ଗୁଣିଗାରେଡି ସନ୍ଦେହରେ ଜଣଙ୍କୁ ହତ୍ୟା: ପୋଲିସ ଗିରଫରେ ୩ ଅଭିଯୁକ୍ତ, ଜଣେ ଫେରାର; ପ୍ରମାଣ ନଷ୍ଟ କରିବାକୁ ନିକଟସ୍ଥ ଜଙ୍ଗଲରେ ପୋଡିଥିଲେ ମୃତଦେହ

ଏମ୍‌ଭି-୭୯/କାଲିମେଳା,୨୭।୮(ଡି.ଏନ.ଏ.): ଜଣେ ବୃଦ୍ଧଙ୍କୁ ହତ୍ୟା କରାଯିବାର ୨୨ ଦିନ ପରେ ଘଟଣା ଉପରୁ ପରଦା ଉଠିଛି। ଗୁଣିଗାରେଡି ସନ୍ଦେହରୁ ହତ୍ୟାକାଣ୍ଡ ହୋଇଥିବା ବେଳେ ଅଭିଯୁକ୍ତମାନେ ପ୍ରମାଣ ନଷ୍ଟ କରିବା ପାଇଁ ମୃତଦେହକୁ ଜଙ୍ଗଲରେ ପୋଡି ଦେଇଥିଲେ। ଏହି ଘଟଣାରେ ମଙ୍ଗଳବାର ଗିରଫ ହୋଇଥିବା ୩ଜଣ ଯୁବକ ପୋଲିସ ଆଗରେ ଉପରୋକ୍ତ ଅପରାଧ ସ୍ବୀକାର କରିଛନ୍ତି। ଗିରଫ ଅଭିଯୁକ୍ତମାନେ ହେଲେ ଉରୁମାଗୁଡ଼ା ଗାଁର ମୁକା ମାଡକାମି, ମାସା ମାଡକାମି ଓ ଜବାନପାଲ୍ଲୀର ଲାକା କାର୍ତାମି। ଉରୁମାଗୁଡ଼ା ଗାଁର ଅନ୍ୟ ଜଣେ ଅଭିଯୁକ୍ତ ଆଇତା ମାଡକାମି ଫେରାର ଅଛନ୍ତି।

ପ୍ରକାଶ ଯେ, ନାଙ୍ଗା ମାଡକାମି ଉରୁମାଗୁଡ଼ାର ନାଙ୍ଗା କବାସୀ (୬୦) ଗୁଣିଗାରେଡି ଓ ଝଡାଫୁଙ୍କା କରି ଲୋକଙ୍କ ରୋଗ ଭଲ କରୁଥିବା ସ୍ଥାନୀୟ ଲୋକେ ବିଶ୍ୱାସ କରୁଥିଲେ। ରୋଗ ହେଲେ ସେମାନେ ମେଡିକାଲ ଯିବା ପରିବର୍ତ୍ତେ ତାଙ୍କ ନିକଟକୁ ଯାଉଥିଲେ। ଗତ ୩ ତାରିଖରେ ଉକ୍ତ ଗାଁର ଦୁଲା ମାଡକାମୀ ଜ୍ୱରରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଥିଲେ। ନାଙ୍ଗା ଗୁଣି କରି ବାପାଙ୍କୁ ମାରିଥିବା ଦୁଲାଙ୍କ ତିନିପୁଅ ମୁକା, ମାସା ଓ ଆଇତା ସନ୍ଦେହ କରିଥିଲେ। ଗତ ୫ ତାରିଖରେ ଜବାନପାଲୀ ଗାଁର ସମ୍ପର୍କୀୟ ଲାକା କର୍ତ୍ତାମୀଙ୍କ ସହ ମିଶି ୩ଭାଇ ନାଙ୍ଗା ଶୋଇଥିବାବେଳେ ତାଙ୍କ ଘରେ ପଶି ପିଟିପିଟି ହତ୍ୟା କରିଥିଲେ। ନାଙ୍ଗାଙ୍କ ପରିବାର ଲୋକେ ତାଙ୍କୁ ଛାଡିଦେବା ପାଇଁ କହିଥିଲେ ମଧ୍ୟ ସେମାନେ ଶୁଣି ନ ଥିଲେ। ଘଟଣା ସମ୍ପର୍କରେ କାହାରିକୁ ଜଣାଇଲେ ସମସ୍ତଙ୍କୁ ଜୀବନରୁ ମାରିଦେବୁ ବୋଲି ସେମାନେ ନାଙ୍ଗାଙ୍କ ପରିବାର ଲୋକଙ୍କୁ ଧମକ ଦେଇଥିଲେ। କିଛି ଦିନ ଚୁପ୍‌ ରହିବା ପରେ ଜଣେ ସମ୍ପର୍କୀୟଙ୍କ ସହଯୋଗରେ ନାଙ୍ଗାଙ୍କ ପୁଅ ସୋମବାର ଏମ୍‌ଭି-୭୯ ଥାନାରେ ଏତଲା ଦେଇଥିଲେ। ଏହାକୁ ଭିତ୍ତିକରି ପୋଲିସ ତଦନ୍ତ କରିବା ସହ ମଙ୍ଗଳବାର ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ପରେ ପୋଲିସ ଜଙ୍ଗଲକୁ ଯାଇ ମୃତଦେହ ପୋଡା ଯାଇଥିବା ସ୍ଥାନରୁ ପାଉଁଶ ଓ ହାଡ ଜବତ କରିଛି। ଏ ନେଇ ୬୦/୧୯ରେ ମାମଲା ରୁଜୁ କରି ପୋଲିସ ଘଟଣାର ଅଧିକ ତଦନ୍ତ କରୁଥିବା ଥାନାଧିକାରୀ ମମତା ପାଣିଗ୍ରାହୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍‌ର…

ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା…

ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…

ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଜିଲା ଯୁବ କଂଗ୍ରେସ ସଭାପତିରୁ ଓପିସିସି ସମ୍ପାଦକ: ମହମ୍ବଦ ସାହେବଙ୍କୁ ମିଳିଲା ଗୁରୁଦାୟିତ୍ୱ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): ନିଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ସଭାପତିଙ୍କ ଅନୁମୋଦନ କ୍ରମେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ପାଇଁ କାର୍ଯ୍ୟକାରୀ କମିଟି ଓ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri