ଗୁଳି ଫୁଟାଇ ଫାଇନାନ୍ସ କର୍ମଚାରୀଙ୍କଠାରୁ ଟଙ୍କା ଲୁଟ୍‌ ଉଦ୍ୟମ

ବାହାନଗା/ସୋର, ୨୮।୧୧(ଡି.ଏନ୍‌.ଏ.)- ବାଲେଶ୍ୱର ଜିଲା ସୋର ଥାନା ଅନ୍ତର୍ଗତ ଜାତୀୟ ରାଜପଥ ନାୟକ ବନ୍ଧ ଛକରେ ବୁଧବାର ମଧ୍ୟାହ୍ନରେ ୩ ଜଣ ଡକାୟତ ବାଇକ୍‌ରେ ଆସି ଗୁଳି ଫୁଟାଇ ଏକ ଫାଇନାନ୍ସ କମ୍ପାନୀ କର୍ମଚାରୀଙ୍କଠାରୁ ଟଙ୍କା ଲୁଟ୍‌ ଉଦ୍ୟମ କରିଥିବା ନେଇ ସୋର ଥାନାରେ ଅଭିଯୋଗ ହୋଇଛି। ଡକାୟତମାନେ ଘଟଣାସ୍ଥଳରେ ୫ ରାଉଣ୍ଡ ଗୁଳି ଫୁଟାଇଥିବା କୁହାଯାଉଛି। ଗୁଳିକାଣ୍ଡ ବେଳେ ଭୟଭୀତ ହୋଇ ଫାଇନାନ୍ସ କମ୍ପାନୀ କର୍ମଚାରୀ ତଳେ ପଡିଯାଇଥିଲେ। ଏହି ସମୟରେ ସ୍ଥାନୀୟ ଲୋକେ ଆସି ପହଞ୍ଚିଯିବାରୁ ଡକାୟତମାନେ ଟଙ୍କା ଲୁଟି ନେଇ ନ ପାରି କଳା ପଲସର ସମେତ ଅନ୍ୟ ଜଣେ ବାଇକ୍‌ ଆରୋହୀଙ୍କ ଗାଡି ଛଡାଇନେଇ୧୬ ନମ୍ବର ଜାତୀୟ ରାଜପଥ ଆଡକୁ ପଳାଇ ଯାଇଥିଲେ। ଖବର ପାଇ ଏସ୍‌ଡିପିଓ ପ୍ରଭାଷ ଚନ୍ଦ୍ର ପାଲ ଘଟଣାସ୍ଥଳକୁ ଆସି ତଦନ୍ତ କରୁଛନ୍ତି।
ଉଲ୍ଲେଖନୀୟ ଯେ, ସୋର ସ୍ଥିତ ଏକ ଫାଇନାନ୍ସ କମ୍ପାନୀ ଶାଖା କର୍ମଚାରୀ ସନ୍ତୋଷ କୁମାର ସାହୁ ଅନ୍ୟ ଜଣେ ସହକର୍ମୀଙ୍କ ସହ ଦାଣ୍ଡହରିପୁର ଅଞ୍ଚଳକୁ ଯାଇ ଗ୍ରୁପ୍‌ ସଦସ୍ୟାଙ୍କ ଠାରୁ ପ୍ରାୟ ଦେଢ ଲକ୍ଷ ଟଙ୍କା ଆଦାୟ କରି ଫେରୁଥିଲେ। ୩ ଜଣ ଡକାୟତ ଏକ କଳା ରଙ୍ଗର ପଲସର୍‌ ବାଇକ୍‌ରେ ସେମାନଙ୍କୁ ପିଛା କରି ‘ନାୟକ ବନ୍ଧ’ ଛକରେ ଅଟକାଇଥିଲେ। ପରେ ଚଳାଇଥିବା ୫ ରାଉଣ୍ଡ ଗୁଳି ମଧ୍ୟରୁ ଗୋଟିଏ ଗୁଳି ଫାଇନାନ୍ସ କର୍ମଚାରୀଙ୍କ ବାଇକ୍‌ରେ ବାଜିଥିବା କୁହାଯାଉଛି। ଏ ନେଇ ପୋଲିସ ତନାଘନା ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri