Posted inଫୁରସତ

ଗେଣ୍ଡାରୁ ପ୍ରସ୍ତୁତ ହେବ କ୍ୟାନ୍‌ସର ଔଷଧ

ସିଡ୍‌ନୀ: ଅଷ୍ଟ୍ରେଲିଆର ସମୁଦ୍ରରେ ଦେଖାଯାଉଥିବା ଏକ ପ୍ରକାର ଗେଣ୍ଡା ହ୍ବାଇଟ ସି’ ସ୍ନେଲ୍‌ର କ୍ୟାନ୍‌ସର ପ୍ରତିରୋଧକ ଗୁଣ ରହିଛି ବୋଲି ଗବେଷକମାନେ କହିଛନ୍ତି। ଏହାର ଆଣ୍ଟି ବ୍ୟାକ୍ଟେରିଆଲ ଓ ଆଣ୍ଟି ଇନ୍‌ଫ୍ଲମାଟୋରି ଗୁଣ ମଧ୍ୟ ରହିଛି। ଏହି ଗେଣ୍ଡାର ମ୍ୟୁକସ ବା ଶ୍ଳେଷ୍ମାରୁ ଏକ ପ୍ରକାର ଉପାଦାନ ମିଳିଛି ଯାହା ବାଓ୍ବେଲ (ବୃହଦନ୍ତ୍ର ) କ୍ୟାନ୍‌ସରକୁ ସହଜରେ ପ୍ରତିରୋଧ କରିପାରିବ ବୋଲି କହିଛନ୍ତି ଫ୍ଲିଣ୍ଡର ୟୁନିଭର୍ସିଟି, ଅଷ୍ଟ୍ରେଲିଆର ପ୍ରଫେସର ତଥା ମୁଖ୍ୟ ଗବେଷକ । ଏହା ମଧ୍ୟ ବିଭିନ୍ନ ଫାର୍ମା କମ୍ପାନୀକୁ କୋଲୋରେକ୍ଟାଲ କ୍ୟାନ୍‌ସର ଟ୍ୟୁମର ଆଶଙ୍କା କମ୍‌ କରିବା ପାଇଁ ଔଷଧ ପ୍ରସ୍ତୁତ କରିବାରେ ସାହାଯ୍ୟ କରିବ । ଏହି ତଥ୍ୟ ସାଇଣ୍ଟିଫିକ ରିପୋର୍ଟରେ ପ୍ରକାଶ ପାଇଛି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଅନୁସାରେ କୋଲୋରେକ୍ଟାଲ କ୍ୟାନସର୍‌ରେ ପ୍ରତିବର୍ଷ ପୃଥିବୀରେ ୯.୬ ମିଲିଅନ ଲୋକ ମୃତ୍ୟୁବରଣ କରୁଛନ୍ତି। ଏଣୁ ଏହି ଗବେଷଣା ଆଗକୁ ଏଭଳି ଘାତକ କ୍ୟାନ୍‌ସରକୁ ରୋକିବାରେ ପ୍ରମୁଖ ଭୂମିକା ଗ୍ରହଣ କରିପାରିବ ବୋଲି ଗବେଷକମାନେ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲରେ ନ ଥିଲା ଲାଇନ୍‌: ନାଳକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ଛାତ୍ର

ଦେବଗଡ଼,୨୮ା୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅଧୀନ ଗୋପପୁର ଗ୍ରାମର ଏକ ନାଳରେ ବୁଡି ଗୁରୁବାର ଜଣେ ନବମ ଶ୍ରେଣୀ ଛାତ୍ରଙ୍କର ମୃତ୍ୟୁ ଘଟିଛି।…

ଝଡବତାସରେ ଭାଙ୍ଗିଲା ଗଛ, ବିଦ୍ୟୁତ୍‌ ସେବା ବନ୍ଦ

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳରେ ଗୁରୁବାର କାଳବୈଶାଖୀ ପ୍ରଭାବରେ ଝଡ଼ବତାସ ଓ ବର୍ଷା ହୋଇଛି। ବର୍ଷା ଯୋଗୁ କ୍ଷେତ, ଖଳାରେ ରହିଥିବା ଅମଳ ଧାନ…

ଗାଁରେ ପଶି ଲୋକଙ୍କୁ କାମୁଡ଼ିଲା ପାଗଳା କୁକୁର

ଗୁଡ଼ାରି,୨୮।୫(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଅସଡା ଗ୍ରାମପଞ୍ଚାୟତ ଅନ୍ତର୍ଗତ ସିଲିମି ଗ୍ରାମରେ ଗୁରୁବାର ପାଗଳା କୁକୁର ଆତଙ୍କ ଦେଖିବାକୁ ମିଳିଥିଲା। କୁକୁର…

ଜିର୍ଣ୍ଣୋଦ୍ଧାର ମହୋତ୍ସବ ଉଦ୍‌ଯାପିତ

ଦିଗପହଣ୍ଡି,୨୮ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହର ଉପକଣ୍ଠ କୁଶପଡ଼ାଗ୍ରାମ ନିକଟ କମାପଡ଼ିଆ ସ୍ଥିତ ଶ୍ରୀନୀଳକଣ୍ଠେଶ୍ୱର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଗୁରୁବାର ଉଦ୍‌ଯାପିତ ହୋଇଛି। ୫ ଦିନ ବ୍ୟାପୀ…

CBSE ପ୍ରସଙ୍ଗକୁ ନେଇ ରାହୁଲ-ଧର୍ମେନ୍ଦ୍ର ମୁହାଁମୁହିଁ

ନୂଆଦିଲ୍ଲୀ,୨୮।୫: CBSE ର ମୂଲ୍ୟାୟନ ପ୍ରକ୍ରିୟା ସମ୍ପର୍କରେ ଛାତ୍ରମାନଙ୍କ ଦ୍ୱାରା ଉଠାଯାଉଥିବା ପ୍ରଶ୍ନ ମଧ୍ୟରେ, ଏହି ପ୍ରସଙ୍ଗକୁ ନେଇ ରାଜନୈତିକ ଉତ୍ତେଜନା ମଧ୍ୟ ତୀବ୍ର ହୋଇଛି। ଗୁରୁବାର,…

ସଚିନ ତେନ୍ଦୁଲକରଙ୍କ ଟୁଇଟ ଉପରେ ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରତିକ୍ରିୟା ଭାଇରାଲ, କହିଲେ ‘କ୍ରିକେଟର ଭଗବାନ’…

ନୂଆଦିଲ୍ଲୀ,୨୮।୫: ବୈଭବ ସୂର୍ଯ୍ୟବଂଶୀ ଇଣ୍ଡିଆନ ପ୍ରିମିୟର ଲିଗରେ ଚମକାଇ ଚାଲିଛନ୍ତି। ମାତ୍ର ୧୫ ବର୍ଷ ବୟସରେ ସେ ଗୋଟିଏ ପରେ ଗୋଟିଏ ରେକର୍ଡ ଭାଙ୍ଗି ଚାଲିଛନ୍ତି। ସନରାଇଜର୍ସ…

ଟ୍ରେନ ଉପରେ ପଡ଼ିଲା କ୍ରେନ୍‌

ବାଲେଶ୍ୱର/ନୀଳଗିରି,୨୮।୫(ବାଞ୍ଛାନିଧି ଦେ/ପ୍ରଶାନ୍ତ ବିଶ୍ୱାଳ): ନୀଳଗିରି-ଗୋପୀନାଥପୁର ରେଲ ଷ୍ଟେଶନରେ ଏକ ଅଘଟଣ ଘଟିଛି। ଅନ୍‌ ଲୋଡିଂ ବେଳେ କ୍ରେନ୍‌ ଭାଙ୍ଗି ୨ଟି ମାଲବାହୀ ଟ୍ରେନ ଉପରେ ପଡ଼ିଥିଲା। ଫଳରେ…

ଚାକିରି ନାଁରେ ଓଡ଼ିଆ ନାବାଳିକାଙ୍କୁ ୟୁପିରେ ବିକ୍ରି: ଦୁଇବର୍ଷ ଧରି ଯୌନ ନିର୍ଯାତନା

କାମାକ୍ଷାନଗର,୨୮।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର ଅଞ୍ଚଳରେ ଏକ ଚାଞ୍ଚଳ୍ୟକର ଘଟଣା ସାମ୍ନାକୁ ଆସିଛି। ମା’ଙ୍କ ଚିକିତ୍ସା ପାଇଁ ଟଙ୍କା ରୋଜଗାର କରିବାକୁ ଆସି ଯୌନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri