ଗୁଦୁରାପଡ଼ାରେ ଚେସ୍‌ ପ୍ରତିଯୋଗିତା: ବରିଷ୍ଠ ବିିଭାଗରେ ଅଭିଷେକ, କନିଷ୍ଠରେ ଚିରାଗ ବିଜେତା

ଜମନକିରା,୨୯।୭(ଡି.ଏନ୍‌.ଏ.):ସମ୍ବଲପୁର ଜିଲା ଜମନକିରା ବ୍ଲକ ଭୋଜପୁର ପଞ୍ଚାୟତ ଗୁଦୁରାପଡ଼ା ଆବାସିକ ବିଦ୍ୟାଳୟ ପରିସରରେ ଏକଦିବସୀୟ ଚେସ୍‌ ପ୍ରତିଯୋଗିତା ରବିବାର ଅନୁଷ୍ଠିତ ହୋଇଯାଇଛି। ଛାତ୍ରୀଛାତ୍ରଙ୍କ ମଧ୍ୟରେ ଚେସ୍‌ ବା ଇନ୍‌ଡୋର ଖେଳ ପ୍ରତି ଆଗ୍ରହ ସୃଷ୍ଟି ସହ ପ୍ରୋତ୍ସାହନ ଦେବା ସକାଶେ ଭୋଜପୁର ସୁପର ସିନିୟର ଗ୍ରୁପ୍‌ ପକ୍ଷରୁ ଏହା ଆୟୋଜିତ ହୋଇଥିଲା। ଏଥିରେ ବରିଷ୍ଠ ବିିଭାଗରେ କୁଚିଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟର ଅଭିଷେକ ବେହେରା ବିଜେତା ହୋଇଥିବା ବେଳେ ଗୁଦୁରାପଡ଼ା ଆବାସିକ ମଧ୍ୟ ଇଂରାଜି ବିଦ୍ୟାଳୟର ପ୍ରବୀଣ ସୋରେନ ଉପବିଜେତା ହୋଇଥିଲେ। ସେହିପରି କନିଷ୍ଠ ବର୍ଗରେ ସେଣ୍ଟ ଥୋମାସ ଇଂରାଜି ବିଦ୍ୟାଳୟର ଚିରାଗ ପଟେଲ ବିଜେତା ଓ ବିଭୂତ ପାଣି ଉପବିଜେତା ହୋଇଛନ୍ତି। ଏହି ଉପଲକ୍ଷେ ସଭାପତି ତଥା ଆବାସିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଲକ୍ଷପତି ନନ୍ଦଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପୁରସ୍କାର ବିତରଣ ଉତ୍ସବରେ ଡା. ହୃଦାନନ୍ଦ ନାୟକ ମୁଖ୍ୟଅତିଥିଭାବେ ଯୋଗଦେଇ ବିଜେତା ଓ ଉପବିଜେତା ଖେଳାଳିଙ୍କୁ ପୁରସ୍କୃତ କରିଥିଲେ। ଉତ୍ସବରେ ପ୍ରତିଭା ବିକାଶ ଅଭିଯାନର ସୁଗତ ପଟେଲ, ରମାକାନ୍ତ ମହାକୁଳ, ଖବରଦାତା ପ୍ରଭାତ ବେହେରା ସମ୍ମାନନୀୟ ଅତିଥିଭାବେ ଯୋଗଦେଇଥିଲେ। କାର୍ଯ୍ୟକ୍ରମକୁ ପ୍ରଧାନ ଶିକ୍ଷକ ଉଗ୍ରସେନ ରଞ୍ଜିତ, କୈଳାସ ଗୌଡ଼, କ୍ଷୀରୋଦ କିଷାନ, ନରେନ୍ଦ୍ର କିଷାନ, ପ୍ରଣବ ବେହେରା, ପ୍ରବୀଣ ବେହେରା ପ୍ରମୁଖ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱୟଂ ସହାୟକ ଗୋଷ୍ଠୀର ବ୍ୟାଙ୍କ ଖାତା ନୂତନ ଭାବେ ଖୋଲିବା ପାଇଁ ଯାଇଥିଲେ: ମୁକୁଳା ବିଏସଏନଏଲ୍ ତାର ନେଲା ଜୀବନ

ମୋହନା,୧।୬ (ମନ୍ମଥ ମିଶ୍ର): ମୁକୁଳା ଭାବେ ପଡ଼ିଥିବା ବିଏସଏନଏଲ୍ ତାର ନେଲା ଜଣେ ମହିଳାଙ୍କ ଜୀବନ। ଏଭଳି   ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଆର.ଉଦୟଗିରି ଥାନା…

ଜୋର ଧରିଲା ‘ମାଳି ସୁରକ୍ଷା ଆନ୍ଦୋଳନ’: ଖଣି ଖନନ ବିରୋଧରେ ଏକଜୁଟ ହେଲେ ଆଦିବାସୀ, କହିଲେ ଆମକୁ ଭତ୍ତା ନୁହଁ…

ଥୁଆମୂଳ ରାମପୁର, ୧।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳରେ ‘ମାଆ, ମାଟି ଓ ମାଳି’ର ସୁରକ୍ଷା ପାଇଁ ଚାଲିଥିବା ଗଣ-ଆନ୍ଦୋଳନ ଏବେ ତୀବ୍ର…

ଟେଲିଫୋନ ଏକ୍ସଚେଞ୍ଜରୁ ବ୍ୟାଟେରୀ ଚୋରି: ବିଜୁଳି ଚାଲିଗଲେ ଉପଭୋକ୍ତା ସେବାରୁ ବଞ୍ଚିତ

ଭଞ୍ଜନଗର, ୧।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଟେଲିଫୋନ ଏକ୍ସଚେଞ୍ଜରୁ ଗତ ଶୁକ୍ରବାର ମୂଲ୍ୟବାନ ସବୁ ବ୍ୟାଟେରୀ ଚୋରି ହୋଇଯାଇଛି । ଏହାପୂର୍ବରୁ…

ପାଣି ପାଇଁ ବ୍ଲକ ସମ୍ମୁଖରେ ଅନଶନ କଲେ ସମିତି ସଭ୍ୟ, ବାଲଟି ଧରି ମହିଳାମାନେ

ବଲାଙ୍ଗୀର,୧।୬(ସୁନିଲ କୁମାର ମହାନ୍ତି): ପାଣି ପାଇଁ ସମିତି ସଭ୍ୟ ବ୍ଲକ ସମ୍ମୁଖରେ ଅନଶନ କରିଥିବା ବେଳେ ମହିଳାମାନେ ରାସ୍ତା ଅବରୋଧ କରିଛନ୍ତି । ଏଭଳି ଦୃଶ୍ୟ ଦେଖିବାକୁ…

Featured Video Play Icon

ପୋଲିସ ଟିମ୍‌ ନେଇ ଶାଶୂ ଘରେ ପହଞ୍ଚିଲେ ତ୍ରିଷ୍ଣା, ତା’ପରେ…

ଭୁବନେଶ୍ୱର, ୧।୬: ୟ୍ୟୁଟବର ତ୍ରିଷ୍ଣା ପୋଲିସ ଉପସ୍ଥିତରେ ଶାଶୂ ଘରେ ପହଞ୍ଚି ସମସ୍ତ ଯୌତୁକ ଜିନିଷ…

ଗୁଣପୁରର ସୁଧାରାଣୀଙ୍କୁ ସମ୍ମାନସୂଚକ ଡକ୍ଟରେଟ୍, ସ୍ଥାନୀୟ ଅଞ୍ଚଳରେ ଖୁସିର ଲହରୀ

ଗୁଣପୁର,୧।୬(ସଂକେତ ପାତ୍ର): ରାୟଗଡ଼ା ଜିଲାର ଗୁଣପୁର ସହର ପୁରୁଣା ବସ୍‌ଷ୍ଟାଣ୍ଡ ଅଞ୍ଚଳସ୍ଥ ବେବର୍ତ୍ତା ସାହିର ବାସିନ୍ଦା ତଥା ସମାଜସେବୀ ଚିନାରି ସୁଧାରାଣୀ (୪୩ଙ୍କୁ ତାଙ୍କର ଉଲ୍ଲେଖନୀୟ ସାମାଜିକ…

RCB ଜିତିବା ପରେ ରୋମାଣ୍ଟିକ ହେଲେ ଅନୁଷ୍କା: ଶେୟାର କଲେ ଏମିତି ଫଟୋ

ନୂଆଦିଲ୍ଲୀ,୧।୬: ଲଗାତାର ଦ୍ୱିତୀୟ ବର୍ଷ ପାଇଁ ଇଣ୍ଡିଆନ ପ୍ରିମିୟର ଲିଗର ଫାଇନାଲ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିଜୟୀ ହୋଇଛି। ବିରାଟ କୋହଲିଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ…

ପୁଣି ଜଗନ୍ନାଥ ପ୍ରେମୀଙ୍କ ଭାବାବେଗ ସହ ଖେଳ: ଅନଲାଇନରେ ମହାପ୍ରସାଦ, ଖଜା ବିକ୍ରି ନେଇ…

ପୁରୀ, ୧।୬ (ଅଜିତ କୁମାର ମହାନ୍ତି): ପୁଣିଥରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି ଅପମାନ ହେଉଥିବା ସହ ଭକ୍ତମାନଙ୍କ ଭାବାବେଗ ସହିତ ଖେଳାଯାଉଥିବା ଘଟଣା ସାମ୍ନାକୁ ଆସିଛି। ଅନଲାଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri