ଗୁରୁବାର ସନ୍ଧ୍ୟା ୭ଟାରୁ ଦର୍ଶନ ବନ୍ଦ

ପୁରୀ ଅଫିସ,୧୦ା୭: ଶ୍ରୀଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାରରେ ପହଞ୍ଚତ୍ଛନ୍ତି ତିନିରଥ। ମଙ୍ଗଳବାର ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ଓ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ ଦକ୍ଷିଣ ମୋଡ଼ କରାଯାଇ ନାକଚଣା ଦ୍ୱାର ଅଣାଯାଇଥିଲା। ତେବେ ସନ୍ଧ୍ୟା ହୋଇଯିବାରୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥର ଦକ୍ଷିଣମୋଡ଼ ହୋଇପାରି ନ ଥିଲା। ଗୁଣ୍ଡିଚା ମନ୍ଦିର ସିଂହଦ୍ୱାର ସମ୍ମୁଖରେ ଥିବା ନନ୍ଦିଘୋଷ ରଥକୁ ବୁଧବାର ପୂର୍ବାହ୍ନ ୮ଟା ୪୦ରେ ଟଣାଯାଇ ବଡ଼ଶଙ୍ଖଠାରେ ଦକ୍ଷିଣ ମୋଡ଼ କରାଯାଇଥିଲା। ପୂର୍ବାହ୍ନ ୯ଟା ୫୦ରେ ଏହି ରଥ ନାକଚଣା ଦ୍ୱାରରେ ଲାଗିଥିଲା। ଗୁରୁବାର ସନ୍ଧ୍ୟା ଦର୍ଶନ। ଆଡ଼ପ ମଣ୍ଡପରେ ଭକ୍ତଙ୍କୁ ଦର୍ଶନ ଦେଇ ଚତୁର୍ଦ୍ଧାବିଗ୍ରହ ଶୁକ୍ରବାର ବାହୁଡ଼ାରେ ରଥରେ ବସି ଶ୍ରୀମନ୍ଦିର ଅଭିମୁଖେ ଯାତ୍ରା କରିବେ। ଗୁରୁବାର ସନ୍ଧ୍ୟା ୭ଟାରୁ ଠାକୁରଙ୍କ ଦର୍ଶନ ବନ୍ଦ ରହିବ। ଏହାପରେ ଶ୍ରୀଗୁଣ୍ଡିଚା ମନ୍ଦିର ଶୋଧ କରାଯାଇ ବାହୁଡ଼ା ଯାତ୍ରା ପ୍ରସ୍ତୁତି ଆରମ୍ଭ ହେବ। ଭକ୍ତମାନେ ଶ୍ରୀଗୁଣ୍ଡିଚା ମନ୍ଦିର ଆନନ୍ଦ ବଜାରକୁ ଯିବା ଲାଗି କେବଳ ନାକଚଣା ଦ୍ୱାର ଖୋଲା ରହିବ ବୋଲି ଶ୍ରୀମନ୍ଦିର ଲୋକ ସମ୍ପର୍କ ଅଧିକାରୀ ଲକ୍ଷ୍ମୀଧର ପୂଜାପଣ୍ଡା କହିଛନ୍ତି। ସନ୍ଧ୍ୟା ଦର୍ଶନ ଲାଗି ନୀତି ନିର୍ଘଣ୍ଟ ହୋଇଛି। ଏହି ଅନୁଯାୟୀ ଦ୍ୱାରଫିଟା ଗୁରୁବାର ଭୋର ୪ଟା, ମଙ୍ଗଳ ଆଳତି-୪ଟା ୩୦, ମଇଲମ-ତଡ଼ପଲାଗି ୫ଟା, ଅବକାଶ ସକାଳ ୬ଟା, ରୋଷହୋମ ୬ଟା ୧୫, ସୂର୍ଯ୍ୟପୂଜା ୬ଟା ୩୦, ଦ୍ୱାରପାଳ ପୂଜା ୬ଟା ୪୫, ବେଶ ଶେଷ ୭ଟା, ଗୋପାଳ ବଲ୍ଲଭ ୭ଟା ୩୦, ସକାଳ ଧୂପ ୮ଟାରୁ ୯ଟା ୩୦, ଭୋଗମଣ୍ଡପ-୮ଟା ୩୦ରୁ ୧୦ଟା ୩୦, ମଇଲମ ପୂର୍ବାହ୍ନ ୧୦ଟା ୪୫, ଯାତ୍ରାଙ୍ଗୀ ମହାସ୍ନାନ ୧୧ଟା ୩୦, ସର୍ବାଙ୍ଗ ମଧ୍ୟାହ୍ନ ୧୨ଟା, ନୂଆଲାଗି ବେଶ ଅପରାହ୍ନ ୧ଟା, ମଧ୍ୟାହ୍ନ ଧୂପ ୧ଟା ୩୦ରୁ ୩ଟା, ୨ୟ ଭୋଗ ମଣ୍ଡପ ୨ଟାରୁ ୩ଟା ୩୦, ମଇଲମ, ବେଶ ୩ଟା ୪୫ ରୁ ୪ଟା ୪୦, ସନ୍ଧ୍ୟା ଆଳତି ୫ଟା, ସନ୍ଧ୍ୟା ଧୂପ ସାଢେ ୫ଟାରୁ ସନ୍ଧ୍ୟା ୭ଟା, ୩ୟ ଭୋଗମଣ୍ଡପ ୫ଟା୪୫ ରୁ ୭ଟା ୩୦, ରାହାସକୁ ଦିଅଁ ବିଜେ ରାତି ୮ଟା, ମଇଲମ ୮ଟା ୧୫, ଚନ୍ଦନ ଲାଗି ୮ଟା ୩୦, ବଡସିଂହାର ବେଶ ରାତ୍ର ୯ଟା, ବଡସିଂହାର ଭୋଗ ୯ଟା ୩୦, ପହୁଡ ଆଳତି ୧୦ଟା, ଶ୍ରୀମୁଖ ଖଣ୍ଡୁଆ ୧୦ଟା ୧୫, ବାହୁଟ କଣ୍ଟ ୧୦ଟା ୩୦, ଚାରବନ୍ଧା ରାତି ୧୧ଟାରୁ ୨ଟା ଏବଂ କୁସୁମିଲାଗି ୨ଟା ୩୦ରୁ ୩ଟା ୩୦ ମଧ୍ୟରେ ହେବ ବୋଲି ସ୍ଥିର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ପାଣ୍ଡିଆନ୍‌ଙ୍କୁ ଜେଡ୍‌ କାଟେଗୋରି ସୁରକ୍ଷା କାହିଁକି ମିଳୁଛି’

ଭୁବନେଶ୍ୱର, ୨୬।୪(ସୁନିତ୍‌ ମିଶ୍ର):କୌଣସି ସାମ୍ବିଧାନିକ ପଦପଦବୀରେ ନାହାନ୍ତି। ସେ ଏମ୍‌ପି କି ବିଧାୟକ କିମ୍ବା କୌଣସି ଦଳୀୟ ନେତା ବି ନୁହନ୍ତି। ସେ ଜଣେ ବିଜେଡିର...

ସରକାରୀ ହସ୍ପିଟାଲ ପରିସରରେ ଥିବା ଘରୋଇ ଔଷଧ ଦୋକାନ ହେବ ବନ୍ଦ

ଭୁବନେଶ୍ୱର, ୨୬।୪(ବନ୍ଦନା ସେଠୀ):ରାଜ୍ୟର ସରକାରୀ ଡାକ୍ତରଖାନା ପରିସରରେ ରହିଥିବା ଘରୋଇ ଔଷଧ ଷ୍ଟୋର୍‌ ବନ୍ଦ ହେବ। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଏପରି କଡ଼ା...

ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ନାମାଙ୍କନ ଶେଷ

ଭୁବନେଶ୍ୱର,୨୬ା୪(ଅନିଲ ଦାସ): ରାଜ୍ୟର ପ୍ରଥମ ପର୍ଯ୍ୟାୟ(ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ପାଇଁ ଗୁରୁବାର ନାମାଙ୍କନ ଦାଖଲ ପ୍ରକ୍ରିୟା ଶେଷ ହୋଇଛି। ଏପ୍ରିଲ ୧୮ରୁ ୨୪ ତାରିଖ...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri