ଗୁରୁବେଡାରେ ୨ ହାତୀ ମୃତ୍ୟୁ ଘଟଣା: ୩ ଅଭିଯୁକ୍ତ ଗିରଫ, ମିଳୁନି ହାତୀ ଦାନ୍ତ

ବଡ଼ବିଲ/ଯୋଡ଼ା,୧୯।୬(ଡି.ଏନ୍‌.ଏ/ସ୍ବ.ପ୍ର)-କେନ୍ଦୁଝର ଜିଲା ଚମ୍ପୁଆ ଫରେଷ୍ଟ ରେଞ୍ଜର ଗୁରୁବେଡା ବୈତରଣୀ(ଖ)ସଂରକ୍ଷିତ ଜଙ୍ଗଲରେ୨ ହାତୀଙ୍କ ମୃତ୍ୟୁ ଘଟଣାରେ ଶୁକ୍ରବାର ୩ ଅଭିଯୁକ୍ତ ବନବିଭାଗ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଏହାପରେ ବିନବିଭାଗ ସେମାନଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଗୁରୁବେଡା ଭୋଳବେ ଗ୍ରାମର ଶ୍ରୀଧର ମୁଣ୍ଡା, ବିନ୍ଦରାଇ ମୁଣ୍ଡା ଓ ମାତଲୁ ମୁଣ୍ଡା। ଅନ୍ୟପଟେ ଅଭିଯୁକ୍ତଙ୍କ ନିକଟରୁ ହାତୀ ଦାନ୍ତ ଉଦ୍ଧାର କରିପାରିନି ବନବିଭାଗ। ଯାହାକି ବନବିଭାଗର ମୁଣ୍ଡ ବିନ୍ଧାର କାରଣ ପାଲଟିଛି।
ଅଭିଯୁକ୍ତମାନେ କହିଛନ୍ତି, ଗତ ଶନିବାର ରାତିରେ ସେମାନେ ବାର୍‌ହା ଶିକାର ପାଇଁ ଜଙ୍ଗଲରେ ବିଦ୍ୟୁତ୍‌ ତାର ବିଛାଇଥିଲେ। ରବିବାର ଭୋର ସମୟରେ ଜଙ୍ଗଲକୁ ତାର ଫିଟାଇବାକୁ ଯାଇ ଦେଖିଲାବେଳକୁ ଉକ୍ତ ତାର ସଂସ୍ପର୍ଶରେ ଆସି ୨ଟି ହାତୀ ମୃତ୍ୟୁବରଣ କରିଥିଲେ। ପରେ ମୃତ ହାତୀ ଦ୍ୱୟଙ୍କୁ ଦେଖି ଭୟଭୀତ ହୋଇ ସେଠାରୁ ଚାଲିଯାଇଥିଲେ। ହାତୀ ଦାନ୍ତ ବିଷୟରେ ଆମକୁ କିଛି ଜଣା ନାହିଁ ବୋଲି ଅଭିଯୁକ୍ତମାନେ ପ୍ରକାଶ କରିଛନ୍ତି। ଏ ନେଇ କେନ୍ଦୁଝର ଡିଏଫଓ ସନ୍ତୋଷ ଯୋଶୀ କହିଛନ୍ତି, ତଦନ୍ତ ଚାଲିଛି। ଦାନ୍ତ ଉଦ୍ଧାର ପାଇଁ ଚେଷ୍ଟା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୪ ସଂସଦୀୟ କ୍ଷେତ୍ରରେ ମହିଳା ଭୋଟର ଅଧିକ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ଆସନ୍ତା ମେ’ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ବ୍ରହ୍ମପୁର ସଂସଦୀୟ...

ଜଙ୍ଗଲ ନିଆଁ: ୯୯ ପ୍ରତିଶତ ମନୁଷ୍ୟକୃତ

ଭୁବନେଶ୍ୱର, ୧୯।୪(ଅସମାପିକା ସାହୁ):ରାଜ୍ୟରେ ତାତି ସାଙ୍ଗକୁ ବଢୁଛି ଜଙ୍ଗଲ ନିଆଁ ବିପଦ। ଚଳିତବର୍ଷ ଜଙ୍ଗଲରେ ଲାଗିଥିବା ନିଆଁ ବର୍ତ୍ତମାନ ଚିନ୍ତାଜନକ ରହିଛି। ଗତବର୍ଷ ତୁଳନାରେ ଚଳିତବର୍ଷ...

ଜଳୁଛି ଓଡ଼ିଶା:୪୦ ଡିଗ୍ରୀ ଉପରେ ୩୨ ସହର ତାପମାତ୍ରା

ଭୁବନେଶ୍ୱର, ୧୯ା୪(ଅସମାପିକା ସାହୁ):ଡହ ଡହ ଖରାରେ ସିଝୁଛି ସାରା ଓଡ଼ିଶା। ଉପକୂଳରୁ ଆଭ୍ୟନ୍ତରୀଣ, ଉତ୍ତରରୁ ଦକ୍ଷିଣ ଓଡ଼ିଶା ସବୁଠି ପାରଦ ଉପରମୁହାଁ ହୋଇଯାଇଛି। ଗୁରୁବାର ରାଜ୍ୟର...

ରାଜ୍ୟରେ ଆରମ୍ଭ ହେଲା ନାମାଙ୍କନ ପ୍ରକ୍ରିୟା

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ରାଜ୍ୟର ପ୍ରଥମ ପର୍ଯ୍ୟାୟ (ସମଗ୍ର ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ମେ’ ୧୩ରେ ଅନୁଷ୍ଠିତ ହେବ। ଏଥିପାଇଁ ଗୁରୁବାର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ...

ସାଙ୍ଗଙ୍କୁ ପଥରରେ ଛେଚି ମାରିଦେଲେ

କେନ୍ଦୁଝର,୧୯ା୪(ଦୀପକ ମିଶ୍ର/ ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ଟାଉନ ଥାନା କାଶିପୁର ମୁଣ୍ଡା ସାହିରେ ସାମାନ୍ୟ ବଚସାକୁ ନେଇ ଏକ ହତ୍ୟାକାଣ୍ଡ ଘଟିଯାଇଛି। ନିଶାସକ୍ତ ଅବସ୍ଥାରେ...

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ଏଏପି ପରେ ଓଡ଼ିଶାରେ ପ୍ରାର୍ଥୀ ଘୋଷଣା କଲା ସିପିଆଇଏମ, ଭୁବନେଶ୍ୱର ଲୋକ ସଭା ଆସନରୁ ଲଢିବେ ଏହି ନେତା

ଭୁବନେଶ୍ୱର,୧୮।୪: ରାଜ୍ୟର ୩୭ଟି ବିଧାନସଭା ପାଇଁ ଆମ ଆଦମୀ ପାର୍ଟି ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ସିପିଆଇ(ଏମ ) ମଧ୍ୟ ଆଜି ଭୁବନେଶ୍ୱର ଲୋକ...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri