ଗୁପ୍ତା ପାଓ୍ବାର ଇନ୍‌ଫ୍ରାଷ୍ଟ୍ରକ୍‌ଚର ଲିମିଟେଡ୍‌ ଅଧ୍ୟକ୍ଷଙ୍କ ପରଲୋକ

କଟକ ରୋଡ,୨୨।୨(ଡି.ଏନ୍‌.ଏ.): ଗୁପ୍ତା ପାଓ୍ବାର ଇନ୍‌ଫ୍ରାଷ୍ଟ୍ରକ୍‌ଚର ଲିମିଟେଡ୍‌ ଅଧ୍ୟକ୍ଷ ଭଗତରାମ ଗୁପ୍ତାଙ୍କ ଶୁକ୍ରବାର ପରଲୋକ ଘଟିଛି। ତାଙ୍କୁ ୭୭ ବର୍ଷ ବୟସ ହୋଇଥିଲା। କିଛିଦିନ ପୂର୍ବେ ସେ ଅସୁସ୍ଥ ହେବାରୁ ଚିକିତ୍ସା ପାଇଁ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ଶୁକ୍ରବାର ମଧ୍ୟାହ୍ନ ୧୨ଟା ୩୦ରେ ତାଙ୍କର ମୃତ୍ୟୁ ହୋଇଥିଲା। ଏହାପରେ ତାଙ୍କ ମୃତଦେହକୁ ଭୁବନେଶ୍ୱର କଟକରୋଡରେ ଥିବା ବାସଭବନକୁ ଅଣାଯାଇଥିଲା। ଭଗତରାମଙ୍କ ମୃତ୍ୟୁଖବର ପ୍ରଚାରିତ ହେବା ପରେ ବହୁ ବିଶିଷ୍ଟ ବ୍ୟକ୍ତି ତାଙ୍କ ବାସଭବନରେ ପହଞ୍ଚି ଶେଷଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ମୃତ୍ୟୁବେଳକୁ ତାଙ୍କ ନିକଟରେ ୩ ପୁଅ ମନମୋହନ, ଜିତେନ୍ଦ୍ର ମୋହନ ଓ ବିନିତ ମୋହନ ଗୁପ୍ତା ଉପସ୍ଥିତ ଥିଲେ। ପୁରୀ ସ୍ବର୍ଗଦ୍ୱାରରରେ ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ପରିବାର ଲୋକ କହିଛନ୍ତି। ସୂଚନାଥାଉ କି, ଭଗତରାମ ରାଜସ୍ଥାନର ହନୁମାନଗଡ଼ ଜିଲା ସଙ୍ଗରିଆମଣ୍ଡିରେ ଜନ୍ମଗ୍ରହଣ କରିଥିଲେ। ସେ ଗୁପ୍ତା ପାଓ୍ବାର ଇନ୍‌ଫ୍ରାଷ୍ଟ୍ରକ୍‌ଚର ଲିମିଟେଡ୍‌ର ଅଧ୍ୟକ୍ଷ ସହ ଶ୍ରୀରାମ ମନ୍ଦିର ଟ୍ରଷ୍ଟର ଟ୍ରଷ୍ଟି ଓ ପୂର୍ବରୁ ମାରଓ୍ବାଡି ସୋସାଇଟିର ସଭାପତି ଭାବେ କାର୍ଯ୍ୟ ତୁଲାଇଥିବା ଭଗତରାମଙ୍କ ଭାଇ ସୁବାସ ଗୁପ୍ତା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪: ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା ସୃଷ୍ଟି...

ବିଜେଡି ସରକାର ବିରୋଧରେ ଚାର୍ଜସିଟ୍‌ ଆଣିଲା ଭାଜପା

ଭୁବନେଶ୍ୱର,୨୪।୪: ବିଜେଡି ବିରୋଧରେ ଚାର୍ଜସିଟ୍‌ ଆଣିଲା ଭାଜପା। ବିଜେଡି ସରକାରରେ ଅନ୍ୟାୟ, ଦୁର୍ନୀତି, ଅଗଣତାନ୍ତ୍ରିକ ଶାସନ ବ୍ୟବସ୍ଥା, ମହିଳା ବିରୋଧୀ ହିଂସାକୁ ଚାର୍ଜସିଟରେ ସ୍ଥାନ ଦେଇଛି...

ଭୁବନେଶ୍ୱରରେ ହେବ ବିଗ୍‌ ଫାଇଟ୍‌, କାହାର ପଲା ଭାରି

ଭୁବନେଶ୍ବର,୨୪।୪: ଭୁବନେଶ୍ବର ସଂସଦୀୟ କ୍ଷେତ୍ରରେ ହେବ ବିଗ ଫାଇଟ । ଯୁବ ଓ ମହିଳା ଭୋଟରଙ୍କୁ ହାତେଇପାରନ୍ତି ଭାଜପା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ । ବିଜେଡିର...

ଓଡିଶା ଆସୁଛନ୍ତି ଅମିତ ଶାହା, କରିବେ ନିର୍ବାଚନୀ ପ୍ରଚାର

ଭୁବନେଶ୍ୱର,୨୪।୪: ଗୁରୁବାର ଓଡିଶା ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା। କାଲିଠୁ ଭାଜପାର ବିଧିବଦ୍ଧ ଭାବେ ନିର୍ବାଚନୀ ପ୍ରଚାର ଆରମ୍ଭ କରିବେ। ଅପରାହ୍ଣ ସାଢ଼େ...

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪: ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ ଜନସାଧାରଣଙ୍କୁ...

ହିଞ୍ଜିଳିକାଟୁରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ବିଜେଡିର ଷ୍ଟାର ପ୍ରଚାରକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପାରମ୍ପରିକ ଆସନରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହ ଫାଇଭ-ଟି...

କାର୍‌ରୁ ୩୦ ଲକ୍ଷ ଟଙ୍କା ଜବତ କଲା ପୋଲିସ

ମାଲକାନଗିରି,୨୪।୪(ଦୁର୍ଯ୍ୟୋଧନ ପାତ୍ର): ନିର୍ବାଚନ ନେଇ ସୀମାରେ ହାଇଆଲର୍ଟ ଜାରି କରାଯିବା ସହ ଯାଞ୍ଚକୁ କଡାକଡି କରାଯାଉଛି। ଛତିଶଗଡ଼ ପଟୁ ଆସୁଥିବା ଏକ କାରକୁ ପୋଲିସ ଯାଞ୍ଚ...

ପ୍ରଶାନ୍ତଙ୍କ ପାଇଁ ଚିରଞ୍ଜୀବଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଜଗତ୍‌ସିଂହପୁର, ୨୪ା୪(ପ୍ରମୋଦ କୁମାର ନାୟକ):କିଛି ଦିନ ହେଲା ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀ ରାଜନୀତି ଭିନ୍ନମୋଡ ନେଇଛି। ଏଥିମଧ୍ୟରେ ପାଖାପାଖି ୨୦ ଦିନ ହେବ ପ୍ରଶାନ୍ତ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri