ଗୁଳିମାଡ଼ରେ ଆହତ କଂଗ୍ରେସ ବିଧାୟକ ପ୍ରାର୍ଥୀଙ୍କ ପ୍ରାଣ ଗଲା

ଆସିକା,୨୫ା୫(ଡି.ଏନ୍‌.ଏ.)- ସାଧାରଣ ନିର୍ବାଚନ ଭୋଟ ଗଣତି ପୂର୍ବ ରାତିରେ ଦୁର୍ବୃତ୍ତଙ୍କ ଆକ୍ରମଣ ଓ ଗୁଳିମାଡ଼ରେ ଗୁରୁତର ଆହତ ହୋଇଥିବା ଆସିକା କଂଗ୍ରେସ ବିଧାୟକ ପ୍ରାର୍ଥୀ ମନୋଜ ଜେନାଙ୍କ ମୃତ୍ୟୁ ଘଟିଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ଘଟିଥିଲା। ଶୁକ୍ରବାର ରାତି ପ୍ରାୟ ସାଢ଼େ ୯ଟାରେ ମନୋଜଙ୍କ ମୃତଦେହ ଚିନିଶିଳ୍ପ ନୂଆଗାଁସ୍ଥିତ ବାସଭବନରେ ପହଞ୍ଚିଥିଲା। ଶତାଧିକ ସାଥୀ ଓ ସମର୍ଥକ ଶେଷ ଦର୍ଶନ କରିବା ପରେ ମୃତଦେହକୁ ଶୋଭାଯାତ୍ରାରେ ନିଆଯାଇ ଋଷିକୂଲ୍ୟା ଓ ବଡ଼ନଦୀର ସଙ୍ଗମସ୍ଥଳ ବରଗାଁ ଶ୍ମଶାନରେ ଶେଷକୃତ୍ୟ ସମ୍ପନ୍ନ କରାଯାଇଛି।
ପ୍ରକାଶ ଯେ, ବୁଧବାର ରାତି ପ୍ରାୟ ୯ଟାରେ ମନୋଜ ତାଙ୍କ ସହଯୋଗୀ ଅନୀଲ ସ୍ବାଇଁଙ୍କ ସହ ଭୁବନେଶ୍ୱରରୁ କାର୍‌ରେ ଆସିକା ଫେରୁଥିଲେ। ବ୍ରହ୍ମପୁର ଲାଞ୍ଜିପଲ୍ଲୀ ୧୬ନଂ. ଜାତୀୟ ରାଜପଥ ଇସ୍କନ ମନ୍ଦିର ସମ୍ମୁଖରେ ୨ଟି ବାଇକ୍‌ରେ ଆସିଥିବା ୬ ଜଣ ଦୁର୍ବୃତ୍ତ ଅତର୍କିତ ଆକ୍ରମଣ କରିଥିଲେ। ସେମାନେ ମନୋଜଙ୍କୁ ଗୁଳିମାଡ଼ କରିବା ସହ ଗଳାକାଟି ଦେଇଥିଲେ। ମନୋଜଙ୍କ ସହ ଅନିଲ ମଧ୍ୟ ଗୁଳିମାଡ଼ର ଶିକାର ହୋଇଥିଲେ ା କାର ଡ୍ରାଇଭର ସୁଶାନ୍ତ କୁମାର ସ୍ବାଇଁ ଗୁରୁତର ଅବସ୍ଥାରେ ମନୋଜ ଓ ଅନୀଲଙ୍କୁ ତୁରନ୍ତ ବ୍ରହ୍ମପୁର ବଡ ମେଡିକାଲକୁ ନେଇ ଆସିଥିଲେ। ମନୋଜଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଅପରାଧୀମାନେ ଅପରାଧ ଘଟାଇବା ପରେ ଆନ୍ଧ୍ରପ୍ରଦେଶ ଅଭିମୁଖେ ବାଇକରେ ଚମ୍ପଟ ମାରୁଥିବା ବେଳେ ଗୋଳନ୍ଥରା ନିକଟରେ ରାସ୍ତା ଅତିକ୍ରମ କରୁଥିବା ଦୁଇଜଣ ଛାତ୍ରଙ୍କୁ ଧକ୍କା ଦେଇଥିଲେ। ଧରା ପଡ଼ିଯିବା ଭୟରେ ଦୁର୍ବୃତ୍ତମାନେ ବାଇକ ଛାଡ଼ି ଚମ୍ପଟ ମାରୁଥିବା ବେଳେ ସେମାନେ ଧରିଥିବା ଏକ ବନ୍ଧୁକ ମଧ୍ୟ ଖସି ପଡ଼ିଥିଲା। ପୋଲିସ ଉକ୍ତ ବାଇକକୁ ଯାଞ୍ଚ କରି ତଦନ୍ତ ଚଳାଇଛି। ଏଥିସହ ମନୋଜ, ଡ୍ରାଇଭର