ଗେଷ୍ଟ ହାଉସ୍‌ରେ ଯୁବତୀଙ୍କୁ ବଳାତ୍କାର: ଅଭିଯୁକ୍ତ ଗିରଫ

ଭୁବନେଶ୍ୱର, ୧୬।୧୧(ବ୍ୟୁରୋ): ବରମୁଣ୍ଡା ଅଞ୍ଚଳର ଏକ ଗେଷ୍ଟ ହାଉସ୍‌ରେ ଜଣେ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତ କଟକ ଜିଲା ଗୋବିନ୍ଦପୁର ଅଞ୍ଚଳର ବାବୁଲି ସାହୁଙ୍କୁ ଖଣ୍ଡଗିରି ଥାନା ପୋଲିସ ଗିରଫ କରିଛି। ଶୁକ୍ରବାର ତାଙ୍କୁ କୋର୍ଟ ଚାଲାଣ କରାଯାଇଛି। ସୂଚନା ମୁତାବକ, ବାବୁଲି ନୟାପଲ୍ଲୀ ଥାନା ଅଧୀନ ସାଲିଆସାହି ଅଞ୍ଚଳରେ ରହୁଥିଲେ। ତାଙ୍କର ପୁରୀ ଅଞ୍ଚଳର ଜଣେ ଯୁବତୀଙ୍କ ସହ ଭୁବନେଶ୍ୱରରେ ଦେଖାସାକ୍ଷାତ ହେବା ପରେ ବନ୍ଧୁତା ଗଢି ଉଠିଥିଲା। ଗତ ଅଗଷ୍ଟ ୧୯ ତାରିଖରେ ଉଭୟେ ଭୁବନେଶ୍ୱରରେ ବୁଲାବୁଲି କରିବା ପରେ ବରମୁଣ୍ଡା ଅଞ୍ଚଳରେ ଥିବା ଏକ ଗେଷ୍ଟ ହାଉସରେ ଏକାଠି ରହିଥିଲେ। ଉକ୍ତ ରାତିରେ ବାବୁଲି ତାଙ୍କୁ ବଳାତ୍କାର କରିଥିଲେ। ଏ ନେଇ ଯୁବତୀ ଜଣକ ପରିବାର ଲୋକଙ୍କୁ ଜଣାଇବା ପରେ ଖଣ୍ଡଗିରି ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୋଲିସ କେସ୍‌ ନଂ. ୪୪୦/୧୯ରେ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଥିଲା। ଗୁରୁବାର ବିଳମ୍ବିତ ରାତିରେ ଅଭିଯୁକ୍ତ ବାବୁଲିଙ୍କୁ ଗିରଫ କରାଯାଇଥିଲା। ତାଙ୍କୁ ପୋଲିସ ପଚରାଉଚରା କରିବା ପରେ ଶୁକ୍ରବାର କୋର୍ଟ ଚାଲାଣ କରିଥିଲା। ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସରିସରି ଯାଉଛି ପଞ୍ଜୀକରଣ ଅବଧି, ତୁଟୁନି ଚାଷୀଙ୍କ ସମସ୍ୟା: ଉପୁଜୁଛି ନୂଆ ନୂଆ ସମସ୍ୟା

ବରଗଡ଼,୨୦।୮(ପ୍ରେମାନନ୍ଦ ଖମାରୀ):ସମୟ ଗଡ଼ି ଚାଲିଛି। ପଞ୍ଜୀକରଣ ଅବଧି ମଧ୍ୟ ସରିସରି ଯାଉଛି। ଏଭଳି ସ୍ଥିତିରେ ଧାନବିକ୍ରି ପଞ୍ଜୀକରଣ ପାଇଁ ଚାଷୀମାନଙ୍କୁ ନୂଆଁ ନୂଆଁ ସମସ୍ୟାର ସମ୍ମୁଖୀନ ହେବାକୁ…

ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ

ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ…

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri