Posted inଖେଳ

ଗୋଟିଏ ଓଭରରେ ୫ ଉଇକେଟ ନେଲେ ଭାରତୀୟ ପେସର

ନୂଆଦିଲ୍ଲୀ,୨୯।୧୧- ଚଳିତ ସୟଦ ମୁସ୍ତାକ ଅଲି ଟି୨୦ ଟୁର୍ନାମେଣ୍ଟର ପ୍ରଥମ ସେମିଫାଇନାଲ ହରିୟାଣା ଓ କର୍ନାଟକ ମଧ୍ୟରେ ସୁରଟଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ମ୍ୟାଚ୍‌ରେ ପୂର୍ବତନ ଭରତୀୟ ତଥା କର୍ନାଟକର ଅଭିଜ୍ଞ ପେସର ଅଭିମନ୍ୟୁ ମିଥୁନ ହ୍ୟାଟ୍ରିକ ସହ ଗୋଟିଏ ଓଭରରେ ୫ ଉଇକେଟ ନେଇ ଇତିହାସ ସୃଷ୍ଟି କରିଛନ୍ତି। ଚଳିତବର୍ଷ ଅଭିମନ୍ୟୁଙ୍କ ଏହା ଦ୍ୱିତୀୟ ହ୍ୟାଟ୍ରିକ। ପୂର୍ବରୁ ସେ ବିଜୟ ହଜାରେ ଟ୍ରଫିରେ ତାମିଲନାଡୁ ବିପକ୍ଷରେ ହ୍ୟାଟ୍ରିକ ଉଇକେଟ ନେଇଥିଲେ। ହରିୟାଣା ଇନିଂସର ଅନ୍ତିମ ଓଭର ବୋଲିଂ କରିଥିଲେ ଅଭିମନ୍ୟୁ। ସେ ପ୍ରଥମ ବଲରେ ସେଟ ବ୍ୟାଟ୍ସମ୍ୟାନ ହିମାଂଶୁ ରାନା (୬୧)ଙ୍କୁ ମୟଙ୍କ ଅଗ୍ରଓ୍ବାଲଙ୍କ ହାତରେ କ୍ୟାଚ୍‌ ଆଉଟ କରାଇଥିଲେ। ପରବର୍ତ୍ତୀ ବଲରେ ଆଉ ଜଣେ ସେଟ ବ୍ୟାଟ୍ସମ୍ୟାନ ରାହୁଲ ତଓ୍ବେତିଆ (୩୨)ଙ୍କ ହାତେଇଥିଲେ। ୩ୟ ବଲରେ ସୁମିତ କୁମାରଙ୍କୁ ଆଉଟ କରି ହ୍ୟାଟ୍ରିକ ପୂରଣ କରିଥିଲେ ଅଭୁମନ୍ୟୁ। ଚତୁର୍ଥ ବଲରେ ପ୍ରତିପକ୍ଷ ଅଧିନାୟକ ଅମିତ ମିଶ୍ରାଙ୍କୁ କ୍ରିଷ୍ଣପା ଗୋଥମଙ୍କ ହାତରେ କ୍ୟାଚ୍‌ ଆଉଟ୍‌ କରାଇଥିଲେ। ୫ମ ବଲ ଓ୍ବାଇଡ ପକାଇବା ପରେ ଏକ ସିଙ୍ଗଲ ରନ୍‌ ବ୍ୟୟ କରିଥିଲେ। ଓଭରର ୬ଷ୍ଠ ତଥା ଅନ୍ତିମ ବଳରେ ଜୟନ୍ତ ଯାଦବଙ୍କୁ ପ୍ୟାଭେଲିଅନ ବାଟ ଦେଖାଇଥିଲେ। ଫଳରେ ପରଫେକ୍ଟ ୫ ଉଇକେଟ ସଫଳତା ପାଇଥିଲେ। ତେବେ ସେ ପ୍ରଥମ ୩ ଓଭରରେ ୩୪ ରନ୍‌ ବ୍ୟୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଳିମିଶି କାମ କରିବାରୁ ସଫଳତା: ରାଜ୍ୟସ୍ତରରେ ଗଞ୍ଜାମ ପୁରସ୍କୃତ

ଗଞ୍ଜାମ,୩୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ମହା ସମାରୋହରେ ସୋମବାର ପାଳିତ ହୋଇଯାଇଛି l ମୁଖ୍ୟ ଅତିଥି ବ୍ରହ୍ମପୁର ଲୋକସଭା…

ICUରେ ଆନ୍ନା ହଜାରେ: ଗୁରୁତର ଭାଇରାଲ ସଂକ୍ରମଣ ପରେ…

ନୂଆଦିଲ୍ଲୀ,୩୧।୮: ସାମାଜିକ କର୍ମୀ ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ମୁମ୍ବାଇର ବମ୍ବେ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି। ଗୁରୁତର ଭାଇରାଲ ସଂକ୍ରମଣ ଏବଂ…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ…

ଚାଷୀଙ୍କ ରଣହୁଙ୍କାର: ୮ଦଫା ଦାବିରେ ତାତିଲେ ଚାଷୀ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ)-:ବରଗଡ଼ ଜିଲାରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅଧିକ ଏବଂ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ଦେଲେ ବଡ଼ ପ୍ରତିଶ୍ରୁତି: ଦିଗପହଣ୍ଡିକୁ ମ୍ୟୁନିସିପାଲଟିର ମାନ୍ୟତା ପାଇଁ…

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ପକ୍ଷରୁ ୫୩ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ସମାରୋହ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।…

ରାଷ୍ଟ୍ରପତିଙ୍କ ପାଖରେ ଛାଇ ଭଳି ରହୁଥିବା ମେଜର ରିଷଭ ହଠାତ୍‌ ନେଲେ ଅବସର, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୩୧।୮: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ବିଭିନ୍ନ ସରକାରୀ ଓ ଆଧିକାରିକ କାର୍ଯ୍ୟକ୍ରମରେ ନଜର ଆସି ଚର୍ଚ୍ଚାରେ ଥିବା ମେଜର ରିଷଭ ସିଂହ ସାମ୍ବ୍ୟାଲ ଏବେ…

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଦମ୍‌ଦାର ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ: କିଛି କହିବା ପୂର୍ବରୁ ୧୦୦୦ ଥର ଭାବିବେ କ୍ରିକେଟ ପଣ୍ଡିତ!

ନୂଆଦିଲ୍ଲୀ, ୩୧।୮: ଦୁଲୀପ ଟ୍ରଫି ଡେବ୍ୟୁ ମ୍ୟାଚରେ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୮ ରନ କରି ଆଉଟ ହେବା ପରେ ତାଙ୍କ ରେଡ ବଲ ଟେମ୍ପରାମେଣ୍ଟକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri