ଗୃହ ରାଷ୍ଟ୍ରମନ୍ତ୍ରୀଙ୍କୁ ବହିଷ୍କାର ଦାବି କଲା କଂଗ୍ରେସ

ଭୁବନେଶ୍ୱର,୨୪ା୨(ବ୍ୟୁରୋ): ନୟାଗଡ଼ ଜିଲା ସରଣକୁଳ ଅନ୍ତର୍ଗତ କୋଟରମ, ଖଲିପାଟଣା ଗ୍ରାମର ୧୫ ପରିବାର ୧୪ ବର୍ଷ ହେଲା କଙ୍ଗାରୁ କୋର୍ଟର ଶିକାର ହୋଇ ନିଜ ଗ୍ରାମକୁ ଫେରିପାରୁନାହାନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ଏଭଳି ପ୍ରଥା ପ୍ରଚଳନ ନେଇ ଗୃହ ରାଷ୍ଟ୍ରମନ୍ତ୍ରୀଙ୍କୁ ସିଧାସଳଖ କଂଗ୍ରେସ ଟାର୍ଗେଟ କରିଛି। ୨୦୧୫ ସେପ୍ଟେମ୍ବର ୧୧ରେ ପ୍ରଧାନମନ୍ତ୍ରୀ ଏବଂ ସେହିମାସ ୧୫ ତାରିଖରେ ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟରୁ ଘଟଣାର ସମାଧାନ ପାଇଁ ଆସିଥିବା ନିର୍ଦ୍ଦେଶକୁ ଚାପିରଖିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି କଂଗ୍ରେସ ଅଭିଯୋଗ କରିଛି। ଏହାସହ ଗୃହରେ ବାରମ୍ବାର ମିଥ୍ୟା ତଥ୍ୟଦେଇ ଭ୍ରମିତ କରିବା ଏବଂ ରାଜ୍ୟବାସୀଙ୍କୁ ବାସ୍ତବିକ ତଥ୍ୟଠାରୁ ଦୂରେଇ ରଖାଯାଉଛି। ଏଭଳି ଏକ ସମ୍ବେଦନଶୀଳ ପ୍ରସଙ୍ଗକୁ ଗୃହରେ ଉପସ୍ଥାପିତ ନ କରି ବାରମ୍ବାର ମିଥ୍ୟା ତଥ୍ୟ ଦେଇଥିବା ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ତାଙ୍କୁ ମନ୍ତ୍ରିମଣ୍ଡଳରୁ ବହିଷ୍କାର କରନ୍ତୁ ବୋଲି କଂଗ୍ରେସ ନେତା ନିଶିକାନ୍ତ ମିଶ୍ର ଦାବି କରିଛନ୍ତି। ଦଳର ରାଜ୍ୟ କାର୍ଯ୍ୟାଳୟଠାରେ ରବିବାର ଆୟୋଜିତ ଖବରଦାତା ସମ୍ମିଳନୀରେ ନିଶିକାନ୍ତ କହିଛନ୍ତି ଯେ, ଗ୍ରାମରୁ ବିତାଡିତ ପରିବାରଙ୍କୁ ନେଇ ଗୃହମନ୍ତ୍ରୀ ବିଧାନସଭାରେ ଯେଉଁ ତଥ୍ୟ ରଖିଛନ୍ତି ତାହା ଭୁଲ୍‌। ଜିଲା ପ୍ରଶାସନ, ରାଜ୍ୟ ପ୍ରଶାସନ ଥରେ ହେଲେ ମଧ୍ୟ ଆମ ସହ ଯୋଗାଯୋଗ କରିନାହାନ୍ତି ବୋଲି ଗ୍ରାମରୁ ୧୫ ବର୍ଷ ହେଲା ବିତାଡିତ ହୋଇଥିବା ଯୁଧିଷ୍ଠିର କରଣ କହିଛନ୍ତି। କାହା ଇଙ୍ଗିତରେ ପ୍ରଧାନମନ୍ତ୍ରୀ ଏବଂ ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶକୁ ସରକାର ଚାପି ରଖିଥିଲେ। ଶାନ୍ତି କମିଟି ଗଠନ ପାଇଁ ମାନବାଧିକାର ଡିଜିଙ୍କ ନିର୍ଦ୍ଦେଶକୁ ସରକାର କାହିଁକି ଚାପି ରଖିଛନ୍ତି। ନୟାଗଡ଼ ଜିଲାପାଳ,ଏସପିଙ୍କୁ ଶାନ୍ତି କମିଟି ଗଠନ କରି ଗାଁ ଛାଡିଥିବା ପରିବାରଙ୍କୁ ଥଇଥାନ କରିବା ନିର୍ଦ୍ଦେଶ ଦିଆଯାଇଥିଲା। ଏହି ଘଟଣାରେ ସରଣକୁଳ ଥାନାରେ ୧୬ରୁ ଅଧିକ ମାମଲା ରୁଜୁ ହେଇଥିବାସ୍ଥଳେ ମାତ୍ର ୧୦ ମାମଲା ରୁଜୁ ହେଇଥିବା କଥା କେମିତି ଗୃହମନ୍ତ୍ରୀ ବିଧାନସଭାରେ କହିଲେ ବୋଲି ନିଶିକାନ୍ତ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚେକିଂ ବେଳେ ଧରାପଡ଼ିଲେ ବାପ-ପୁଅ, ୨ ଦେଶୀ ବନ୍ଧୁକ ସହ ବିପୁଳ ଗୁଳି ଜବତ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୧୧ା୧୦(ଶୁଭକାନ୍ତ ନାୟକ/ ଶ୍ରୀଧର ମହାରଣା/ ନିରାକାର ପରିଡ଼ା): ପାର୍ବଣକୁ ଦୃଷ୍ଟିରେ ରଖି କେନ୍ଦୁଝର ପୋଲିସ କଡ଼ା ପଦକ୍ଷେପ ନେଇଛି। ଆନନ୍ଦପୁର ଉପଖଣ୍ଡରେ ପ୍ରଥମଥର ପାଇଁ ପୋଲିସ ଏକ…

ମାନସିକ ଅସୁସ୍ଥ ମହିଳାଙ୍କୁ ବଳାତ୍କାର ଉଦ୍ୟମ କଲାବେଳେଯୁବକଙ୍କୁ ମାଡ଼ିବସିଲେ ଲୋକେ: ବହେ ଛେଚିଲେ

ପୁରୀ,୧୦।୧୦: ପୁରୀ ଜିଲା ଚନ୍ଦନପୁର ଥାନା ଅନ୍ତର୍ଗତ ଜଳକବର ନିକଟରେ ଜଣେ ମାନସିକ ଅସୁସ୍ଥ ମହିଳାଙ୍କୁ ଜଣେ ନିଶାସକ୍ତ ଯୁବକ ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗକୁ ନେଇ…

ଏନକ୍ଲୋଜର୍ ଭିତରକୁ ପଶିଗଲେ ବ୍ୟକ୍ତି, ଝୁଣି ଖାଇଲା ରକ୍ତମୁଖା ବାଘ, ପୂରା ଘଟଣା ଜାଣିଲେ…

ଲଣ୍ଡନ,୧୧ା୧୦: ଇଂଲଣ୍ଡର ୟର୍କସାୟର୍ ଓ୍ବାଇଲ୍ଡଲାଇଫ୍‌ ପାର୍କରେ ଜଣେ ବ୍ୟକ୍ତି ବାଘ ରହୁଥିବା ଏନକ୍ଲୋଜର୍ (ଖୁଆଡ଼) ଭିତରକୁ ପଶିଯିବା ପରେ ବାଘ ଆକ୍ରମଣର ଶିକାର ହୋଇ ପ୍ରାଣ ହରାଇଛନ୍ତି।…

ଶୁକ୍ର-ମଙ୍ଗଳଙ୍କ ଯୋଗରେ ବଡ଼ ପରିବର୍ତ୍ତନ! ମେଷ, ମକର ସମେତ ୪ ରାଶିଙ୍କର ହେବ ଧନହାନି, ପାଖରୁ ପଳାଇବ ଟଙ୍କା!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଶୁକ୍ର ଗ୍ରହ ତୁଳା ରାଶିରେ ଏବଂ ମଙ୍ଗଳ ଗ୍ରହ କର୍କଟ ରାଶିରେ ଅବସ୍ଥାନ କରୁଛନ୍ତି। ଶୁକ୍ରଙ୍କୁ ଧନ, ସୁଖ-ସୁବିଧା ଓ ସମ୍ପର୍କର…

ସ୍କୁଟି ଧକ୍କାରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

ବଲାଙ୍ଗୀର, ୧୧।୧୦ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସଇଁତଳା ୨୬ ନମ୍ବର ଜାତୀୟ ରାଜପଥର ବିଜାଖମନ ନର୍ସରୀ ନିକଟରେ ରବିବାର ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ କୁଶପୁତ୍ତଳିକା ଦାହ କଲେ ବାମପନ୍ଥୀ

ବିଦ୍ୟାଧର ସାହୁ, ୧୧।୧୦: ଗଞ୍ଜାମ, ୧୦/୧୦: କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ, ଓଡ଼ିଶା କୃଷକ ସଭା ଓ କ୍ଷେତ ମଜଦୁର ୟୁନିୟନ ପକ୍ଷରୁ ଗଞ୍ଜାମ ତହସିଲ ଅନ୍ତର୍ଗତ ରାମଗଡ଼…

ସମଲେଶ୍ବରୀଙ୍କ ଶୈଳପୁତ୍ରୀ ବେଶ

ବରଗଡ଼,୧୧।୧୦(ପ୍ରେମାନନ୍ଦ ଖମାରୀ): ଆଜିଠାରୁ ଆରମ୍ଭ ହୋଇଛି ଶାରଦୀୟ ନବରାତ୍ର ପୂଜା। ଏହି ଅବସରରେ ନବରାତ୍ର ପୂଜାର ପ୍ରଥମ ଦିବସରେ ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା ସମଲେଶ୍ବରୀ ଶୈଳପୁତ୍ରୀ…

ସରକାରଙ୍କ ବଡ଼ ଘୋଷଣା: ବଢିବ ମାସିକ ପେନସନ! ଜାଣନ୍ତୁ କେତେ …

ଲକ୍ଷ୍ନୌ,୧୧।୧୦: ଉତ୍ତରପ୍ରଦେଶର ବୟସ୍କ ନାଗରିକ, ନିରାଶ୍ରିତ ମହିଳା ଓ ଦିବ୍ୟାଙ୍ଗଜନଙ୍କ ପାଇଁ ବଡ଼ ଖବର। ଯୋଗୀ ଆଦିତ୍ୟନାଥ ସରକାର ଏହି ବର୍ଗର ହିତାଧିକାରୀଙ୍କୁ ମିଳୁଥିବା ପେନସନ ରାଶି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?