ଗୁଳିମାଡ଼ରେ ବ୍ୟବସାୟୀ ଗୁରୁତର

ଚିକିଟି,୬।୬(ଡି.ଏନ.ଏ.)-ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ବୀରସିଂହ ଲକ୍ଷ୍ମୀ ନାରାୟଣପୁର ଗ୍ରାମର ଜଣେ ବ୍ୟବସାୟୀଙ୍କୁ ଗୁରୁବାର ସନ୍ଧ୍ୟା ପ୍ରାୟ ୬ଟାରେ ଗୁଳିମାଡ଼ ହୋଇଛି। ସେ ହେଲେ ସୁବାସ ଚନ୍ଦ୍ର ପଣ୍ଡା। ତାଙ୍କ ମୁହଁରେ ଗୁଳି ବାଜିଛି। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ଚିକିଟି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ସେଠାରୁ ଅଧିକ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ସନ୍ଦେହରେ ୨ ଜଣଙ୍କୁ ଅଟକ ରଖି ପଚରାଉଚୁରା ଚଳାଇଛି।
ପ୍ରକାଶ ଯେ, ସୁବାସ ବ୍ରାହ୍ମଣମାନଙ୍କଠାରୁ ଚାଉଳ ଓ ଲୁଗା କିଣି ବ୍ୟବସାୟ କରନ୍ତି। ତାଙ୍କର କାହା ସହିତ ଶତ୍ରୁତା ନ ଥିଲା। ଗୁରୁବାର ସନ୍ଧ୍ୟାରେ ସେ ଗାଁ ଛକକୁ ଆସି ଠିଆ ହୋଇଥିଲେ। ଏହି ସମୟରେ ୩ ଦୁର୍ବୃତ୍ତ ଏକ ବାଇକରେ ଆସି ହଠାତ ତାଙ୍କ ଉପରକୁ ଗୁଳିମାଡ଼ କରି ପଳାଇଥିଲେ। ଗୁଳି ସୁବାସଙ୍କ ମୁହଁରେ ବାଜିବାରୁ ସେ ତଳେ ପଡ଼ିଯାଇଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଡାକ୍ତରାଖାନା ନେଇଥିଲେ। ଖବରପାଇ କେ.ନୂଆଗାଁ ଥାନା ଅଧିକାରୀ ମାଧବାନନ୍ଦ ନାୟକ, ଚିକିଟି ଏସ୍‌ଡିପିଓ ସୁରେନ୍ଦ୍ରନାଥ ମୁର୍ମୁ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛନ୍ତି। ଗୁଳିମାଡର ପ୍ରକୃତ କାରଣ ଜଣାପଡିନି। ଏହା ପଛରେ ବ୍ୟବସାୟିକ ଶତ୍ରୁତା ଥିବା ଅନୁମାନ କରାଯାଇଛି। ତଦନ୍ତ ପରେ ପ୍ରକୃତ କାରଣ ଜଣାପଡିବ ବୋଲି ଏସ୍‌ଡିପିଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri