Posted inଜାତୀୟ

ଗୋଆ ମନ୍ତ୍ରିମଣ୍ଡଳରୁ ଉପମୁଖ୍ୟମନ୍ତ୍ରୀ ବିଦା: କଂଗ୍ରେସ ଛାଡ଼ିଥିବା ୩ ବିଧାୟକ ସାମିଲ

ପଣଜୀ,୧୪ା୭(ପି.ଟି.): ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାଓ୍ବନ୍ତ ଶନିବାର ତାଙ୍କ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ କରିଛନ୍ତି। କ୍ୟାବିନେଟରୁ ଉପମୁଖ୍ୟମନ୍ତ୍ରୀ ବିଜୟୀ ସରଦେଶାଇଙ୍କ ସମେତ ୪ ଜଣଙ୍କୁ ବାଦ୍‌ ଦିଆଯାଇ ସେମାନଙ୍କ ସ୍ଥାନରେ କଂଗ୍ରେସ ଛାଡ଼ିଥିବା ୩ ବିଧାୟକ ଏବଂ ଜଣେ ଭାଜପା ବିଧାୟକଙ୍କୁ ନିଆଯାଇଛି। ରାଜଭବନରେ ରାଜ୍ୟପାଳ ମୃଦୁଳା ସିହ୍ନା ନୂଆ ମନ୍ତ୍ରୀମାନଙ୍କୁ ଶପଥପାଠ କରାଇଥିଲେ। ଗୋଆ ବିଧାନସଭାର ୧୫ କଂଗ୍ରେସ ବିଧାୟକଙ୍କ ମଧ୍ୟରୁ ୧୦ ଜଣ ଦଳବଦଳ କରି ଭାଜପାରେ ସାମିଲ ହେବା ପରେ ସେମାନଙ୍କ ମଧ୍ୟରୁ ପୂର୍ବତନ ବିରୋଧୀ ଦଳ ନେତା ଚନ୍ଦ୍ରକାନ୍ତ କଭାଲେକର, ପୂବର୍ତନ ମନ୍ତ୍ରୀ ଫିଲିଫ୍‌ ନେରି ରଡ୍ରିଗ୍ସ ଏବଂ ଜେନିଫର ମନସେରାତେଟ୍‌ଙ୍କୁ ମନ୍ତ୍ରିମଣ୍ଡଳରେ ସ୍ଥାନ ମିଳିଛି। କଭାଲେକରଙ୍କୁ ଉପମୁଖ୍ୟମନ୍ତ୍ରୀ କରାଯାଇପାରେ ବୋଲି ଜଣାପଡିଛି। ତାଙ୍କ ନେତୃତ୍ୱରେ ୧୦ କଂଗ୍ରେସ ବିଧାୟକ ଦଳବଦଳ କରିଥିଲେ।
ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଲାଗି ଭାଜପା ସହଯୋଗୀ ଗୋଆ ଫରଓ୍ବାର୍ଡ ପାର୍ଟି (ଜିଏଫ୍‌ପି)ର ୩ ମନ୍ତ୍ରୀଙ୍କୁ ଇସ୍ତଫା ଦେବା ଲାଗି କୁହାଯାଇଥିଲା। ମନ୍ତ୍ରିମଣ୍ଡଳରୁ ଉପମୁଖ୍ୟମନ୍ତ୍ରୀ ବିଜୟୀ ସରଦେଶାଇ, ମତ୍ସ୍ୟସମ୍ପଦ ମନ୍ତ୍ରୀ ବିନ୍ଦୋ ପଲିଏନକର, ଗୃହନିର୍ମାଣ ମନ୍ତ୍ରୀ ଜୟେଶ ସଲଗାଓଁକର ଏବଂ ସ୍ବାଧୀନ ବିଧାୟକ ରୋହନ ଖୌନ୍ତେ ବାଦ୍‌ ପଡିଛନ୍ତି। ଫଳରେ ସରକାରରୁ ଜିଏଫ୍‌ପି ସମର୍ଥନ ପ୍ରତ୍ୟାହାର କରିନେବ ବୋଲି ଦଳ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସମାନ ବୟସ, ସମାନ ହସ୍ପିଟାଲ, ଭାଇରାଲ ହେଉଛି ଲତା ଦିଦିଙ୍କ ସହ ଆଶାଙ୍କ ପିଲା ଦିନର ଫଟୋ, ପ୍ରଶଂସକ ହେଉଛନ୍ତି ଇମୋଶନାଲ

ମୁମ୍ବାଇ,୧୨।୪: ଗାୟିକା ଆଶା ଭୋଁସଲେଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହେବା ପରେ ତାଙ୍କୁ ଶନିବାର ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲେ ରବିବାର ୯୨…

ପାକିସ୍ତାନର ମଧ୍ୟସ୍ଥତା ଫେଲ ମାରିବା ପରେ ରାଗରେ ଇରାନ ଉପରେ ଖପ୍ପା ହେଲେଣି ଟ୍ରମ୍ପ!

ଓ୍ବାଶିଂଟନ,୧୨।୪: ଇସଲାମାବାଦରେ ଆମେରିକା-ଇରାନ ଆଲୋଚନା ବିଫଳ ହେବା ପରେ, ପୁଣି ଥରେ ଯୁଦ୍ଧ ଆରମ୍ଭ ହେବାକୁ ଯାଉଛି କି ନାହିଁ ସେ ବିଷୟରେ ପ୍ରଶ୍ନ ଉଠାଯାଉଛି। ଏହା…

କେନ୍ଦ୍ରାପଡ଼ା ଜିଲାର ଏହି ବ୍ଲକରେ ବିଜେଡିରୁ ସମସ୍ତେ ଦେଇଦେଲେ ଇସ୍ତଫା

ପାଟକୁରା,୧୨ା୪(ରବୀନ୍ଦ୍ର ନାଥ ବାରିକ): କେନ୍ଦ୍ରାପଡା ଜିଲା ପାଟକୁରା ନିର୍ବାଚନ ମଣ୍ଡଳୀ ଗରଦପୁର ବ୍ଲକ ବିଜେଡି ସମର୍ଥିତ ତଥା ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ଅନୁଗତମାନେ ବିଜେଡିରୁ ସମୂହ ଇସ୍ତଫା…

ସଙ୍ଗୀତ ଜଗତରେ ଶୋକର ଛାୟା: ନିରବି ଗଲେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର ଅନନ୍ୟ ପ୍ରତିଭା ତଥା ପ୍ରଖ୍ୟାତ ଗାୟିକା ଆଶା ଭୋସଲେଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ବୟସ ହୋଇଥିଲା।…

ଫେଲ ମାରିଲା ପାକିସ୍ତାନର ମଧ୍ୟସ୍ଥତା, ହର୍ମୁଜ ବନ୍ଦ! ୟୁ-ଟର୍ନ ନେଲା ୨ ତେଲ ଟ୍ୟାଙ୍କର, ପାକିସ୍ତାନ ଜାହାଜ ବି ସାମିଲ

ତେହରାନ,୧୨।୪: ଇସଲାମାବାଦରେ ଆମେରିକା ଏବଂ ପାକିସ୍ତାନ ମଧ୍ୟରେ ହୋଇଥିବା ଆଲୋଚନା ବିଫଳ ହୋଇଛି। ୧୪ ଦିନିଆ ଅସ୍ତ୍ରବିରତି ଉପରେ ସହମତି ପରେ ଉଭୟ ଦେଶ ଆଲୋଚନାରେ ସାମିଲ…

ଜିଲାପାଳଙ୍କ ତଦାରଖ ପରେ ଫେରିଘାଟ ବନ୍ଦ ନିର୍ଦ୍ଦେଶ, ଡଙ୍ଗା ଇଞ୍ଜିନ ଚାବି ଜବତ କରି…

ମହାକାଳପଡ଼ା,୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ବାହାକୁଦ-ମୂଷଡିଆ ମହାନଦୀ ଫେରିଘାଟରେ ଲାଇଫ ଜ୍ୟାକେଟ, ସିସିଟିଭି ଆଦି ବ୍ୟବାହର ହେଉ ନ ଥିବା…

PF ଆକାଉଣ୍ଟରୁ ଟଙ୍କା ଉଠାଇବାକୁ ଚାହୁଁଛନ୍ତି କି? ଜାଣନ୍ତୁ ଅନ୍‌ଲାଇନ୍‌ ଏବଂ ଅଫଲାଇନ୍‌ ଉଠାଣର ଷ୍ଟେପ୍‌ ବାଇ ଷ୍ଟେପ୍‌ ପ୍ରକ୍ରିୟା…

ନୂଆଦିଲ୍ଲୀ,୧୨।୪: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ନିଜର କୋଟି କୋଟି ଅଂଶଧାରକଙ୍କ ପାଇଁ ପିଏଫ (PF) ଟଙ୍କା ଉଠାଣ ପ୍ରକ୍ରିୟାକୁ ପୂର୍ବ ଅପେକ୍ଷା ଅଧିକ ସହଜ…

ମହିଳା ସଂରକ୍ଷଣ ବିଲ୍‌କୁ ନେଇ ପ୍ରଭାତୀ ପରିଡ଼ାଙ୍କ ବଡ଼ ଅପଡେଟ୍‌, କହିଲେ ଦେଶକୁ ଏକ ନୂଆ…

ଭୁବନେଶ୍ୱର,୧୨ା୪: ମହିଳା ସଂରକ୍ଷଣ ବିଲ୍‌ ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ରବିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ ଏକ ପ୍ରେସ୍‌ମିଟ୍‌ରେ କହିଛନ୍ତି, ୩୩% ମହିଳା ସଂରକ୍ଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri