Posted inଜାତୀୟ

ଗୁଲାମ ନବୀଙ୍କ ପୁତୁରା ଭାଜପାରେ ସାମିଲ

ଜମ୍ମୁ,୨୮।୨: ବରିଷ୍ଠ କଂଗ୍ରେସ ନେତା ଗୁଲାମ ନବୀ ଆଜାଦଙ୍କ ପୁତୁରା ମୁବାଶିର ଆଜାଦ ଭାଜପାରେ ସାମିଲ ହୋଇଛନ୍ତି। ତୃଣମୂଳସ୍ତରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିକାଶମୂଳକ କାର୍ଯ୍ୟରେ ସେ ପ୍ରଭାବିତ ହୋଇଥିବା କହିଛନ୍ତି। ଗୁଲାମ ନବୀଙ୍କ ସାନଭାଇ ଲିଆକତ୍‌ ଅଲିଙ୍କ ପୁଅ ମୁବାଶିର। ଦାଦା ଗୁଲାମ ନବୀଙ୍କୁ କଂଗ୍ରେସ ନେତୃତ୍ୱ ଅସମ୍ମାନିତ କରୁଛି, ଯାହା ତାଙ୍କୁ ଆଘାତ ଦେଇଛି। ସେହି କାରଣରୁ ସେ ପୁରାତନ ଦଳ ଛାଡ଼ିବାକୁ ନିଷ୍ପତ୍ତି ନେଲେ ବୋଲି ମୁବାଶିର କହିଛନ୍ତି। ତେବେ ଭାଜପାରେ ସାମିଲ ହେବା ଯୋଜନା ସମ୍ପର୍କରେ ସେ ତାଙ୍କ ଦାଦାଙ୍କ ସହ ଆଲୋଚନା କରି ନ ଥିବା କହିଛନ୍ତି।

ଜମ୍ମୁ-କଶ୍ମୀରର ଭାଜପା ସଭାପତି ରବୀନ୍ଦ୍ର ରାଇନା ଏବଂ ଅନ୍ୟ ବରିଷ୍ଠ ନେତା ମୁବାଶିର ଓ ତାଙ୍କ ସମର୍ଥକମାନଙ୍କୁ ସ୍ବାଗତ କରିଛନ୍ତି। ଗୈରିକ ଦଳରେ ମୁବାଶିରଙ୍କ ଯୋଗଦାନ ଏକ ଟର୍ନିଂ ପଏଣ୍ଟ। ଡୋଡା, କିସ୍ତଓ୍ବାର ଏବଂ ରାମ୍ବାନ ଜିଲାରୁ ଅଧିକ ଯୁବ କର୍ମୀ ଦଳରେ ସାମିଲ ହେବାରେ ଏହା ସହାୟକ ହେବ ବୋଲି ରାଇନା କହିଛନ୍ତି। ୨୦୦୯ରେ ଗୁଲାମ ନବୀଙ୍କ ଭାଇ ଗୁଲାମ ଅଲି ଭାଜପାରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଇଲଟ ସ୍ମିତ୍‌ ମଚ୍ଛର ଆକ୍ରମଣର ତଦନ୍ତ କରିବ ଏନ୍‌ଆଇଏ

ନୂଆଦିଲ୍ଲୀ, ୧୦ା୧୦ : ସେପ୍ଟେମ୍ବର ୩୦ରେ ଫ୍ଲାଇଦୁବାଇ ବିମାନର କକ୍‌ପିଟ ଭିତରେ ଭାରତୀୟ ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛରଙ୍କୁ ହୋଇଥିବା ଆକ୍ରମଣର ତଦନ୍ତ ପାଇଁ ଜାତୀୟ ତଦନ୍ତକାରୀ…

ମୁମ୍ବାଇରେ ବଲିଉଡ ଅଭିନେତା ଇମ୍ରାନ ଖାନ୍‌ ଅଟକ

ମୁମ୍ବାଇ,୧୦।୧୦: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ମୁମ୍ବାଇରେ ଆନ୍ଦୋଳନ ବେଳେ ଶନିବାର ବଲିଉଡ ଅଭିନେତା ଇମ୍ରାନ ଖାନ୍‌ଙ୍କୁ ପୋଲିସ ଅଟକ ରଖିଛି।…

ସଂଗଠନ ସୁଦୃଢ଼ କରିବାକୁ ଭାଜପାର ଆହ୍ୱାନ: ଚିନାମାଳିପଶି ହାଟ ପଡ଼ିଆରେ …

ପାଟଣା, ୧୦।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ପାଟଣା ବ୍ଲକ୍‌ ଅନ୍ତର୍ଗତ ଚିନାମାଳିପଶି ହାଟ ପଡ଼ିଆଠାରେ ଶନିବାର ଭାରତୀୟ ଜନତା ପାର୍ଟି ( ଭାଜପା)ର ପାଟଣା…

ମା’ ହିରାନୀଳା ମହାବିଦ୍ୟାଳୟ: ଯାଞ୍ଚ ପରେ ସମସ୍ତ ପ୍ରାର୍ଥତ୍ପତ୍ର ନାକଚ, କାହିଁକି ଜାଣନ୍ତୁ…

ଲାଞ୍ଜିଗଡ଼,୧୦ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ମା’ ହିରାନୀଳା ଡିଗ୍ରୀ ମହାବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଯାଞ୍ଚ ପ୍ରକ୍ରିୟା ପରେ ଏକ…

କେଏସୟୁବି କଲେଜ୍ ରେ ୩୫ ପ୍ରାର୍ଥୀ ସାବିତ୍ରୀ ମହିଳା ମହାବିଦ୍ୟାଳୟର ସମସ୍ତ ପ୍ରାର୍ଥୀନୀ ନିର୍ଦ୍ୱନ୍ଦରେ ନିର୍ବାଚିତ

ଭଞ୍ଜନଗର, ୧୦।୧୦ (ବାବୁଲା ପ୍ରଧାନ): ଛାତ୍ର ସଂସଦ ନିର୍ବାଚନରେ ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ପରେ ଅପରାହ୍ଣ ୩ଟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ଗଞ୍ଜାମ ଜିଲା…

ଭୁବନେଶ୍ୱର କୁମାରଙ୍କ ପ୍ରତ୍ୟାବର୍ତ୍ତନ ଉପରେ ମହମ୍ମଦ ସାମି ଦେଲେ ଏମିତି ବୟାନ ସମସସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ପାଇଁ ଭୁବନେଶ୍ୱର କୁମାର ଚାରି ବର୍ଷ ପରେ ଭାରତୀୟ ଦଳକୁ ଫେରିଛନ୍ତି। ଅନ୍ୟପକ୍ଷରେ, ମହମ୍ମଦ ସାମି…

CJP ବିକ୍ଷୋଭ ମଧ୍ୟରେ ୩ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଟକ, ଭାଜପା କହିଲା…

ନୂଆଦିଲ୍ଲୀ,୧୦।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ହୋଇଥିବା ଏକ ବିକ୍ଷୋଭ ସମୟରେ ମମତା ବାନାର୍ଜୀ, ଅରବିନ୍ଦ କେଜରିୱାଲ ଏବଂ ପି. ବିଜୟନଙ୍କ ସମେତ ଅନେକ…

ସୁନ୍ଦରଗଡ଼ ୱାଟରସେଡ୍ ପିଡି ପ୍ରସନ୍ନ ପାତ୍ର ଗିରଫ: ଆୟଠାରୁ ୨୦୪% ଅଧିକ ସମ୍ପତ୍ତି

ସୁନ୍ଦରଗଡ଼, ୧୦।୧୦ (ଜୟ ନାରାୟଣ ମେଣ୍ଡୁଳି): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ସୁନ୍ଦରଗଡ଼ ମୃତ୍ତିକା ସଂରକ୍ଷଣ ଉପନିର୍ଦ୍ଦେଶକ ତଥା ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ (ୱାଟରସେଡ୍ ପିଡି)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?