ଗୁରୁବାର ହେବ ଏହି ଅଭିନେତ୍ରୀଙ୍କ ଭାଗ୍ୟ ପରୀକ୍ଷା

ଲୋକସଭା ନିର୍ବାଚନର ଫଳାଫଳ ଗୁରୁବାର ଜଣାପଡ଼ିବ। ଏନେଇ ରାଜନୈତିକ ବାତାବରଣ ବେଶ୍‌ ସରଗରମ ହୋଇଉଠିଛି। ଏ କ୍ଷେତ୍ରରେ ଫିଲ୍ମ ଇଣ୍ଡଷ୍ଟ୍ରିର କିଛି ଅଭିନେତ୍ରୀଙ୍କର ମଧ୍ୟ ଭାଗ୍ୟ ପରୀକ୍ଷା ହେବ। ଏମାନଙ୍କ ମଧ୍ୟରୁ ଜଣେ ଅଭିନେତ୍ରୀ ହେଉଛନ୍ତି ନୁସ୍‌ରତ ଜହାନ। ସେ ବେଙ୍ଗଲୀ ଫିଲ୍ମ ପାଇଁ ବେଶ୍‌ ପରିଚିତ। ଯିଏ କି ଚଳିତବର୍ଷ ଲୋକସଭା ନିର୍ବାଚନ ଲଢ଼ିଛନ୍ତି।

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନୁର୍‌ଙ୍କୁ ବସିରହାଟ ଲୋକସଭା ନିର୍ବାଚନମଣ୍ଡଳୀ ପାଇଁ ପ୍ରାର୍ଥୀ କରାଇଛନ୍ତି। ତୃଣମୂଳ କଂଗ୍ରେସରୁ ଟିକେଟ ପାଇ ନୁସ୍‌ରତ ନିର୍ବାଚନ ଲଢ଼ିଛନ୍ତି। ଟିକେଟ ମିଳିବା ପରଠାରୁ ଏହି ଅଭିନେତ୍ରୀ ଜଣକ ଟ୍ରୋଲ ହେବାରେ ଲାଗିଛନ୍ତି। ନୁସ୍‌ରତ ୨୦୧୦ରେ ଏକ ବ୍ୟୁଟି କଣ୍ଟେଷ୍ଟ ଜିତିବା ପରେ ମଡେଲିଂ କ୍ୟାରିୟର ଆରମ୍ଭ କରିଥିଲେ। ସେ ବେଙ୍ଗଲୀ ଫିଲ୍ମ ‘ଶତ୍ରୁ’ରେ କ୍ୟାରିୟର ଆରମ୍ଭ କରିଥିଲେ। ୨୯ ବର୍ଷୀୟା ନୁସରତ ଏବେ ‘ଖୋଖା ୪୨୦’, ‘ଖିଲାଡ଼ି’, ‘ସୋଧେ ନମାର ଆଗେ’ ପରି ଫିଲ୍ମରେ କାମ କରି ସାରିଛନ୍ତି। ଯାହା ବି ହେଉ ଏବେ ତାଙ୍କ ନିର୍ବାଚନ ଫଳାଫଳକୁ ନେଇ ଆଶାବାଦୀ ଅଛନ୍ତି ଦର୍ଶକ।


Enter your email to get our daily news in your inbox.

All Right Reserved By Dharitri.Com

ଘୋଷଣା ହେଲା ଓଡ଼ିଶା ହାଇକୋର୍ଟର ଗ୍ରୀଷ୍ମ ଅବକାଶ, ଏହି ତାରିଖରୁ ବନ୍ଦ ରହିବ

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ୍): ଓଡ଼ିଶା ହାଇକୋର୍ଟରେ ଗ୍ରୀଷ୍ମ ଅବକାଶ । ମେ ୨୩ରୁ ଜୁନ୍ ୨୧ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମ ଅବକାଶ ରହିବ । ଜୁନ୍ ୨୨ ତାରିଖରେ…

ଗ୍ରୀଷ୍ମ ବଦଳାଇଲା ସ୍କୁଲ ଛୁଟିର କ୍ୟାଲେଣ୍ଡର! ଜୁଲାଇ ପର୍ଯ୍ୟନ୍ତ ବନ୍ଦ ରହିବ ସ୍କୁଲ? ଜାଣନ୍ତୁ…

ଚଣ୍ଡିଗଡ଼,୨୧।୫: ସାରା ଦେଶରେ ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ହେଲେ ପଞ୍ଜାବ ଏବଂ ଚଣ୍ଡିଗଡ଼ରେ ପ୍ରବଳ ଗରମ ଯୋଗୁ ସେଠାକାର ଜନତା ଆତଙ୍କିତ ହୋଇପଡ଼ିଛନ୍ତି। ପଞ୍ଜାବର…

ଭିଜିଲାନ୍ସ ଜାଲରେ ଟିଟିଲାଗଡ଼ ARCS ଅଫିସ୍‌ର ସିନିୟର୍ ଆସିଷ୍ଟାଣ୍ଟ, ବକେୟା ଦରମା କରାଇ ଦେବାକୁ ନେଉଥିଲେ ଲାଞ୍ଚ

ବଲାଙ୍ଗୀର,୨୧।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା ଟିଟିଲାଗଡ଼ ARCS ଅଫିସରେ ଭିଜଲାନ୍ସ ଚଢ଼ାଉ । ARCS ଅଫିସର ସିନିୟର୍ ଆସିଷ୍ଟାଣ୍ଟ ଅନିଲ୍ ପଣ୍ଡାଙ୍କୁ ଧରିଲା ବଲାଙ୍ଗୀର,ସୋନପୁର ଭିଜିଲାନ୍ସ…

ଇବୋଲା ବିପଦକୁ ଦେଖି ସ୍ଥଗିତ ରହିଲା ଭାରତ-ଆଫ୍ରିକା ସମ୍ମିଳନୀ, ଦିଲ୍ଲୀରେ ଥିଲା କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୧।୫: ଆଫ୍ରିକାର କିଛି ଅଂଶରେ ଇବୋଲା ଭାଇରସର ବୃଦ୍ଧି ପାଉଥିବା ପ୍ରକୋପକୁ ଦୃଷ୍ଟିରେ ରଖି, ଭାରତ ଏବଂ ଆଫ୍ରିକୀୟ ସଂଘ ମଧ୍ୟରେ ସ୍ଥିର ହୋଇଥିବା ଶିଖର ସମ୍ମିଳନୀକୁ…

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ, ଟେଣ୍ଟ ତଳେ ଚାପି ହୋଇ ୩ ମୃତ

କେନ୍ଦୁଝର,୨୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ୍ ଥାନା ଅନ୍ତର୍ଗତ ନରଣପୁରରେ ଅଭାବନୀୟ ଘଟଣା ଘଟିଯାଇଛି । ପ୍ରଚଣ୍ଡ ପବନରେ ଟେଣ୍ଟ ଭୁଶୁଡ଼ିବାରୁ ଚାପି ହୋଇ ୩ଜଣଙ୍କ ମୃତ୍ୟୁ…

‘କିଶୋରୀମାନେ ପରିବାରର ବୋଝ ନୁହନ୍ତି’

ଛତ୍ରପୁର,୨୧ା୫(ଦିଲ୍ଲୀପ ସାମଲ): କିଶୋରୀମାନେ ପରିବାରର ବୋଝ ନୁହନ୍ତି। ସେମାନେ ଦେଶର ସ୍ବର୍ଣ୍ଣିମ ଭବିଷ୍ୟତ। ସେମାନଙ୍କୁ ସମସ୍ତ ପ୍ରକାର ସୁବିଧା-ସୁଯୋଗ ତା’ସହିତ ସୁରକ୍ଷା ଓ ସମ୍ମାନ ଯୋଗାଇଦେବା ଆମ…

ଇରାନ-ପାକିସ୍ତାନ ମଧ୍ୟରେ ହେଲା ‘ଟେବୁଲ ତଳେ ଚୁକ୍ତି’ , ସହି ପାରିବେ ନାହିଁ ଟ୍ରମ୍ପ

ଇସଲାମାବାଦ,୨୧।୫: ପାକିସ୍ତାନର ଶାସକମାନେ ନିଜ ଦେଶକୁ ଅପମାନିତ କରିବାରେ ସମସ୍ତ ସୀମା ଅତିକ୍ରମ କରିଛନ୍ତି। ଶାହବାଜ, ମୁନିର ଏବଂ ବର୍ତ୍ତମାନ ମୋହସିନ ନକଭି ସେମାନଙ୍କର ସାଧୁତା ବିକ୍ରୟ…

ଗୋଟିଏ ମଞ୍ଚରେ ଏକାଠି ହୋଇପାରୁନାହାନ୍ତି କଂଗ୍ରେସ ନେତା

ଭଞ୍ଜନଗର,୨୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିର୍ବାଚନମଣ୍ଡଳୀରେ କଂଗ୍ରେସର ସବୁ ନେତା ଏକାଠି ହୋଇ ପାରୁନାହାନ୍ତି ଗୋଟିଏ ମଞ୍ଚରେ। ଇତିମଧ୍ୟରେ ଭଞ୍ଜନଗର ବ୍ଲକର ପୂର୍ବତନ ଅଧ୍ୟକ୍ଷ ତଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri