ଗୁରୁତର ଅବସ୍ଥାରେ ଅଜଣା ଯୁବକଙ୍କୁ ଉଦ୍ଧାରକଲା ଅଗ୍ନିଶମ ବିଭାଗ

ଆନନ୍ଦପୁର,୧୧।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ୫୩ ନଂ. ରାଜ୍ୟ ରାଜପଥ ବଞ୍ଚୋ ଛକ ନିକଟରେ ଶନିବାର ଜଣେ ଅଜଣା ଯୁବକ ଦୁର୍ଘଟଣାଗ୍ରସ୍ତ ହୋଇ ଗୁରୁତର ଅବସ୍ଥାରେ ପଡ଼ିଥିଲେ। ସ୍ଥାନୀୟ ଲୋକଙ୍କଠାରୁ ସୂଚନା ପାଇ ଆନନ୍ଦପୁର ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ସଂପୃକ୍ତ ଯୁବକଙ୍କୁ ଉଦ୍ଧାର କରି ଆନନ୍ଦପୁର ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଇଛନ୍ତି। ଖବର ଲେଖା ହେବା ପର୍ଯ୍ୟନ୍ତ ଯୁବକଙ୍କ ପରିଚୟ ମିଳିପାରିନାହିଁ।