ଗୁରୁଦେବ ହସ୍‌ପିଟାଲ ସିଲ୍‌ କଲା ପ୍ରଶାସନ

ବ୍ରହ୍ମପୁର ଅଫିସ, ୨୨ା୨-ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ବ୍ରହ୍ମନଗରରରେ ଥିବା ଗୁରୁଦେବ ହସ୍‌ପିଟାଲକୁ ଶୁକ୍ରବାର ସନ୍ଧ୍ୟାରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ନିର୍ଦ୍ଦେଶକ୍ରମେ ସିଲ୍‌ କରାଯାଇଛି ।
ହସ୍‌ପିଟାଲ ମାଲିକ କ୍ଲିନିକାଲ ଏଷ୍ଟାବ୍ଲିସ୍‌ମେଣ୍ଟ ସମ୍ପର୍ର୍କିତ କାଗଜପତ୍ର ଦେଇ ନ ପାରି ନ ଥିବାରୁ ମାଜିଷ୍ଟ୍ରେଟ ଭାବେ ବ୍ରହ୍ମପୁର ତହସିଲଦାର ଶିପକ କୁମାର ପାତ୍ରଙ୍କ ଉପସ୍ଥିତିରେ ହସ୍‌ପିଟାଲକୁ ସିଲ୍‌ କରାଯାଇଛି। ଜିଲାପାଳଙ୍କ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ହସ୍‌ପିଟାଲ ବନ୍ଦ ରହିବ ବୋଲି ଉପଜିଲାପାଳ ସିନ୍ଧେ ଦତ୍ତାତ୍ରୟ ଭାଉସାହେବ ସୂଚନା ଦେଇଛନ୍ତି । ଅନ୍ୟପକ୍ଷରେ ଏଠାରେ ଚିକିତ୍ସିତ ହେଉଥିବା ୧୬ ମହିଳାଙ୍କ ମଧ୍ୟରୁ ଜଣଙ୍କୁ ବ୍ରହ୍ମପୁର ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି। ଅନ୍ୟ ୧୫ଜଣଙ୍କ ଅସ୍ତ୍ରୋପଚାର ହୋଇଥିବାରୁ ସପ୍ତାହେ ପର୍ଯ୍ୟନ୍ତ ଗୁରୁଦେବ ହସ୍‌ପିଟାଲରେ ହିଁ ଚିକିତ୍ସା ଚାଲିବ ବୋଲି ଡିଏମଓ ରାଜେନ୍ଦ୍ର କୁମାର ସାହୁ ସୂଚନା ଦେଇଛନ୍ତି ।
୧୫ ଜଣଙ୍କ ମଧ୍ୟରେ ୧୩ ପ୍ରସୂତି ଅଛନ୍ତି। ସପ୍ତାହେ ଧରି ସମ୍ପୃକ୍ତ ଡାକ୍ତର ସେମାନଙ୍କ ଚିକିତ୍ସା କରିବେ ବୋଲି ପ୍ରଶାସନ ତରଫରୁ ସୂଚନା ମିଳିଛି । ଶୁକ୍ରବାର ସିଟି ହସ୍‌ପିଟାଲର ସ୍ତ୍ରୀ ଓ ପ୍ରସୂତି ବିଭାଗ ଡାକ୍ତର ଗୀତାଞ୍ଜଳି ଦାଶ ଓ ମେଡ଼ିକାଲ ଟିମ ରୋଗୀମାନଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଥିଲେ।
ଚିକିତ୍ସା ଅବହେଳାରୁ ଗୁରୁଦେବ ହସ୍‌ପିଟାଲରେ ସୋମବାର ରାତିରେ ଐଶ୍ୱର୍ଯ୍ୟା ସିଂଦେଓଙ୍କ ମୃତ୍ୟୁ ହୋଇଥିବା ଜିଲା ପ୍ରଶାସନ ନିକଟରେ ଅଭିଯୋଗ ହୋଇଥିଲା । ଉକ୍ତ ହସ୍‌ପିଟାଲଟି କ୍ଲିନିକାଲି ଏଷ୍ଟାବ୍ଲିସ୍‌ମେଣ୍ଟ ଆକ୍ଟ ଅନୁସାରେ ସମସ୍ତ ସର୍ତ୍ତାବଳୀ ପୂରଣ କରିଛି କି ନାହିଁ, ନିୟମ ଅନୁସାରେ ପଞ୍ଜୀକରଣ, ବର୍ଜ୍ୟବସ୍ତୁ ପରିଚାଳନା ଓ ଅଗ୍ନି ନିରାପତ୍ତା ବ୍ୟବସ୍ଥା ଠିକ ଭାବେ ପାଳନ କରାଯାଉଛି କି ନାହିଁ ତାହାର ପ୍ରଶାସନିକ ତଦନ୍ତ କରିବାକୁ ଜିଲାପାଳ ଗତ ୧୯ ତାରିଖରେ ନିର୍ଦ୍ଦେଶ ଦେଇଥିଲେ ା ପ୍ରଶାସନର ମିଳିତ ଟିମ ଯାଞ୍ଚ କରି ଜବତ କରିଥିବା କାଗଜପତ୍ରଗୁଡ଼ିକ ଜିଲାପାଳଙ୍କ ନିକଟକୁ ପଠାଇଥିଲା। ଗୁରୁଦେବ ହସପିଟାଲ କଳ୍ପନା ବରାଳଙ୍କ ନାମରେ ପଞ୍ଜୀକୃତ ହୋଇଛି, ହେଲେ ତାହା ଅନ୍ୟମାନଙ୍କ ଦ୍ୱାରା ପରିଚାଳିତ ହେଉଥିବା ଜଣାପଡିିଥିଲା ା


Enter your email to get our daily news in your inbox.

All Right Reserved By Dharitri.Com

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri