ଗୃହରେ ମନ୍ତ୍ରୀ,ଶାସକ ବିଧାୟକଙ୍କ ଅନୁପସ୍ଥିତି ନେଇ ପ୍ରଶ୍ନ ଉଠାଇଲେ ତାରା: ‘ପାଟକୁରା ନିର୍ବାଚନ ପର୍ଯ୍ୟନ୍ତ ଗୃହ ବନ୍ଦ କରିଦିଆଯାଉ’

ଭୁବନେଶ୍ୱର, ୧୬।୭(ବ୍ୟୁରୋ): ବିଧାନସଭାରେ ସୋମବାର ଅପରାହ୍ନରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଏବଂ ଅବକାରୀ ବିଭାଗ ବ୍ୟୟ ବରାଦ ବିଲ୍‌କୁ ମଞ୍ଜୁରୀ ଦେବା ନେଇ ଆଲୋଚନା ଚାଲିଥିଲା। ଏହି ସମୟରେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ପଏଣ୍ଟ ଅଫ୍‌ ଅର୍ଡର ଆଣିଥିଲେ। ବାଚସ୍ପତି ତାରାଙ୍କ ପଏଣ୍ଟ ଅଫ୍‌ ଅର୍ଡରକୁ ଗ୍ରହଣ କରି ତାଙ୍କୁ କହିବାର ସୁଯୋଗ ଦେଇଥିଲେ। ତାରା ଗୃହରେ ଶାସକ ଦଳର ମନ୍ତ୍ରୀ ଏବଂ ବିଧାୟକମାନେ ଅନୁପସ୍ଥିତ ରହିବା ପ୍ରସଙ୍ଗ ଉଠାଇଥିଲେ। ସେ କହିଥିଲେ ଯେ, ପାଟକୁରା ନିର୍ବାଚନ ଆସନ୍ତା ୨୦ରେ ହେବାକୁ ଯାଉଛି। ସେଥିପାଇଁ ଶାସକ ଦଳର ଅଧିକାଂଶ ମନ୍ତ୍ରୀ ଓ ବିଧାୟକ ସେଠାରେ ଡେରା ପକାଇଛନ୍ତି। ତେଣୁ ଗୃହରେ ପ୍ରଶ୍ନକାଳ ଚାଲିଥିବାବେଳେ ୨୧ଜଣ ମନ୍ତ୍ରୀଙ୍କ ମଧ୍ୟରୁ ମାତ୍ର ୬ଜଣ ଉପସ୍ଥିତ ଅଛନ୍ତି। ଯେଉଁଠାରେ ସାଢେ ୪କୋଟି ଲୋକଙ୍କ ସମସ୍ୟା ନେଇ ଆଲୋଚନା ହେଉଛି ସେଠାରେ ବିଧାୟକ ଏବଂ ମନ୍ତ୍ରୀମାନେ ଅନୁପସ୍ଥିତ ରହିବା ଦୁର୍ଭାଗ୍ୟଜନକ। ତେଣୁ ବାଚସ୍ପତି ଗୃହକୁ ଆସନ୍ତା ୨୦ତାରିଖ ପର୍ଯ୍ୟନ୍ତ ବନ୍ଦ କରିଦେବା ଭଲ ହେବ। ଆଉ ଏଥିପାଇଁ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କୁ ବାଚସ୍ପତି ଚିଠି ଲେଖି ଜଣାନ୍ତୁ। ମୁଖ୍ୟମନ୍ତ୍ରୀ ଯେହେତୁ ଗୃହରେ ଅନୁପସ୍ଥିତ ରହୁଛନ୍ତି ସେଥିଲାଗି ତାଙ୍କ ବଦଳରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖଙ୍କୁ ଚିଠି ଲେଖିବାକୁ ତାରା ଗୃହରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ମହିଳାଙ୍କ ତୀବ୍ର ବିରୋଧ, ଉତ୍ତେଜନା ଦେଖାଦେବାରୁ…

ପାଟଣା,୫ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ଧନୁର୍ଜୟପୁର ଜଙ୍ଗଲ ଅଞ୍ଚଳରେ ରେଙ୍ଗାଳବେଡ଼ା ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ବୁଧବାର ଶତାଧିକ…

୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୫ ଗିରଫ ସହ ପାଖରୁ ମିଳିଲା ଏହି…

ଭଞ୍ଜନଗର,୫ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସକୁ ନିଶା କାରବାର ବିରୋଧୀ ଅଭିଯାନରେ ବୁଧବାର ପୁଣି ଏକ ସଫଳତା ମିଳିଛି। ମଙ୍ଗଳବାର ପୋଲିସ ପାଟ୍ରୋଲିଂ ସମୟରେ ବୁଦୁଲି…

ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ, ୪୮ ଘଣ୍ଟାରେ ଏହି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର,୫।୮: ମୌସୁମୀ ସକ୍ରିୟ ରହିଥିବା ବେଳେ ସାରା ରାଜ୍ୟରେ ବର୍ଷା ଜାରି ରହିଛି । ସେ ଆସନ୍ତା ୪୮ ଘଣ୍ଟା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି…

ପାଠ୍ୟପୁସ୍ତକ ତ୍ରୁଟି ଘଟଣା; ମନୋଜ ପାଢ଼ୀଙ୍କୁ ଜାମିନ, କୋର୍ଟ ରଖିଲେ ଏହି ସର୍ତ୍ତ

କଟକ,୫।୮(ପ୍ରଭୁକଲ୍ୟାଣ ପାଲ୍): ସ୍କୁଲ ପାଠ୍ୟ ପୁସ୍ତକ ତ୍ରୁଟି ମାମଲାରେ ଏସସିଇଆରଟିର ପୂର୍ବତନ ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କୁ ସର୍ତ୍ତ ମୂଳକ ଜାମିନ ପ୍ରଦାନ କରାଯାଇଛି । କଟକ ସ୍ୱତନ୍ତ୍ର…

ପୁଅ ହେବ ତ ଏମିତି… ପାଲିଙ୍କିରେ ମାତା-ପିତାଙ୍କୁ ବସାଇ ୧୫ କିମି ପଦଯାତ୍ରା, ଝୁମରନାଥ ଧାମ ଦର୍ଶନ କରାଇଲେ

ଲକ୍ଷ୍ନୌ,୫।୮: ଉତ୍ତର ପ୍ରଦେଶର ଲଲିତପୁର ଜିଲାରୁ ସାମ୍ନାକୁ ଆସିଛି ଭକ୍ତି, ସେବା ଓ ସଂସ୍କାରର ଏକ ପ୍ରେରଣାଦାୟକ ଚିତ୍ର । ବାର କସ୍ବାର ମୋତିଖେଡ଼ା ଗ୍ରାମର ବାସିନ୍ଦା…

୨୦୨୭ ODI ବିଶ୍ୱକପକୁ ନେଇ ଆସିଲା ବଡ଼ ଅପଡେଟ: କାର୍ଯ୍ୟସୂଚୀ ଘୋଷଣା କଲା ICC

ନୂଆଦିଲ୍ଲୀ,୫।୮: 2027 ODI ବିଶ୍ୱକପର କାର୍ଯ୍ୟସୂଚୀକୁ ନେଇ ଏକ ବଡ଼ ଅପଡେଟ ପ୍ରକାଶ ପାଇଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଟୁର୍ଣ୍ଣାମେଣ୍ଟର ଯୋଗ୍ୟତା ପର୍ଯ୍ୟାୟ ପାଇଁ ତାରିଖ…

ବିଭିନ୍ନ ସରକାରୀ ଅନୁଷ୍ଠାନକୁ ଅଚାନକ ଗସ୍ତ କଲେ ଜିଲାପାଳ, କାର୍ଯ୍ୟପ୍ରଣାଳୀ ଅନୁଧ୍ୟାନ କରି…

ନବରଙ୍ଗପୁର,୫ା୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାପାଳ ଡ. ମହେଶ୍ୱର ସ୍ବାଇଁ ବୁଧବାର ନନ୍ଦାହାଣ୍ଡି ବ୍ଲକ ଅନ୍ତର୍ଗତ ନନ୍ଦାହାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର (CHC), ନିସ୍ନାହାଣ୍ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ…

ବେକରେ ଓଢ଼ଣୀ ବାନ୍ଧି ଝୁଲିପଡ଼ିଲେ ଦଶମ ଶ୍ରେଣୀ ଛାତ୍ରୀ, ପଢ଼ା ଖାତା ଜବତ କରି ପୋଲିସ…

ଝରିଗାଁ,୫ା୮(କିଶୋର ଚନ୍ଦ୍ର ମଣ୍ଡଳ): ବେକରେ ଓଢ଼ଣୀ ଦେଇ ଝୁଲି ପଡ଼ିଛନ୍ତି ଜଣେ ଦଶମ ଶ୍ରେଣୀ ଛାତ୍ରୀ। ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚଚା ପଞ୍ଚାୟତ ଅନ୍ତର୍ଗତ ଗବାଗୁଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri