫେରୁଥିବା ବେଳେ ନିକଟସ୍ଥ ପୋଖରୀ ନିକଟରେ ପୂର୍ବରୁ ଛକି ରହିଥିବା କେତେଜଣ ଗ୍ରାମବାସୀ ସେମାନଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ। ପରିବାର ଲୋକେ ଖବର ପାଇ ଦେବାନନ୍ଦ ଓ ଦେବଦର୍ଶନଙ୍କୁ ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର କରି ପ୍ରଥମେ ସିନାପାଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ ା ପରେ ଉଭୟଙ୍କୁ ଭବାନୀପାଟଣା ମେଡିକାଲକୁ ପଠାଯାଇଥିଲା। ହେଲେ ରାସ୍ତାରେ ଦେବାନନ୍ଦଙ୍କ ମୃତ୍ୟୁ ଘଟିଥିଲା। ଦେବଦର୍ଶନଙ୍କ ସ୍ବାସ୍ଥ୍ୟବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଛି। ଗାଁରେ ଉତ୍ତେଜନା ଲାଗି ରହିଥିବାରୁ ପୋଲିସ ଡେରା ପକାଇ ରହିଛି। ଅଭିଯୁକ୍ତମାନଙ୍କୁ ଖୁବ୍ଶୀଘ୍ର ଗିରଫ କରାଯିବ ବୋଲି ସିନାପାଲି ଥାନା ଅଧିକାରୀ ଜ୍ୟୋତିରଞ୍ଜନ ଗୌଡଙ୍କ କହିଛନ୍ତି। ପୋଲିସ ଭୟରେ ନାଗଝର ଗାଁ ଜନଶୂନ୍ୟ ହୋଇପଡିଛି। ପୋଲିସ ଏକ ମାମଲା( ନଂ.୮୮/୦୯) ରୁଜୁ କରି ତଦନ୍ତ ଚଲାଇଛି। ଏହି ରିପୋର୍ଟ ଲେଖା ହେବା ପର୍ଯ୍ୟନ୍ତ ୧୬ ଜଣଙ୍କୁ ଅଟକ ରଖି ପୋଲିସ ପଚରାଉଚୁରା କରୁଛି। ଘଟଣାସ୍ଥଳରୁ କଟୁରୀ ଓ ଛୁରି ଜବତ କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ନାଗଝର ଗାଁରେ ଗତ ଅକ୍ଟୋବର ମାସରେ ଗୁଣିଗାରେଡିକୁ ନେଇ ଗ୍ରାମବାସୀ ଏବଂ ଦେବାନନ୍ଦଙ୍କ ପରିବାର ମଧ୍ୟରେ ବିବାଦ ଲାଗି ରହିଥିଲା। ଦେବାନନ୍ଦଙ୍କ ବଡ଼ଭାଇ ବୁଡୁରାମଙ୍କ ପରିବାରକୁ ସନ୍ଦେହ କରି ଗ୍ରାମବାସୀ ସିନାପାଲି ଥାନାରେ ମାମଲା ରୁଜୁ କରିଥିଲେ। ସେତେବେଳେ ଖଡିଆଳ ଏସ୍ଡିପିଓ ଓ ସିନାପାଲି ଥାନା ଅଧିକାରୀ ଉକ୍ତ ଘଟଣାର ତଦନ୍ତ କରିବା ସହ ମାମଲା ରୁଜୁ କରିଥିଲେ। ଏହି ଘଟଣାକୁ ନେଇ ବୁଡୁରାମଙ୍କୁ ଗ୍ରାମବାସୀ ବିଦ୍ୟାଳୟ ପରିଚାଳନା କମିଟି ସଭାପତି, ଜଙ୍ଗଲ ସୁରକ୍ଷା ସମିତି ସଭାପତି ଏବଂ କେନ୍ଦୁପତ୍ର ମୁନସୀ ପଦବୀରୁ ହଟାଇବା ପାଇଁ ଦାବି କରିଆସୁଥିଲେ। ହେଲେ ପୂର୍ବଭଳି ବୁଡୁରାମ ନିଜ ଦାୟିତ୍ୱ ତୁଲାଇ ଆସୁଥିଲେ। ଏହି ଘଟଣାକୁ ନେଇ ଗ୍ରାମବାସୀ ଉତ୍କ୍ଷିପ୍ତ ହୋଇ ଏପରି ଆକ୍ରମଣ କରିଥିବା ପୋଲିସ ପ୍ରାଥମିକ ସୂତ୍ରରୁ ଜାଣିବାକୁ ପାଇଛି।
ଗୁଣିଗାରେଡି ସନ୍ଦେହରୁ ମଝିଆ ଭାଇଙ୍କୁ ହତ୍ୟା, ଗ୍ରାମବାସୀଙ୍କ ଆକ୍ରମଣରେ ସାନ ଭାଇ ଗୁରୁତର
Posted inଆମ ଜିଲା ଖବର, ନୂଆପଡ଼ା View All
ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା
ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...
ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ
ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...
ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ
ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...
କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…
ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...
ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…
ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...
ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ
ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...
ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି
ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...
ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ
ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...
Archives