ସୁଶାନ୍ତ ଓ ଆହତ ଅନିଲଙ୍କ ମୋବାଇଲ ଫୋନକୁ ପୋଲିସ ଜବତ କରି ଟ୍ରାକିଂ କରୁଥିବା ଜଣାପଡ଼ିଛି। ୨୦୧୦ରୁ ଆସିକା ଲୋକ ସଭା ନିର୍ବାଚନ ମଣ୍ଡଳୀ ଯୁବ କଂଗ୍ରେସର ସଭାପତି ଦାୟିତ୍ୱ ଗ୍ରହଣ କରି ମନୋଜ କଂଗ୍ରେସ ଦଳୀୟ ସଙ୍ଗଠନରେ ସାମିଲ ହୋଇଥିଲେ ା ରାଜ୍ୟ କଂଗ୍ରେସର ଅନ୍ୟତମ ସମ୍ପାଦକ ଭାବେ ମଧ୍ୟ ଦାୟିତ୍ୱ ଗ୍ରହଣ କରିଥିଲେ ା ବିଧାୟକ ଆସନରେ ପ୍ରତିଦ୍ୱନ୍ଦିତା କରିବା ପରେ ତାଙ୍କୁ ରାଜନୌତିକ ଶତ୍ରୁତା ନା ଅନ୍ୟ କେଉଁ କାରଣରୁ ହତ୍ୟା କରାଯାଇଛି ତାହା ସ୍ପଷ୍ଟ ହୋଇନାହିଁ। ଗୁରୁବାରଠାରୁ ଆସିକାର ବିଜୁ ପଟ୍ଟନାୟକ ଛକ, ବସଷ୍ଟାଣ୍ଡ, ଚିନିଶିଳ୍ପ ଛକ, ନୂଆଗାଁ, କଲେଜ ଛକ ଆଦି ଅଞ୍ଚଳରେ ପୋଲିସ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ମେ ୪ରୁ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଶେଷ ସପ୍ତାହରେ ଜମିବ ‘ଛତ୍ରପୁର ମହୋତ୍ସବ’

ଛତ୍ରପୁର, ୨।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଅନ୍ୟତମ ପ୍ରସିଦ୍ଧ ଉତ୍ସବ, ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଚଳିତ ବର୍ଷ ଅନୁଷ୍ଠିତ ହେବାକୁ…

ଦିଗପହଣ୍ଡିରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ: ସେନସସ ୱେବସାଇଟ୍‌ରେ ତଥ୍ୟ ପ୍ରଦାନ କଲେ ନଗରପାଳ

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରାଞ୍ଚଳରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ଗୁରୁବାରଠାରୁ…

ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ସମୀକ୍ଷା କଲେ ଜିଲାପାଳ: ନିର୍ବାହୀ ଅଧିକାରୀ ବିନୋଦ ବେହେରା ସମ୍ବର୍ଦ୍ଧିତ

ପୁରୁଷୋତ୍ତମପୁର, ୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚଳିତ ବର୍ଷ ଅତ୍ୟନ୍ତ ଶାନ୍ତିଶୃଙ୍ଖଳାର ସହ ସମାପ୍ତ ହୋଇଛି।…

ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri