ଭଞ୍ଜନଗର,୬।୯(ଡି.ଏନ୍.ଏ.)- ବେସରକାରୀ ଅନୁଦାନ ପ୍ରାପ୍ତ ଏବଂ ଅଣ ଅନୁଦାନପ୍ରାପ୍ତ କଲେଜରେ ୧ ଜୁନ୍ ୨୦୦୮ ଠାରୁ ୩୦ ନଭେମ୍ବର ୨୦୧୩ ମଧ୍ୟରେ ନିଯୁକ୍ତି ପାଇଥିବା ଅଧ୍ୟାପକ ଓ କର୍ମଚାରୀ ସଂଘ ଭଞ୍ଜନଗର ଶାଖା ପକ୍ଷରୁ ଗୁରୁବାର ଗୁରୁ ଦିବସକୁ କଳା ଦିବସ ଭାବେ ପାଳନ କରାଯାଇଥିଲା। ଏଥିସହ ସଂଘର ସଭ୍ୟାସଭ୍ୟମାନେ ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ କଲେଜ ମୁଖ୍ୟ ଫାଟକ ସମ୍ମୁଖରେ କଳାବ୍ୟାଜ ପରିଧାନ କରି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ସଂଘର ଦାବି ହେଲା ତୁରନ୍ତ ସମସ୍ତ ଅଧ୍ୟାପକ କର୍ମଚାରୀଙ୍କୁ ଜିଆଇ ସହ ଅନ୍ୟାନ୍ୟ ସୁବିଧା ସୁଯୋଗ ଦିଆଯାଉ। ବିକ୍ଷୋଭ ସମୟରେ ସଂଘର ଜିଲା ସଂଯୋଜିକା ଅଧ୍ୟାପିକା ସସ୍ମିତା ଦାସ, ଅଧ୍ୟାପିକା ସ୍ମରଣିକା ପାଢ଼ୀ, ଅଧ୍ୟାପକ ବୁଦ୍ଧିନାଥ ବେହେରା, କର୍ମଚାରୀ ନିଶାନ୍ତ ଆଦେନୀ, ଅଜିତ ସାହୁ, ବିକ୍ରମ ବେହେରା, କୈଳାସ ଜେନା, ଅଜୟ ମିଶ୍ର, ସୀତାରାମ ପଣ୍ଡା ପ୍ରମୁଖ ଆନ୍ଦୋଳନରେ ସାମିଲ ଥିଲେ। ଏନେଇ ଜିଲା ସଂଯୋଜିକା ଶ୍ରୀମତୀ ଦାସ ଏଠାରେ କହିଛନ୍ତି ଯେ, ସରକାର କଲେଜ ଗୁଡ଼ିକରେ ଖାଲିଥିବା ପଦବୀ ଗୁଡ଼ିକରେ ନୂଆ ନିଯୁକ୍ତି ଦେଉଛନ୍ତି। ଉଚ୍ଚ ଦରମା ମଧ୍ୟ ସେମାନଙ୍କୁ ପ୍ରଦାନ କରୁଛନ୍ତି। କିନ୍ତୁ ପରିଚାଳନା କମିଟି ଅଧୀନରେ ବହୁବର୍ଷ ଧରି କାର୍ଯ୍ୟ କରୁଥିବା ଅଧ୍ୟାପକ ଓ କର୍ମଚାରୀଙ୍କ କଥା ସରକାର ବିଚାରକୁ ନେଉନାହାନ୍ତି। ଏନେଇ ବିଭିନ୍ନ ସମୟରେ ସରକାରଙ୍କ ଦୃଷ୍ଟି ଆକର୍ଷଣ କରାଯାଇ କେବଳ ପ୍ରତିଶ୍ରୁତି ମିଳିଛି। ଯାହାକୁ ନେଇ କର୍ମଚାରୀମାନଙ୍କ ମଧ୍ୟରେ ଅସନ୍ତୋଷ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ତେଣୁ କର୍ମଚାରୀମାନେ ବାଧ୍ୟ ହୋଇ ଗୁରୁଦିବସକୁ କଳାଦିବସ ଭାବେ ପାଳନ କରିବା ସହ କଳାବ୍ୟାଜ ପରିଧାନ କରିଥିଲେ। ଆଗାମୀ ଦିନରେ ସରକାର ଏନେଇ କୌଣସି ବିଚାର ନକଲେ ସଂଘ ପକ୍ଷରୁ ଆନ୍ଦୋଳନ କରାଯିବ ବୋଲି ଶ୍ରୀମତୀ ଦାସ ସୂଚନା ଦେଇଛନ୍ତି। ସେହିଭଳି ବିଡ଼ିପୁର କଲେଜରେ ମଧ୍ୟ ଆନ୍ଦୋଳନ ହୋଇଥିବା ଜଣାପଡ଼ିଛି।
Posted inଆମ ଜିଲା ଖବର, ଗଞ୍ଜାମ View All
କେନାଲରେ ଫସି ରହିଥିଲା ବାର୍ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ
ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…
ଭଞ୍ଜନଗର ବିଧାୟକଙ୍କ ବଡ଼ ସୂଚନା, ସମସ୍ତ ହାଇସ୍କୁଲରେ ଖୋଲିବ ଯୁକ୍ତ ୨
ଭଞ୍ଜନଗର,୧୬।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ୍ ରାସ୍ତାରେ ତ୍ରିରଙ୍ଗା ମିଡ଼ିଆ ଓ ସାମାଜିକ ସଂଗଠନର କାର୍ଯ୍ୟାଳୟ ଶନିବାର ରାତିରେ ଉଦ୍ଘାଟିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…
ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ
ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…
ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…
ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…
ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍ ଚାମ୍ପିୟନ
ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…
ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…
ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…
ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…
ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…
ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….
ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…
Archives

