ଗୁଳିମାଡ଼ରେ ଜଣେ ଗୁରୁତର

ଫୁଲବାଣୀ ଅଫିସ,୧୬ା୬: କନ୍ଧମାଳ ଜିଲା ଚକାପାଦ ବ୍ଲକ ଟିକାବାଲି ଥାନା ମିଣିଆଖଡ଼ି ଜଙ୍ଗଲରେ ଗୁଳିମାଡ଼ରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ତାଙ୍କୁ ପ୍ରଥମେ ଟିକାବାଲି ଓ ପରେ ଫୁଲବାଣୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଗୁଳିକାଣ୍ଡର ପ୍ରକୃତ କାରଣ ଜଣା ପଡ଼ିନାହିଁ।  ପାରିପାର୍ଶ୍ୱିକ ପରିସ୍ଥିତିକୁ ଲକ୍ଷ୍ୟ କଲେ ଜଙ୍ଗଲକୁ ଶିକାର ପାଇଁ ଯାଇଥିବାବେଳେ ଏଭଳି ଘଟଣା ଘଟିଥିବା ଅନୁମାନ କରାଯାଉଛି। ଗୁୁରୁତର ଯୁବକ ହେଲେ ଜନକ ମଲ୍ଲିକ। ଘର ଆରାବାକା ପଞ୍ଚାୟତର କାମ୍ବିରିକିଆ ଗ୍ରାମରେ। ମିଳିଥିବା ସୂଚନା ଅନୁସାରେ, ଜଙ୍ଗଲକୁ କାଠ କାଟିବା ପାଇଁ ଜନକ ଓ ଭାଇ ବିଶ୍ୱନାଥ ଯାଇଥିଲେ।  ଆଗ ପଛ ହୋଇ ଗଛ କାଟୁଥିବା ବେଳେ ଜନକଙ୍କ ବାମ ପଛପଟ ଜଙ୍ଘରେ ହଠାତ୍‌ ଏକ ଗୁଳି ଆସି ବାଜିଥିଲା। ସେ ଚିତ୍କାର କରି ତଳେ ପଡ଼ି ଯାଇଥିଲେ। ଆଗରେ ଥିବା ଭାଇ ବିଶ୍ୱନାଥ ଆସି ଦେଖିଲା ପରେ ସଙ୍ଗେ ସଙ୍ଗେ ଗ୍ରାମ ଲୋକଙ୍କୁ ଡାକିଥିଲେ।  ସେଠାରୁ ତାଙ୍କୁ ଉଦ୍ଧାର କରି ଆଣି ଟିକାବାଲି ମେଡିକାଲରେ ଭର୍ତ୍ତି କରିଥିଲେ। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଫୁଲବାଣୀ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଏ ସମ୍ପର୍କରେ ଜନକ କୁହନ୍ତି, ଲଙ୍ଗଳ ପାଇଁ କାଠ ହାଣିବାକୁ ଜଙ୍ଗଲକୁ ଯାଇଥିବାବେଳେ ହଠାତ ପଛପଟ ଜଙ୍ଘରେ ଆସି ଗୁଳିଟି ବାଜିଥିଲା। ଘଟଣା ସମ୍ପର୍କରେ ଟିକାବାଲି ଥାନାଧିକାରୀ ଆଦିତ୍ୟ କୁମାର ସେଠୀଙ୍କୁ ପଚାରିବାରୁ ଗୁଳିମାଡ଼ ମେଡିକାଲରୁ ଜାଣିବାକୁ ପାଇଛୁ। କେହି ଥାନାରେ ଏତଲା କରି ନାହାନ୍ତିା ତଦନ୍ତ ଜାରି ରହିଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ...

ହିଞ୍ଜିଳିକାଟୁରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ବିଜେଡିର ଷ୍ଟାର ପ୍ରଚାରକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପାରମ୍ପରିକ ଆସନରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହ ଫାଇଭ-ଟି...

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri