Posted inଜାତୀୟ

ଗୃହରେ କ୍ଷମା ମାଗିଲେ ପ୍ରଜ୍ଞା ଠାକୁର

ନୂଆଦିଲ୍ଲୀ,୨୯।୧୧: ମହାତ୍ମା ଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗଡସେକୁ ଦେଶ ଭକ୍ତ କହି ବିବାଦ ଘେରକୁ ଆସିଥିବା ଏମ୍‌ପି ପ୍ରଜ୍ଞା ଠାକୁର ଶୁକ୍ରବାର ଲୋକ ସଭାରେ କ୍ଷମା ମାଗିଛନ୍ତି। ମୋ ମନ୍ତବ୍ୟକୁ ବିରୋଧୀମାନେ ଅତିରଞ୍ଜିତ କରୁଛନ୍ତି ବୋଲି ପ୍ରଜ୍ଞା କହିଛନ୍ତି। ସେ କ୍ଷମା ମାଗିଥିଲେ ମଧ୍ୟ ଗୃହରେ ହଙ୍ଗାମା ବିରୋଧୀ ହଙ୍ଗାମା କରିଛନ୍ତି। ବୁଧବାର ଲୋକସଭାରେ ଏସପିଜି ସଂଶୋଧନ ବିଲ ଉପରେ ଚର୍ଚ୍ଚା ଚାଲିଥିବା ସମୟରେ ପ୍ରସଙ୍ଗ କ୍ରମେ ନାଥୁରାମଙ୍କୁ ଦେଶଭକ୍ତ ବୋଲି କହିଥଲେ ପ୍ରଜ୍ଞା ଠାକୁର। ଯାହାକୁ ତୀବ୍ର ବିରୋଧ କରିଥିଲା କଂଗ୍ରେସ। ଦଳର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପ୍ରଜ୍ଞା ଠାକୁରଙ୍କୁ ଜଣେ ଆତଙ୍କବାଦୀ ବୋଲି କହିଥିଲେ। ଭାଜପା ପ୍ରଜ୍ଞା ଠାକୁରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲା। ନିଜର ତୁଣ୍ଡ ପାଇଁ ସର୍ବଦା ବିବାଦ ସୃଷ୍ଟି କରୁଥିବା ପ୍ରଜ୍ଞାଙ୍କୁ କେନ୍ଦ୍ର ସରକାର ପ୍ରତିରକ୍ଷା ପ୍ୟାନେଲରେ ସାମିଲ କରିଥିଲେ। ହେଲେ ଏହି ପଦରୁ ତାଙ୍କୁ ବହିଷ୍କୃତ କରାଯାଇଛି। ସେହିପରି ସଂସଦର ଚଳିତ ଶୀତ ଅଧିବେଶନରେ ପ୍ରଜ୍ଞା କୌଣସି ପ୍ରକାରର ଭାଜପାର ସଂସଦୀୟ ବୋର୍ଡ ବୈଠକରେ ଯୋଗଦେଇ ପାରିବେ ନାହିଁ ବୋଲି ମଧ୍ୟ ଦଳର କାର୍ଯ୍ୟକାରୀ ଅଧ୍ୟକ୍ଷ ଜେପି ନଡ୍ଡା କହିଥିଲେ।ସୂଚନାଯୋଗ୍ୟ, ଗୃହରେ ଡିଏମେକେ ଏମପି ଏ. ରାଜାଙ୍କ ନକାରାତ୍ମକ ମାନସିକତା ବିଷୟରେ ଚର୍ଚ୍ଚା କରି ଗଡସେର ଉଦାହରଣ ଦେଇଥିଲେ। ସେ କହିଥିଲେ ଗଡସେ ଗାନ୍ଧୀଙ୍କୁ ହତ୍ୟା କରିବାର କାରଣ ସେ ଏକ ନିର୍ଦ୍ଦିିଷ୍ଟ ଦର୍ଶନରେ ବିଶ୍ୱାସ କରୁଥିଲେ। ଏହାକୁ ବିରୋଧ କରି ପ୍ରଜ୍ଞା ଠାକୁର କହିଥିଲେ, ଏଠାରେ ଦେଶଭକ୍ତଙ୍କର ଉଦାହରଣ ନ ଦିଆଯାଉ। ଏହାପରେ ବିରୋଧୀ କଂଗ୍ରେସ ଏହାକୁ ତୀବ୍ର ବିରୋଧ କରିଥିଲା। ଏହା ପରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ ପ୍ରଜ୍ଞାଙ୍କୁ ନିଜ ଆସନରେ ବସିବାକୁ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଙ୍କ ନକ୍ଷତ୍ରରେ ସୂର୍ଯ୍ୟଙ୍କ ପ୍ରବେଶ: ମେଷ ସମେତ ୩ ରାଶିର ବଢ଼ିବ ଚିନ୍ତା, ପଳାଇବ ଚାକିରି! ସମ୍ପର୍କରେ ପଡିବ ଭଟ୍ଟା

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସୂର୍ଯ୍ୟ ଓ ରାହୁଙ୍କ ଯୁତିକୁ ଶୁଭ ବୋଲି ବିବେଚନା କରାଯାଏ ନାହିଁ। ସେହିପରି ସୂର୍ଯ୍ୟଙ୍କ ରାହୁଙ୍କ ନକ୍ଷତ୍ରରେ ପ୍ରବେଶକୁ ମଧ୍ୟ ଜ୍ୟୋତିଷ ଦୃଷ୍ଟିରୁ…

୪୨ କଲେଜକୁ ସ୍ବୟଂଶାସିତ ମାନ୍ୟତା ପ୍ରସ୍ତାବ: ତାଲିକାରେ ଗଞ୍ଜାମର ୧୧ କଲେଜ

ଭଞ୍ଜନଗର,୧୩।୧୦(ବାବୁଲା ପ୍ରଧାନ): ରାଜ୍ୟର ୪୨ଟି ମହାବିଦ୍ୟାଳୟକୁ ସ୍ବୟଂଶାସିତ ମାନ୍ୟତା ପ୍ରଦାନ ନେଇ ରାଜ୍ୟ ସରକାର ଯୋଜନା ରଖିଥିବା ଜଣାପଡ଼ିଛି। ଏନେଇ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ପକ୍ଷରୁ…

୫ ଥର ଟାଇଟଲ ଜିତି ଇତିହାସ ରଚିଲେ ଗିଲ, ଏହି ତାଲିକାରେ କୋହଲିଙ୍କ ସ୍ଥାନ କେଉଁଠି? ଲିଷ୍ଟ ଦେଖିଲେ ଚମକିଯିବେ

ନୂଆଦିଲ୍ଲୀ,୧୩।୧୦: ଶୁଭମନ ଗିଲ ସର୍ବାଧିକ ଥର ‘ପ୍ଲେୟର ଅଫ ଦ ମନ୍ଥ’ ଟାଇଟଲ ଜିତିଥିବା ଭାରତୀୟ ଖେଳାଳି। ମଙ୍ଗଳବାର (ଅକ୍ଟୋବର ୧୩) ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC)…

ଗର୍ଭବତୀ ମହିଳା ସାମ୍ବାଦିକାଙ୍କୁ ଧକ୍କା ଦେଲେ ରାହୁଲ! ଭାଜପା ନେତାଙ୍କ ସାଂଘାତିକ ଅଭିଯୋଗ, କହିଲେ- ତାଙ୍କ ଗର୍ଭ…

ନୂଆଦିଲ୍ଲୀ,୧୩।୧୦: କଂଗ୍ରେସ ସାଂସଦ ତଥା ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସୋମବାର ସୁପ୍ରିମକୋର୍ଟ ପର୍ଯ୍ୟନ୍ତ ଏକ ମାର୍ଚ୍ଚ କରିଥିଲେ। ଏହି ମାର୍ଚ୍ଚରେ ଇଣ୍ଡିଆ…

ବନ୍ଧୁକ ଦେଖାଇ ମାଗୁଥିଲେ ସୁନା ଗହଣା: ପନିକି ଫୋପାଡିଲେ ମହିଳା, ପରେ…

ପାଟଣା, ୧୩/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ମୁରୁସୁଆଁ ଗ୍ରାମରେ ମଙ୍ଗଳବାର ମଧ୍ୟାହ୍ନରେ ବନ୍ଧୁକ ଦେଖାଇ ଲୁଟ୍‌ ଉଦ୍ୟମ ହୋଇଛି। ଘରେ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା, ଆଳି କଲେଜରେ ସାଇନ୍‌ ଡାଏ ଘୋଷଣା

କେନ୍ଦ୍ରାପଡ଼ା/ଆଳି, ୧୩।୧୦(ଜଗନ୍ନାଥ ଧଳ/ବନମାଳୀ ସେନାପତି) କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ୍‌ ଅନ୍ତର୍ଗତ ଆୟତପୁରସ୍ଥିତ ଲକ୍ଷ୍ମୀବରାହ ଜୀଉ ଡିଗ୍ରୀ କଲେଜରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା ଦେଖାଦେଇଛି।…

ଝୁଲିପଡ଼ିଲେ +୨ ଛାତ୍ର, କାରଣ ଜାଣିଲେ…

ଡେରାବିଶ,୧୩ା୧୦(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ବାରିମୂଳ ପଞ୍ଚାୟତ ରାୟପୁର ଗ୍ରାମର ବିରକିଶୋର ମଳିକଙ୍କ ପୁଅ ଚନ୍ଦନ(୧୭) ବେକରେ ରଶି ଲଗାଇ…

ଗେଟ୍‌ରେ ତାଲା, ବାହାରେ ଘଣ୍ଟା ଘଣ୍ଟା ଅପେକ୍ଷା କଲେ ଛାତ୍ରୀଛାତ୍ର: ଅଧ୍ୟକ୍ଷଙ୍କ ନିରବତାକୁ ନେଇ ଅସନ୍ତୋଷ

ମୋହନା, ୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ୍‌ରେ ଥିବା ଏକମାତ୍ର ଶିଳ୍ପ ତାଲିମ କେନ୍ଦ୍ରରେ ଛାତ୍ରଛାତ୍ରୀଙ୍କୁ ଗେଟ୍‌ ବାହାରେ ଅପେକ୍ଷା କରିବାକୁ ପଡ଼ୁଥିବା ଘଟଣାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?