ଗୁହାଳ ନିର୍ମାଣ ବିଲ୍‌ ପାଉନାହାନ୍ତି ହିତାଧିକାରୀ

ଯାଜପୁର ଅଫିସ,୧୬ା୯:ମହାମତ୍ା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା(ଏମଜିଏନ୍‌ଆରଇଜିଏସ୍‌)ରେ ହିତାଧିକାରୀଙ୍କୁ ବର୍ଷକୁ ୧୦୦ଦିନର କାମ ଯୋଗାଇ ଦେବାକୁ ନିର୍ଦ୍ଧାରଣ କରାଯାଇଛି। କିନ୍ତୁ କେତେକ କ୍ଷେତ୍ରରେ ସରକାରୀ ଅଧିକାରୀଙ୍କ ଆନ୍ତରିକତାର ଅଭାବ ଯୋଗୁଁ ହିତାଧିକାରୀମାନେ ନାନା ସମସ୍ୟାରେ ସମ୍ମୁଖିନ ହେବା ସହିତ ମାନସିକ ଚାପରେ ରହୁଛନ୍ତି ା ଯାହାର ଏକ ନିଚ୍ଛକ ଉଦାହରଣ ଦେଖିବାକୁ ମିଳୁଛି ଦଶରଥପୁର ବ୍ଲକ ଅଧୀନ ଚମ୍ପେଇପାଳ ପଞ୍ଚାୟତ ତରାଙ୍ଗ ସାଗରପୁର ଗ୍ରାମରେ। ଅଭିଯୋଗ ଅନୁଯାୟୀ, ଏହି ଗ୍ରାମର ଦଳିତ ବିଧବା ମହିଳା ସ୍ମିତା ଦାସ ୧୬ା୭ା୨୦୨୦ ରେ ଏମ୍‌ଜିଏନଆରଇଜିଏସ୍‌ ଯୋଜନାରେ ଗୁହାଳ ନିର୍ମାଣ ନିମନ୍ତେ କାର୍ଯ୍ୟାଦେଶ ପାଇଥିଲେ। ସେ ନିର୍ଦ୍ଧାରିତ ସମୟ ମଧ୍ୟରେ ଧାରକରଜ କରି ୧୮ା୮ା୨୦୨୦ରେ କାମ ଶେଷ କରିଥିଲେ। ଏହି କାର୍ଯ୍ୟରେ ୧ ଲକ୍ଷ ୧୩ ହଜାର ଟଙ୍କାର ବ୍ୟୟ ବରାଦ ହୋଇଥିବାବେଳେ ସେ ମାତ୍ର ୪୮ ହଜାର ଟଙ୍କା ଏକାଧିକ କିସ୍ତିରେ ପାଇଛନ୍ତି। ବଳକା ଟଙ୍କା ପାଇଁ ସରପଞ୍ଚଙ୍କ ଠାରୁ ଆରମ୍ଭ କରି ଯନ୍ତ୍ରୀ ଓ ବିଡିିଓଙ୍କ ନିକଟକୁ ବାରମ୍ବାର ଧାଇଁଥିଲେ ମଧ୍ୟ ବଳକା ଅର୍ଥ ପାଇବାକୁ ସକ୍ଷମ ହୋଇପାରି ନାହାନ୍ତି। ତେଣୁ ବାରମ୍ବାର ଧାରା ଆଣିଥିବା ଲୋକଙ୍କ ତାଗିଦା ଓ ଚାପରେ ସମ୍ମୁଖୀନ ହୋଇ ସ୍ମିତା ଗୁରୁବାର ଏ ସମ୍ପର୍କରେ ଦଶରଥପୁର ବିଡିଓଙ୍କୁ ନିଜର ଅଭିଯୋଗ ଜଣାଇବାକୁ ଆସିଥିଲେ। ପ୍ରସାଶନ ତୁରନ୍ତ ତାଙ୍କର ପ୍ରାପ୍ୟ ନ ଦେଲେ ସେ ବାଧ୍ୟହୋଇ ଆମତ୍ହୂତି ଦେବେ ବୋଲି ସେ ବିଡିଓଙ୍କୁ ଲିଖିତ ଭାବରେ ଜଣାଇଛନ୍ତି। ଫାଇନାଲ ବିଲ କରିବାକୁ ସେ ଲାଞ୍ଚ ଦେବାରେ ଅକ୍ଷମ ହୋଇଥିବାରୁ ଏଭଳି ଦୁର୍ଦ୍ଦଶାର ସମ୍ମୁଖୀନ ହେଉଥିବା ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri