ଗୋଟିଏ ଏଫ୍‌-୩୫ ଯୁଦ୍ଧ ବିମାନ ବଦଳରେ କିଣାଯାଇ ପାରିବ ୩୨୪୪ ଆଇସିୟୁ ଶଯ୍ୟା: ଭାରତର ପ୍ରତିରକ୍ଷା ଖର୍ଚ୍ଚ ୫.୪ ଲକ୍ଷ କୋଟି

ଷ୍ଟକ୍‌ହୋମ୍‌,୩୦।୪: କରୋନା ସଂକ୍ରମଣ ନେଇ ପୃଥିବୀରେ ସଙ୍କଟ ଜନକ ସ୍ଥିତି ସୃଷ୍ଟି ହୋଇଛି। ବହୁ ଦେଶରେ ସଂକ୍ରମିତଙ୍କୁ ଉପଯୁକ୍ତ ଚିକିତ୍ସା ମିଳିବା ସମ୍ଭବ ହୋଇପାରୁ ନାହିଁ। ଫଳରେ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଆବଶ୍ୟକ ଚିକିତ୍ସା ସେବା ତଥା ଆଇସିୟୁ ସୁବିଧା ନ ମିଳିବାରୁ ବହୁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ବୋଲି ଷ୍ଟକ୍‌ହୋମ୍‌ ଇଣ୍ଟରନ୍ୟାଶନାଲ୍‌ ପିସ୍‌ ରିସର୍ଚ୍ଚ ଇନଷ୍ଟିଚ୍ୟୁଟ୍‌(ଏସ୍‌ ଆଇପିଆର୍‌ଆଇ) ପକ୍ଷରୁ ପ୍ରକାଶିତ ହୋଇଥିବା ଏକ ରିପୋର୍ଟରେ ଦର୍ଶାଯାଇଛି। ୨୦୧୯ରେ ସାରା ପୃଥିବୀରେ ସାମରିକ ଉପକରଣ କିଣିବାରେ ୧୯୦ ହଜାର କୋଟି(୧.୯ ଟ୍ରିଲିୟନ୍‌) ଡଲାର ଖର୍ଚ୍ଚ ହୋଇଥିଲା। ୨୦୧୮ ତୁଳନାରେ ଏଥିରେ ୩.୬ ପ୍ରତିଶତ ବୃଦ୍ଧି ଘଟିଥିଲା। ଆମେରିକାର ପ୍ରତିରକ୍ଷା ବଜେଟ ୫.୩ ପ୍ରତିଶତ ବଢ଼ିଥିବାବେଳେ ଜର୍ମାନୀର ପ୍ରତିରକ୍ଷା ଖର୍ଚ୍ଚ ୧୦ ପ୍ରତିଶତ ପର୍ଯ୍ୟନ୍ତ ବୃଦ୍ଧି ପାଇଥିଲା ବୋଲି ରିପୋର୍ଟରେ ପ୍ରକାଶ ପାଇଛି। ଗୋଟିଏ ଏଫ୍‌-୩୫ ଯୁଦ୍ଧ ବିମାନ ବଦଳରେ ୩୨୪୪ ଆଇସିୟୁ ଶଯ୍ୟା କିଣାଯାଇପାରିଥାନ୍ତା। ସେହିପରି ଗୋଟିଏ ଟ୍ୟାଙ୍କର କିଣା ଦାମରେ୪୪୦ ଭେଣ୍ଟିଲେଟର ଆସି ପାରିଥାନ୍ତା। ଗୋଟିଏ ଏଫ୍‌-୩୫ ଯୁଦ୍ଧ ବିମାନର ଦାମ ୬୭୦ କୋଟି ଟଙ୍କା ଥିବାବେଳେ ଲେପର୍ଡ ଯୁଦ୍ଧ ଟ୍ୟାଙ୍କର ଦାମ ୭୭ କୋଟି ରହିଛି। ସାମରିକ କ୍ଷେତ୍ରରେ ଆଗୁଆ ଥିବା ଆମେରିକା, ଚାଇନା, ଭାରତ, ରୁଷିଆ ଏବଂ ସୌଦି ଆଦି ୫ଟି ଦେଶ ଯଥାକ୍ରମେ ୫୫.୬ ଲକ୍ଷ କୋଟି, ୧୯.୮ ଲକ୍ଷ କୋଟି, ୫.୪ ଲକ୍ଷ କୋଟି, ୪.୯ ଲକ୍ଷ କୋଟି ଏବଂ ୪.୭ ଲକ୍ଷ କୋଟି ଟଙ୍କା ଖର୍ଚ୍ଚ କରିଥିବା ଏହି ରିପୋର୍ଟରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେଲୁଅ ନଦୀକୁ ଡେଇଁଲେ ଅଜୟ: ପଛରେ ଅଛି ଏମିତି କାରଣ

ଧର୍ମଶାଳା,୨୬।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନ ଦେଓଦା ପଞ୍ଚାୟତର ଚଇନିହୁଡ଼ା ଗ୍ରାମର ଜଣେ ଯୁବକ କାଏମା କେଲୁଅ ନଦୀ ବ୍ରିଜ୍‌ରୁ ଡେଇଁ ନିଖୋଜ…

କାଜୁ ବୁଦାରେ ଝୁଲୁଛି ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ମୃତଦେହ: ଖେଳିଗଲା ଚାଞ୍ଚଲ୍ୟ

ଧର୍ମଶାଳା,୨୬।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନା ଅନ୍ତର୍ଗତ ରାଉତରାପୁର ପଞ୍ଚାୟତର ନୂଆସାହି ଗ୍ରାମରେ ଜଣେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ମିଳିବା ଘଟଣାକୁ ନେଇ…

ରୁଷିକୁଲ୍ୟାରୁ କମୁଛି ଜଳସ୍ତର: ଟଳିଲା ବନ୍ୟା ଆଶଙ୍କା

ପୁରୁଷୋତ୍ତମପୁର, ୨୬।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତର ପ୍ରଭାବରେ ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳରେ ଗତ ଚାରିଦିନ ଧରି ଲଗାଣ ବର୍ଷା ଜାରି…

ପ୍ରଶାନ୍ତ କିଶୋରଙ୍କୁ ଜୋରଦାର ଝଟ୍‌କା: ପ୍ରାର୍ଥୀ ଘୋଷଣାର ୨୪ ଘଣ୍ଟାରେ…

ପାଟନା,୨୬।୯: ବିହାର ବିଧାନ ପରିଷଦ ନିର୍ବାଚନ ପୂର୍ବରୁ ପ୍ରଶାନ୍ତ କିଶୋରଙ୍କ ଦଳ ଜନ ସୁରଜକୁ ଝଟକା ଲାଗିଛି। ତିରହୁତ ଶିକ୍ଷକ ନିର୍ବାଚନମଣ୍ଡଳୀ ପାଇଁ ଦଳର ପ୍ରାର୍ଥୀ ଘୋଷଣା…

ଭଜନ କ୍ଲବିଂରେ ସାମିଲ ପ୍ରଧାନମନ୍ତ୍ରୀ ମୋଦି: ରାମ ଭଜନରେ ବଜାଇଲେ ଡଫଲି

ନୂଆଦିଲ୍ଲୀ,୨୬।୯: ଦିଲ୍ଲୀର ଦୀନ ଦୟାଲ ଉପାଧ୍ୟାୟ ପାର୍କରେ ଆୟୋଜିତ ‘ଭଜନ କ୍ଲବିଂ’ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ୧୧୦ତମ ଜୟନ୍ତୀ…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଢିଲା ଟେନ୍‌ସନ୍‌: ଲାଗିଲା ପୁଣି ଝଟକା

ନୂଆଦିଲ୍ଲୀ,୨୬।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ମଇଦାନକୁ ଫେରିବା ଅପେକ୍ଷା ଆହୁରି ଲମ୍ବା ହୋଇଛି। ୱେଷ୍ଟଇଣ୍ଡିଜ ବିପକ୍ଷ ଘରୋଇ ଦିନିକିଆ ସିରିଜ୍‌ରୁ ବାଦ…

ବିଧାନସଭାରେ ଛତାମଖନା ଆଇଏସ୍‌ଏସ୍‌ ପ୍ରସଙ୍ଗ ଉଠାଇଲେ ବିଧାୟକ କଳିକେଶ

ବଲାଙ୍ଗୀର,୨୫ା୯(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓ ବିଧାନସଭାରେ ବଲାଙ୍ଗୀରର ଛତାମଖନା ଇନ୍‌-ଷ୍ଟ୍ରିମ୍‌ ଷ୍ଟୋରେଜ୍‌ ଷ୍ଟ୍ରକଚର (ଆଇଏସ୍‌ଏସ୍‌)ର କ୍ଷତି, ଜଙ୍ଗଲ ନିଆଁ, କାମ୍ପା ପାଣ୍ଠି, ଜଙ୍ଗଲ…

ଟ୍ରମ୍ପଙ୍କ ବଡ଼ ଘୋଷଣା: ଷ୍ଟ୍ରେଟ ଅଫ ହର୍ମୁଜର ନାମ ବଦଳାଇ ରଖିଲେ ଏହି ନାଁ, ସାରା ବିଶ୍ୱ ଆଶ୍ଚର୍ଯ୍ୟ!

ଓ୍‌ବାଶିଂଟନ୍‌,୨୬।୯: ଇରାନ ଆମେରିକା ସମ୍ମୁଖରେ ଷ୍ଟ୍ରେଟ ଅଫ ହର୍ମୁଜକୁ ପୁଣିଥରେ ଖୋଲିବା ପାଇଁ ପ୍ରସ୍ତାବ ରଖିଛି। ଏହି ମଧ୍ୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?