ଗୁଳିକରି ବିଲେଇକୁ ମାରିବା ଘଟଣା: ବ୍ୟବଚ୍ଛେଦ ପରେ ବାହାରିଲା ୨ଟି ପେଲେଟ

ଭୁବନେଶ୍ୱର,୧୯।୧୨(ବ୍ୟୁରୋ): ସ୍ଥାନୀୟ ଖାରବେଳ ନଗର ଥାନା ଅନ୍ତର୍ଗତ ୟୁନିଟ-୪ ଅଞ୍ଚଳରେ ଏକ ପୋଷା ବିଲେଇକୁ ଗୁଳି କରି ମାରି ଦିଆଯାଇଥିଲା। ଗୁରୁବାର ବିଲେଇର ମୃତଦେହ ବ୍ୟବଚ୍ଛେଦ କରାଯାଇଛି। ତା’ର ଦେହରୁ ୨ଟି ପେଲେଟ ବାହାରିଥିବା ସୂଚନା ମିଳିଛି।

ସୂଚନାଯୋଗ୍ୟ, ବୁଧବାର ପୂର୍ବାହ୍ନରେ ବିଲେଇ ମାଲିକ ସୁଶାନ୍ତ ପଟ୍ଟନାୟକଙ୍କ ମା’ ବିନୋଦିନୀ ପଟ୍ଟନାୟକ ଜୋର୍‌ରେ ଫୁଟିବା ଶବ୍ଦ ଶୁଣିଥିଲେ। ସେ ବାହାରକୁ ଆସି ରକ୍ତାକ୍ତ ଅବସ୍ଥାରେ ବିଲେଇଟି ପଡ଼ି ଛଟପଟ ହେଉଥିବା ଦେଖିବାକୁ ପାଇଥିଲେ। ଘଟଣା ସମ୍ପର୍କରେ ପିପୁଲ ଫର ଆନିମଲ(ପିଏଫ୍‌ଏ)ର ଅମୂଲ୍ୟ ନାୟକଙ୍କୁ ଜଣାଇଥିଲେ। ସେ ତାଙ୍କ ଟିମ୍‌ ସହ ପହଞ୍ଚି ଆହତ ବିଲେଇକୁ ଚିକିତ୍ସା ପାଇଁ ଓୟୁଏଟିକୁ ନେଇଥିଲେ। ହେଲେ ଚିକିତ୍ସା ଆରମ୍ଭ ହେବା ପୂର୍ବରୁ ବିଲେଇଟିର ମୃତ୍ୟୁ ଘଟିଥିଲା। ତେବେ ଏକ୍ସରେ ରିପୋର୍ଟରେ ବିଲେଇ ମୁଣ୍ଡ ଓ ଛାତିରେ ୨ଟି ପେଲେଟ ଥିବା ଜଣାପଡ଼ିବା ପରେ ତାକୁ ଗୁଳି କରାଯାଇଥିବା ସ୍ପଷ୍ଟ ହୋଇଥିଲା। ଏହାପରେ ଅମୂଲ୍ୟଙ୍କ ସହ ସୁଶାନ୍ତ ଥାନାକୁ ଯାଇ ଲିଖିତ ଅଭିଯୋଗ କରିଥିଲେ। ପଡ଼ୋଶୀ ସନ୍ତୋଷ ନାୟକଙ୍କ ପୁଅ ଆଶୁତୋଷ ଓରଫ ଆଶୁ ଏକ ଛର୍‌ରା ବନ୍ଧୁକରେ ବିଲେଇକୁ ଗୁଳି କରିଥିବା ସେ ଅଭିଯୋଗରେ ଦର୍ଶାଇଥିଲେ। ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଦିଲ୍ଲୀର ଦୁଇଭାଇ ବିହାନ ଓ ନାଭ ଅଗ୍ରଓ୍ୱାଲ ବର୍ଜ୍ୟ ରିସାଇକେଲିଂ କ୍ଷେତ୍ରରେ ଉଦାହରଣ ସୃଷ୍ଟି କରିଛନ୍ତି। ସେମାନେ ୧୪ଟି ସହରରେ ୧ ମିଲିୟନ(୧୦ ଲକ୍ଷ) କେ.ଜି...

ବିଶ୍ୱ ଓ ବର୍ଷାନ୍ତର

ଳର ଅନ୍ୟନାମ ସମୟ। ଅନନ୍ତ ସମୟର ଅସରନ୍ତି ଯାତ୍ରାରେ ଗୋଟିଏ ବର୍ଷ ବିତିବା ଓ ଆଉ ଗୋଟିଏ ବର୍ଷ ଆସିବା ଏକ ଚିରନ୍ତନ ପ୍ରକ୍ରିୟା। ଏହା...

ଘେଁସ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ରେ ସାମିଲ: ୧୫ କୋଟି ବିନିଯୋଗରେ …

ମଥୁରାନଗରୀ/ ସୋହେଲା,୧ା୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ କୁମାର ପାତ୍ର):ବରଗଡ଼ ଜିଲା ଘେଁସଠାରେ ବୁଧବାର ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଆୟୋଜନ ହୋଇଥିଲା।...

ଭାରତୀୟ ସଂସ୍କୃତିରେ ପରିବର୍ତ୍ତନ

ଆକ୍ରମଣ ଏବଂ ଦେଶାନ୍ତର ଗମନ ମଧ୍ୟରେ ପାର୍ଥକ୍ୟ ରହିଛି। ସାଧାରଣତଃ କୌଣସି ଦେଶ ଉପରେ ଆକ୍ରମଣକରି ଆକ୍ରମଣକାରୀ ସେଠାରୁ ଧନ ଲୁଟିନିଏ ଏବଂ ଲୋକଙ୍କୁ ତାହାର...

ବଜାରରେ ମିଳୁଛି ନକଲି ଶାଗୁଦାନା: ହୋଇଯାନ୍ତୁ ସାବଧାନ

ନୂଆପଡ଼ା,୧ା୧ (ମକାରୁ ବେମାଲ):ନୂଆପଡ଼ା ସହରରେ ପ୍ଲାଷ୍ଟିକ ଶାଗୁଦାନା ବିକ୍ରୟ ହେଉଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ଟାନୱାଟ ପଞ୍ଚାୟତ ଝିଲମିଲା ଗାଁର ଜ୍ୟୋତିର୍ମୟ ପୁହାଣ ନୂଆପଡ଼ା...

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri