ଗୁଣି ଗାରେଡ଼ି ସନ୍ଦେହରେ ବାପା-ପୁଅଙ୍କୁ ହତ୍ୟା, ଥାନାରେ ଆତ୍ମସମର୍ପଣ କଲେ ଅଭିଯୁକ୍ତ

ମାଥିଲି,୨।୧୧(ଡି.ଏନ୍‌.ଏ.): ଗୁଣିଗାରେଡି ସନ୍ଦେହରେ ବାପାପୁଅଙ୍କୁ ହତ୍ୟା। ଏପରି ଏକ ଅଭାବନୀୟ ଘଟଣା ଘଟିଛି ମାଲକାନଗିରି ଜିଲା ମାଥିଲି ବ୍ଲକ ଅନ୍ତର୍ଗତ ଉଦୁଲିବେଡ଼ା ପଞ୍ଚାୟତ ଅଧୀନ ମାଳିଗୁଡ଼ା ଗ୍ରାମରେ। ମୃତକ ହେଲେ ଗ୍ରାମର ସଦନ ମାଳି ଏବଂ ତାଙ୍କ ପୁଅ ନିଳେନ୍ଦ୍ର ମାଳି। ଶୁକ୍ରବାର ବିଳମ୍ବିତ ରାତିରେ ଉଭୟଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି।

ସୂଚନାନୁଯାୟୀ, ସଦନ ଏବଂ ପୁଅ ନିଳେନ୍ଦ୍ର ଗୋବିନ୍ଦପାଲି ଛକରେ ପନିପରିବା ଦୋକାନ କରୁଛନ୍ତି। ସବୁଦିନ ଭଳି ରାତିରେ ଦୋକାନ ବନ୍ଦ କରି ଉଭୟ ବାଇକ୍‌ ଯୋଗେ ଫେରୁଥିବା ବେଳେ ହଠାତ କିଛି ଦୁର୍ବୃତ୍ତ ସେମାନଙ୍କୁ ଉଠାଇ ନେଇଥିଲେ। ଉଭୟଙ୍କୁ ପିଟି ପିଟି ହତ୍ୟା କରିବା ପରେ ଦୁର୍ବୃତ୍ତମାନେ ଗ୍ରାମ ନିକଟ ନଦୀପାର୍ଶ୍ୱରେ ଫିଙ୍ଗି ଦେଇ ଚାଲିଥିଲେ। ଶନିବାର ସକାଳେ ଘଟଣା ଜଣାପଡ଼ିବା ପରେ ପୋଲିସକୁ ଖବର ଦିଆଯାଇଥିଲା। ଅପରପକ୍ଷେ ହତ୍ୟା କରିଥିବା ୩ ଅଭିଯୁକ୍ତ ମାଥିଲି ଥାନାଧିକାରୀଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଘଟଣାପରଠାରୁ ଗ୍ରାମ ଶୁନ୍‌ଶାନ ହୋଇପଡ଼ିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ପ୍ରାଥମିକ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ଛତ୍ରପୁରରେ ବେଆଇନ ମୋରମ ଚାଲାଣ ଉପରେ ପୋଲିସର ଚଢ଼ାଉ: ୧୦ ଟିପ୍ପର ସହ ଜେସିବି ଜବତ

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳରେ ବେଆଇନ ଖଣିଜ ସମ୍ପଦ ଚୋରା ଚାଲାଣ ଉପରେ ଚମାଖଣ୍ଡି ଥାନା ପୋଲିସ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

ଚାଷୀ ଆନ୍ଦୋଳନରେ ୪ଦିନର ସାମୟିକ ବିରତି

କୋକସରା,୨୧ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରାଠାରେ ଦୀର୍ଘ ୧୫ଦିନ ଧରି ଚାଲିଥିବା ଇନ୍ଦ୍ରାବତୀ ମେଗା ଉଠା ଜଳସେଚନ ଚାଷୀ ସଂଘର ଆନ୍ଦୋଳନ ଗୁରୁବାର ନୂଆମୋଡ଼ ନେଇଛି।…

‘ଛାତ୍ରୀଛାତ୍ରଙ୍କ ସଫଳତା ଆମ ପୁରସ୍କାର’

ଭବାନୀପାଟଣା,୨୧।୫(ଉତ୍ତମ କୁମାର ଦାଶ)-ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ଦ୍ୱାରା ପରିଚାଳିତ ଯୁକ୍ତ ୨ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଏଥିରେ କଳାହାଣ୍ଡି ଜିଲା…

କେବେ ଶାସନ ଗାଦିରୁ ହଟିବ ଭାଜପା? ଆସିଲା ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ବର୍ତ୍ତମାନ, ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ମଧ୍ୟରେ ଏହାର ସହଯୋଗୀଙ୍କ ନେତୃତ୍ୱରେ ସରକାର ଭାରତର ୨୨ଟି ରାଜ୍ୟ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri