Posted inଜାତୀୟ

ଗୁପ୍ତଯୁଗ ସ୍ବର୍ଣ୍ଣମୁଦ୍ରା ପାଇଁ ଗାଁ ସାରା ଖୋଳି ଦେଲେ ଲୋକେ

ଜୟପୁର,୨୦।୬: ମଣିଷର ଧନ ଲୋଭ ବେଳେବେଳେ ସୀମା ଟପିଯାଏ। ଫଳରେ ସେ ଏଭଳି କାମ କରିବସେ ଯାହାକୁ ନେଇ ପରବର୍ତ୍ତୀ ସମୟରେ ତାଙ୍କୁ ଲଜ୍ଜିତ ହେବାକୁ ପଡ଼ିଥାଏ। ସେହିପରି ଏକ ଘଟଣା ରାଜସ୍ଥାନ ଜୟପୁର ନିକଟରେ ଥିବା ମାଲପୁରାରେ ଘଟିଛି। ସ୍ଥାନୀୟ ଜାନକୀପୁରାସ୍ଥିତ ଦୋବଡ଼ିଆ ନାଳ ଅଞ୍ଚଳରେ ଗୁପ୍ତଯୁଗର ସ୍ବର୍ଣ୍ଣମୁଦ୍ରା ପୋତି ହୋଇରହିଥିବା କେତେକ ଲୋକେ କହିଥିଲେ। ଏହାପରେ ଆରମ୍ଭ ହୋଇଥିଲା ଲୋକଙ୍କ ମଧ୍ୟରେ ପ୍ରତିଯୋଗିତା। ଲୋକେ ନିଜର ଅନ୍ୟ କାମ ଧନ୍ଧା ଛାଡି ଖାଇବା ପିଇବା ଭୁଲି କମ୍‌ ସମୟରେ ଧନୀ ହେବା ପାଇଁ ଆରମ୍ଭ କରିଥିଲେ ମାଟି ଖୋଳା। ଗାଁ ସାରା ଏଭଳି ମାଟି ଖୋଳା ହୋଇଥିଲା। କେତେକଙ୍କୁ ସ୍ବର୍ଣ୍ଣମୁଦ୍ରା ମିଳିଥିଲା ମଧ୍ୟ। ଖବର ପାଇ ପୋଲିସ ଏବଂ ପ୍ରତ୍ନତତ୍ତ୍ୱ ବିଭାଗ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚିଥିଲେ। ସେମାନେ ୨ଟି ମୁଦ୍ରାର ଯାଞ୍ଚ୍‌ କରି ଏହା ଗୁପ୍ତଯୁଗର ବୋଲି ପ୍ରକାଶ କରିଥିଲେ। ତେବେ ଏହାର ବର୍ତ୍ତମାନ ଆନୁମାନିକ ମୂଲ୍ୟ କେତେ ହେବ ତାହା ସେମାନେ ଆକଳନ କରିପାରି ନ ଥିଲେ। ତେବେ କେତେକ ପୁରୁଖା ଲୋକଙ୍କ ଅନୁସାରେ ଏଠାରେ ପୂର୍ବରୁ ବନଜାରା ସମ୍ପ୍ରଦାୟ ବାସ କରୁଥିଲେ। ସେମାନେ ଲୁଟପାଟ୍‌ କରି ଅର୍ଜନ କରିଥିବା ଅଳଙ୍କାର ତଥା ସ୍ବର୍ଣ୍ଣମୁଦ୍ରା ଭୟରେ ମାଟିତଳେ ପୋତି ଦେଉଥିଲେ। କାଳକ୍ରମେ ସେମାନେ ଏଠାରୁ ପଳାଇଥିଲେ। ପରେ ଏଠାକାର ମାଟି ଖୋଳିବା ସମୟରେ ଅଳଙ୍କାର ଓ ସ୍ବର୍ଣ୍ଣମୁଦ୍ରା ମିଳୁଥିବା ସେମାନେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

ନାଗାଲାଣ୍ଡର ୬ ଜିଲାରେ ବୁଥ୍‌ ଖାଁ ଖାଁ, ଭୋଟ ଦେବାକୁ ଆସିଲେ ନାହିଁ ଜଣେ ହେଲେ ବି ଭୋଟର୍‌  

କୋହିମା,୧୯ା୪: ନାଗାଲାଣ୍ଡରେ ପୃଥକ ସରକାର(ରାଜ୍ୟ) ଏବଂ ଅଧିକ ଆର୍ଥିକ ସ୍ବାଧିନତା ଦାବିରେ  ‘ଲୋକଙ୍କ ଜରୁରୀକାଳିନ ପରିସ୍ଥିତି’ ନେଇ ଘୋଷଣା କରି ପୂର୍ବ ନାଗାଲାଣ୍ଡ ଲୋକ ସଂଗଠନ(ଇଏନ୍‌ପିଓ)...

ଜେଲ୍‌ ଭିତରେ କେଜରିଓ୍ବାଲଙ୍କୁ ମାରି ଦେବାକୁ ଷଡଯନ୍ତ୍ର!

ନୂଆଦିଲ୍ଲୀ,୧୯।୪: ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇ ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ବିରୋଧରେ ଚାଲିଛି ସାଂଘାତିକ ଷଡଯନ୍ତ୍ର। ଜେଲ ଭିତରେ କେଜରିୱାଲଙ୍କୁ...

ନିଜକୁ ଭୋଟ୍‌ ଦେଇପାରିବେନି ଏହି ପ୍ରାର୍ଥୀ

ନୂଆଦିଲ୍ଲୀ,୧୯।୪: ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ମତଦାନ ଚାଲିଛି। ଏହି ପରିପ୍ରେକ୍ଷୀରେ ୧୦୨ଟି ଲୋକସଭା ଆସନ ପାଇଁ ଭୋଟ ଗ୍ରହଣ ହେଉଥିବା ବେଳେ ବିହାରର ୪ଟି ଲୋକସଭା...

ଭୋଟ ଦେଲେ ବିଶ୍ୱର ସବୁଠୁ ଛୋଟ ମହିଳା

ପୁଣେ,୧୯।୪: ମହାରାଷ୍ଟ୍ରର ପାଞ୍ଚଟି ସିଟ ପାଇଁ ଆଜି ଭୋଟଗ୍ରହଣ ଚାଲିଛି। ଲୋକମାନେ ଉତ୍ସାହର ସହ ଭୋଟ ଦେଉଛନ୍ତି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି...

ଲୋକ ସଭା ନିର୍ବାଚନ: ଭୋଟ ଗ୍ରହଣ ମଧ୍ୟରେ ବସ୍ତରରେ ଆଇଇଡି ବ୍ଲାଷ୍ଟ, ସିଆରପିଏଫ ଯବାନ ଆହତ, ମଣିପୁରରେ ଫାୟାରିଂ

ନୂଆଦିଲ୍ଲୀ,୧୯।୪: ଲୋକ ସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟର ଭୋଟ ଗ୍ରହଣ ଶୁକ୍ରବାର ଆରମ୍ଭ ହୋଇଛି। ୮ ଜଣ କେନ୍ଦ୍ର ମନ୍ତ୍ରୀ, ୨ ପୂର୍ବତନ ମୁଖ୍ୟମନ୍ତ୍ରୀ...

ଗାନ୍ଧିନଗରରୁ ପ୍ରାର୍ଥିପତ୍ର ଦାଖଲ କଲେ ଅମିତ ଶାହା, କହିଲେ ମୋଦି ଦେଶକୁ ସୁରକ୍ଷିତ ରଖିଛନ୍ତି

ଅହମଦାବାଦ,୧୯।୪: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଲୋକ ସଭା ନିର୍ବାଚନ ପାଇଁ ଗାନ୍ଧିନଗର ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଭାବରେ ନିଜର ପ୍ରାର୍ଥିପତ୍ର...

ଫିଲ୍ମ ଶୁଟିଂ ପାଇଁ ବାହାରିଲେ ରିଜେକ୍ଟ ହୋଇଥିବା ୨ ରାଜକୁମାର, ରାହୁଲ-ଅଖିଳେଶଙ୍କୁ ଟାର୍ଗେଟ କଲେ ମୋଦି

ଅମରୋହା,୧୯।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକ ସଭା ନିର୍ବାଚନ ପାଇଁ ଜୋରଦାର ପ୍ରଚାର କରୁଛନ୍ତି। ଶୁକ୍ରବାର (ଏପ୍ରିଲ ୧୯) ଉତ୍ତରପ୍ରଦେଶର ଆମରୋହା ଠାରେ ଏକ ରାଲିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri