Posted inଖେଳ

ଗୁରୁକୁଳ ଟେନିସ: ଓମିନ୍ଦରଙ୍କୁ ଡବଲ ଟାଇଟଲ

ଭୁବନେଶ୍ୱର, ୨୦।୭(କ୍ରୀଡ଼ା ପ୍ରତିନିଧି)-
ରାଜ୍ୟ କ୍ରୀଡ଼ା ଓ ଯୁବସେବା ବିଭାଗ ଆନୁକୂଲ୍ୟରେ ମେଣ୍ଢାଶାଳସ୍ଥିତ ଗୁରୂକୁଳ ରିସର୍ଟ ଟେନିସ କମ୍ପ୍ଲେକ୍ସରେ ଏଆଇଟିଏ-ଓଟିଏ ପୁରୁଷ ଟେନିସ ଟୁର୍ନାମେଣ୍ଟ ଶୁକ୍ରବାର ଶେଷ ହୋଇଛି। ଗତ ୧୫ ତାରିଖରୁ ଆରମ୍ଭ ହୋଇଥିବା ଏହି ପ୍ରତିଯୋଗିତାର ଉଭୟ ସିଙ୍ଗଲ୍ସ ଓ ଡବଲ୍ସରେ ଚାମ୍ପିୟନ ହୋଇ ଡବଲ ଟାଇଟଲ ହାସଲ କରିଛନ୍ତି ହରିୟାଣାର ଓମିନ୍ଦର ବୈସୋୟା। ସର୍ବଭାରତୀୟ ର଼୍ୟାଙ୍କ୍‌ର ୯୨ ନମ୍ବର ସ୍ଥାନରେ ଥିବା ଓମିନ୍ଦର ଏଠାରେ ୩ୟ ସିଡ୍‌ଭାବେ ଖେଳିଥିଲେ। ସିଙ୍ଗଲ୍ସ ଫାଇନାଲରେ ସେ ସର୍ବଭାରତୀୟ ର଼୍ୟାଙ୍କ୍‌ର ୮୯ତମ ସ୍ଥାନରେ ଥିବା ତଥା ଟପ୍‌ ସିଡ୍‌ ଦିଲ୍ଲୀର ଶୁଭମ୍‌ ମାଲହୋତ୍ରାଙ୍କୁ ୭-୫, ୬-୪ ସେଟ୍‌ରେ ପରାସ୍ତ କରିଥିଲେ। ଡବଲ୍ସରେ ମହାରାଷ୍ଟ୍ରର ମୈତ୍ରେୟ ଭଗତଙ୍କ ପାର୍ଟନର ହୋଇଥିଲେ ଓମିନ୍ଦର। ଏହି ଯୋଡ଼ି ଫାଇନାଲରେ ରାଜସ୍ଥାନର ଆୟୁଷ ଶର୍ମା ଓ ହରିୟାଣାର ମନଦୀପ ଯାଦବ ଯୋଡ଼ିଙ୍କୁ ୬-୪, ୬-୪ ସେଟ୍‌ରେ ହରାଇ ଟାଇଟଲ ହାସଲ କରିଥିଲେ। ଏହି ପ୍ରତିଯୋଗିତାରେ ପଶ୍ଚିମବଙ୍ଗ, ତାମିଲନାଡ଼ୁ, ତେଲେଙ୍ଗାନା, ଆନ୍ଧ୍ର ପ୍ରଦେଶ, ମହାରାଷ୍ଟ୍ର, ରାଜସ୍ଥାନ, ଛତିଶଗଡ଼, ଗୁଜରାଟ, ଉତ୍ତର ପ୍ରଦେଶ, ଦିଲ୍ଲୀ, ହରିୟାଣା, ବିହାର ଓ ଆୟୋଜକ ଓଡ଼ିଶା ଆଦି ୧୩ ରାଜ୍ୟର ୪୪ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ। ଚାମ୍ପିୟନ୍ସ ଓ ରନର୍ସଅପ୍‌ ପ୍ରତିଯୋଗୀ ଯଥାକ୍ରମେ ୨୦ ଓ ୧୫ ର଼୍ୟାଙ୍କିଙ୍ଗ୍‌ ପଏଣ୍ଟ ପାଇବା ସହ ୧୨,୫୦୦ ଓ ୮,୪୦୦ ଟଙ୍କା ପୁରସ୍କାର ଆକାରରେ ପାଇଛନ୍ତି। ଡବଲ୍ସ ଚାମ୍ପିୟନ ଓ ରନର୍ସଅପ୍‌ ଯଥାକ୍ରମେ ୧୫ ଓ ୧୦ ର଼୍ୟାଙ୍କିଙ୍ଗ୍‌ ପଏଣ୍ଟ ପାଇଛନ୍ତି। ପୁରସ୍କାର ଆକାରରେ ଏମାନଙ୍କୁ ୬,୨୦୦ ଓ ୩,୮୦୦ଟଙ୍କା ମିଳିଛି। ଉଦ୍‌ଯାପନୀ ଉତ୍ସବରେ ଗୁରୁକୁଳ ରିସର୍ଟର ନିର୍ଦ୍ଦେଶକ ଚିନ୍ମୟ ପ୍ରଧାନ, ଟୁର୍ନାମେଣ୍ଟ ରେଫରି ଜତୀନ ବୈତ୍ସ୍ୟ, ଓଡ଼ିଶା ଟେବୁଲ ଟେନିସ ଆସୋସିଏଶନ ମ୍ୟାନେଜର ପ୍ରକାଶ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ। ଚିନ୍ମୟଙ୍କ ମା’ ଡକ୍ଟର ଜେ. ନାୟକ ଅତିଥିଭାବେ ଯୋଗଦେଇ ପୁରସ୍କାର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୩୯ ବର୍ଷୀୟ କ୍ରିକେଟର୍‌ କଲେ ବଡ଼ କାରନାମା: ଭାଙ୍ଗିଲା ରୋହିତ ଶର୍ମାଙ୍କ ରେକର୍ଡ

ନୂଆଦିଲ୍ଲୀ,୨୦।୨: ଜିମ୍ବାୱେ ୨୦୨୬ ଟି୨୦ ବିଶ୍ୱକପରେ ଆଉ ଏକ ବଡ଼ ବିପର୍ଯ୍ୟୟ ଘଟାଇବାରେ ସଫଳ ହୋଇଛି। ଜିମ୍ବାୱେ ତା’ର ଶେଷ ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍‌ରେ ଶ୍ରୀଲଙ୍କାକୁ ୬…

ମଟନ-ଚିକେନ ଖାଇବା ଛାଡ଼ିଦେଲେ ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୦।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆକୁ ଟାଇଟଲ ଦେବା ପରେ ଜିମ୍ବାୱେ ଏବଂ ନାମ୍ବିଆରୁ ଫେରିଥିବା ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ରାଜସ୍ଥାନ…

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri