ଗୁରୁ ଦକ୍ଷିଣା ପାଇଁ ନିଜ ଆଙ୍ଗୁଠି କାଟିଥିଲେ ଏକଲବ୍ୟ

ସମଗ୍ର ଦେଶରେ ଗୁରୁବାର ଗୁରୁ ଦିବସ ବହୁ ଧୁମ୍‌ଧାମ୍‌ରେ ପାଳନ କରାଯାଇଛି। ସ୍କୁଲ, କଲେଜର ଛାତ୍ରୀଛାତ୍ରମାନେ ଏହି ଉପଲକ୍ଷେ ନିଜ ଗୁରୁଙ୍କୁ ପୂଜାର୍ଚ୍ଚନା କରିଛନ୍ତି। ପୂର୍ବତନ ପ୍ରଧାନମନ୍ତ୍ରୀ ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ସେପ୍ଟେମ୍ବର ୫ ଜନ୍ମଦିନ ଅବସରରେ ପ୍ରତିବର୍ଷ ଗୁରୁ ଦିବସ ପାଳନ କରାଯାଏ। ଭାରତ ବର୍ଷରେ କାହିଁ କେତେ କାଳରୁ ଗୁରୁ ଶିଷ୍ୟ ପରମ୍ପରା ରହିଆସିଛି। ଆମ ଜୀବନରେ ଗୁରୁଙ୍କ କେତେ ମହତ୍ତ୍ୱ ରହିଛି ତାହା ବେଶ୍‌ ସମସ୍ତଙ୍କୁ ଜଣା। ଜନ୍ମଦାତ୍ରୀ ମା’ ପ୍ରତ୍ୟେକ ପିଲାର ପ୍ରଥମ ଗୁରୁ ହୋଇଥିବା ବେଳେ ଅଜ୍ଞାନର ଅନ୍ଧକାରକୁ ଦୂର କରି ଆଲୋକ ଦେଇଥାନ୍ତି ଶିକ୍ଷୟିତ୍ରୀ ଓ ଶିକ୍ଷକ। ପ୍ରତି ମୁହୂର୍ତ୍ତରେ ଜୀବନରେ ଆସୁଥିବା ଝଡ଼ଝଞ୍ଜାକୁ କିଭଳି ମୁକାବିଲା କରାଯାଇ ପାରିବ ସେନେଇ ଆମକୁ ସେମାନେ ପ୍ରସ୍ତୁତ କରିଥାନ୍ତି। ଯେତେବେଳେ ଗୁରୁ ଶିଷ୍ୟଙ୍କ କଥା ଆଲୋଚନା ହୁଏ ସେତେବେଳେ ଗୁରୁ ଦ୍ରୋଣାଚାର୍ଯ୍ୟ ଓ ଏକଲବ୍ୟଙ୍କ କଥା ମନକୁ ଆସେ। ସେମାନଙ୍କର କାହାଣୀ ଏକ ରୋଚକ ହୋଇ ରହିଛି। କିପରି ସେ ଗୁରୁ ଦ୍ରୋଣଙ୍କୁ ଗୁରୁ ଦକ୍ଷିଣାରେ ନିଜ ଆଙ୍ଗୁଠିକୁ କାଟି ଦେଇଥିଲେ ସେ କାହାଣୀ ଆଜି ବି ସମସ୍ତଙ୍କ ମନେ ରହିଛି। ପ୍ରାଚୀନ କାଳରେ ବିଦ୍ୟାର୍ଥୀଙ୍କୁ ଶିକ୍ଷା ଗ୍ରହଣ କରିବା ପାଇଁ ଗୁରୁଙ୍କ ସହ ଆଶ୍ରମରେ ରହିବାକୁ ପଡ଼ୁଥିଲା। ସେହି ସମୟରେ ବ୍ରାହ୍ମଣ ଓ କ୍ଷତ୍ରିୟଙ୍କ ଛଡ଼ା ଆଉ କାହାକୁ ଶିକ୍ଷା ଦିଆଯାଉ ନ ଥିଲା। ଏକଦା ଶୃଙ୍ଗବେରପୁରରେ ନିଷାଦରାଜ ହିରଣ୍ୟଧନୁଙ୍କ ରାଣୀ ସୁଲେଖା ଏକ ପୁତ୍ର ସନ୍ତାନକୁ ଜନ୍ମଦେଇଥିଲେ। ଏହାପରେ ତାଙ୍କର ନାମକରଣ କରାଯାଇ ଅଭିଦ୍ୟୁମ୍ନ ନାମିତ କରାଯାଇଥିଲା। ଛୋଟବେଳେ ତାଙ୍କୁ ଅଭୟ ବୋଲି ସମସ୍ତେ ଡାକୁଥିଲେ। ଯେତେବେଳେ ସେ ଶିକ୍ଷା ଲାଭ କରିବା ପାଇଁ ଗୁରୁକୁଳ ଆସିଥିଲେ ସେତେବେଳେ ଅସ୍ତ୍ରଶସ୍ତ୍ର ବିଦ୍ୟାରେ ତାଙ୍କର ନିଷ୍ଠା ଓ ଏକାଗ୍ରତାକୁ ଦେଖି ଗୁରୁ ଏକଲବ୍ୟ ନାମରେ ସମ୍ବୋଧିତ କରିଥିଲେ। ଏହାପରେ ଧନୁର୍ବିଦ୍ୟାରେ ଉଚ୍ଚଶିକ୍ଷା ପାଇଁ ଏକଲବ୍ୟ ଗୁରୁ ଦ୍ରୋଣଙ୍କ ପାଖକୁ ଯିବା ପାଇଁ ନିଷ୍ପତ୍ତି ନେଇଥିଲେ। ହେଲେ ସେ କେବଳ ବ୍ରାହ୍ମଣ ଓ କ୍ଷତ୍ରିୟଙ୍କୁ ଶିକ୍ଷାଦାନ କରୁଥିଲେ। କିନ୍ତୁ ଏକଲବ୍ୟ ଏହା ଜାଣି ମଧ୍ୟ ଧନୁର୍ବିଦ୍ୟା ଶିକ୍ଷା ଲାଭ କରିବା ପାଇଁ ଗୁରୁ ଦ୍ରୋଣଙ୍କୁ ନିଜ କଳାରେ ପ୍ରଭାବିତ କରିବାକୁ ଯାଇଥିଲେ। ହେଲେ ଏଭଳି କିଛି ହୋଇ ନ ଥିଲା ବରଂ ଦ୍ରୋଣ ତାଙ୍କୁ ଅପମାନିତ କରି ଆଶ୍ରମରୁ ବାହାର କରିଦେଇଥିଲେ। ଏହାପରେ ଜଙ୍ଗଲରେ ସେ ଦ୍ରୋଣଙ୍କ ପ୍ରତିମା ରଖି ଧନୁର୍ବିଦ୍ୟା ଅଭ୍ୟାସ କରି ନିଜ ଲକ୍ଷ୍ୟସ୍ଥଳରେ ପହଞ୍ଚିଥିଲେ। ଦିନେ ଦ୍ରୋଣାଚାର୍ଯ୍ୟ ଜଙ୍ଗଲରେ ବୁଲୁଥିବା ସମୟରେ ଏକଲବ୍ୟଙ୍କ ଧନୁର୍ବିଦ୍ୟାରେ ପାରଙ୍ଗମ ଦେଖି ତାଙ୍କ ଗୁରୁଙ୍କ ବିଷୟରେ ଜାଣିବାକୁ ଜିଜ୍ଞାସା କରିଥିଲେ। ହେଲେ ପ୍ରତିମାରେ ନିଜ ଛବିକୁ ଦେଖି ଏକଲବ୍ୟଙ୍କୁ ସେ ଗୁରୁ ଦକ୍ଷିଣା ମାଗିଥିଲେ। ତାଙ୍କୁ ଦେବା ପାଇଁ ଏକଲବ୍ୟଙ୍କ ପାଖରେ କିଛି ନ ଥିବାରୁ ଦ୍ରୋଣ ତାଙ୍କର ଆଙ୍ଗୁଠି ଦେବାକୁ କହିଥିଲେ। କାରଣ ପୂର୍ବରୁ ଅର୍ଜୁନଙ୍କୁ ସର୍ବଶ୍ରେଷ୍ଠ ଧନୁର୍ଦ୍ଧର କରିବାକୁ ଦେଇଥିବା ପ୍ରତିଶ୍ରୁତି ତାଙ୍କର ମିଥ୍ୟାରେ ପାଲଟି ଯାଇଥାନ୍ତା। ତେବେ ଏକଲବ୍ୟ ମଧ୍ୟ ନିଜ ଆଙ୍ଗୁଠି କାଟି ଗୁରୁଙ୍କୁ ସମର୍ପି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ, ଗୃହ ଓ ନଗର ଉନ୍ନୟନ ବିଭାଗ ନିର୍ଦ୍ଦେଶକ ଚିଠି ଲେଖି…

ଦେବଗଡ଼,୧୩ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ, ହାଇକୋର୍ଟଙ୍କ ନିର୍ଦ୍ଦେଶ ଆଧାରରେ ପୁନଃ ଅବସ୍ଥାପିତ ପାଇଁ ଚିଠି…

ଆରଜି କର ମାମଲାରେ ବଡ଼ ଆକ୍ସନ, TMCର ପୂର୍ବତନ ବିଧାୟକ ନିର୍ମଳ ଘୋଷ ଗିରଫ

କୋଲକାତା,୧୩।୮: ଆରଜି କର ବଳାତ୍କାର ଏବଂ ହତ୍ୟା ମାମଲାରେ ତୃଣମୂଳ କଂଗ୍ରେସ (ଟିଏମସି)ର ପୂର୍ବତନ ବିଧାୟକ ନିର୍ମଳ ଘୋଷଙ୍କୁ ଗିରଫ କରାଯାଇଛି । ଅଗଷ୍ଟ ୯ ତାରିଖରେ…

ହସ୍ପିଟାଲ୍‌ର ଶୌଚାଳୟରୁ ମିଳିଲା ନର୍ସଙ୍କ ମୃତଦେହ; କବାଟ ଭାଙ୍ଗି ଶବ ଉଦ୍ଧାର, ନାଇଟ୍ ସିଫ୍ଟ…

କୋଲକାତା,୧୩।୮: ପଶ୍ଚିମବଙ୍ଗର କୋଲକାତାସ୍ଥିତ ନୀଲରତନ ସରକାର (NRS) ମେଡିକାଲ କଲେଜ ଏବଂ ହସ୍ପିଟାଲରୁ ଏକ ରହସ୍ୟଜନକ ମୃତ୍ୟୁ ମାମଲା ସାମ୍ନାକୁ ଆସିଛି। ବୁଧବାର ରାତିରେ ଡ୍ୟୁଟିରେ ଥିବା…

ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ସରିଲା ଅନାସ୍ଥା ଭୋଟିଂ, ନିଜେ ଉପସ୍ଥିତ ରହି କହିଲେ ଏମିତି…

ମହାକାଳପଡ଼ା,୧୩ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ତିଖିରି ପଞ୍ଚାୟତ ଅଫିସଠାରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଗୁରୁବାର ସରପଞ୍ଚ ଚାମେଲୀ…

ବିଲକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ୨ ଜଣ…

ନୀଳଗିରି, ୧୩।୮ (ପ୍ରଶାନ୍ତ କୁମାର ବିଶ୍ବାଳ): ଗୁରୁବାର ସକାଳେ ବିଲକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ୨ ଗୁରୁତର ହୋଇଛନ୍ତି। ନୀଳଗିରି ଉପଖଣ୍ଡ ଶ୍ୟାମସୁନ୍ଦରପୁର ପଞ୍ଚାୟତର ଦ୍ବାରିକା…

କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପାଣ୍ଠିରେ ନୀଳଗିରି ମେଡିକାଲର ହେବ ଉନ୍ନତି, ଖର୍ଚ୍ଚ ହେବ ଏତିକି କୋଟି…

ନୀଳଗିରି,୧୩ା୮(ପ୍ରଶାନ୍ତ କୁମାର ବିଶ୍ୱାଳ): କେନ୍ଦ୍ରରେଳ, ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ତଥା ରାଜ୍ୟ ସଭା ଏମ୍‌ପି ଅଶ୍ୱିନୀ କୁମାର ବୈଷ୍ଣବ ମନ୍ତ୍ରିମଣ୍ଡଳର ଜଣେ ଦକ୍ଷ ଏବଂ ସଚ୍ଚୋଟ ମନ୍ତ୍ରୀଭାବେ ପ୍ରଧାନମନ୍ତ୍ରୀଙ୍କ…

ଖର୍ଗେଙ୍କ ମଞ୍ଚ ‘ଶୁଦ୍ଧିକରଣ’ ପ୍ରସଙ୍ଗକୁ ନେଇ ସଂସଦରେ ସରଗରମ ରାଜନୀତି, କଡ଼ା ଜବାବ ଦେଲେ ନଡ୍ଡା!

ନୂଆଦିଲ୍ଲୀ,୧୩।୮: ସଂସଦର ମୌସୁମୀ ଅଧିବେଶନର ଶେଷ ଦିନରେ ରାଜ୍ୟ ସଭାରେ ଏକ ବଡ଼ ଏବଂ ଗମ୍ଭୀର ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀ ଦଳ ମଧ୍ୟରେ ତୀବ୍ର…

ବିଡ଼ିଓର ପରିଚୟ କଲେ ଫୋନ୍‌, କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ଲୁଟିନେଲେ ଟଙ୍କା

ଉଦଳା, ୧୩।୮ (ସନ୍ତୋଷ ବାଛିନୀ): ନିଜକୁ ବିଡ଼ିଓର ପରିଚୟ ଦେଲେ ଆଉ କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ପ୍ରିନ୍ସିପାଲଙ୍କ ନିକଟରୁ ଟଙ୍କା ଲୁଟିନେଲେ ସାଇବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri