ଗୁରୁନାନକ ଜୟନ୍ତୀରେ ଯୋଗଦେଲେ ବାଚସ୍ପତି

ଭୁବନେଶ୍ୱର,୧୨।୧୧(ବ୍ୟୁରୋ)- ଓଡ଼ିିଶା ବିଧାନସଭାର ବାଚସ୍ପତି ଡ. ସୂର୍ଯ୍ୟ ନାରାୟଣ ପାତ୍ର ପଞ୍ଜାବର ସୁଲତାନପୁର ଲୋଧିଠାରେ ଗୁରୁନାନକଙ୍କ ୫୫୦ତମ ଜୟନ୍ତୀ (ପ୍ରକାଶ ପର୍ବ)ରେ ଓଡ଼ିଶା ପକ୍ଷରୁ ପ୍ରତିନିଧିତ୍ୱ କରିଛନ୍ତି । ଏହି ଉପଲକ୍ଷେ ଐତିହାସିକ ବେର୍‌ସାହିବ୍‌ ଗୁରୁଦ୍ୱାରଠାରେ ଆୟୋଜିତ ସଭାରେ ଯୋଗଦେଇ ଡ. ପାତ୍ର କହିଥିଲେ ଯେ, ଗୁରୁନାନକ ଦେବ ସୁଲତାନପୁର ଲୋଧିଠାରେ ୧୪ ବର୍ଷ ବିତାଇଥିଲେ । ସେ ପ୍ରତ୍ୟହ ପବିତ୍ର କାଲିବେନ୍‌ ନଦୀରେ ସ୍ନାନ କରି ବେର୍‌ ଗଛମୂଳରେ ଧ୍ୟାନ କରୁଥିଲେ । ପ୍ରଥମ ସ୍ନାନ ପରେ ତାଙ୍କର ଦିବ୍ୟଜ୍ଞାନ ପ୍ରାପ୍ତି ହୋଇଥିଲା । ସେହିପରି ଗୁରୁନାନକଙ୍କ ମତରେ କେବଳ ଜଣେ ଈଶ୍ୱର ଅଛନ୍ତି ଓ ସେ ହେଉଛନ୍ତି ସତ୍ୟ ବୋଲି ବାଚସ୍ପତି କହିଥିଲେ । ସେ ପ୍ରଥମ ଶିଖ୍‌ଗୁରୁଙ୍କର ଜୟନ୍ତୀରେ ଯୋଗଦେଇ ନିଜକୁ ଗର୍ବିତ ମନେ କରୁଥିବା ସୂର୍ଯ୍ୟପାତ୍ର କହିଛନ୍ତି। । ବର୍ତ୍ତମାନ ସମୟରେ ନାନକଙ୍କ ଅମୃତବାଣୀର ପ୍ରସଙ୍ଗିକତା ରହିଥିବା ବାଚସ୍ପତି ମତ ରଖିଥିଲେ। ଏହି ଅବସରରେ ହରିୟାଣାର ମୁଖ୍ୟମନ୍ତ୍ରୀ ମନୋହରଲାଲ ଖଟ୍ଟର, ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ଜୟରାମ ଠାକୁର, ଶିରୋମଣି ଗୁରୁଦ୍ୱାର ପ୍ରବନ୍ଧ କମିଟିର ଅଧ୍ୟକ୍ଷ ଗୋବିନ୍ଦ ସିଂହ ଲଙ୍ଗ୍‌ୱାଲ୍‌ ଓ ପୂର୍ବତନ ଅଧ୍ୟକ୍ଷା ବିବି ଜାଗିର୍‌ କୌର୍‌ଙ୍କ ସମେତ ଅନ୍ୟ ମାନ୍ୟଗଣ୍ୟ ସେହି ଉତ୍ସବରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri