ଗୋଟିଏ ଗାଁରେ ୨୪ ଘଣ୍ଟା ମଧ୍ୟରେ ଡବଲ ମର୍ଡର

ମହାକାଳପଡ଼ା,୨୮।୧୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅଧୀନ ଜଅଁରା ଗ୍ରାମରେ ୨୪ ଘଣ୍ଟା ମଧ୍ୟରେ ଡବଲ ମର୍ଡର ହୋଇଥିବାବେଳେ ପୃଥକ୍‌ ପୃଥକ୍‌ ଥାନାରେ ଲିଖିତ ଅଭିଯୋଗ ହୋଇଛି।
ସୂଚନାଯୋଗ୍ୟ, ବୁଧବାର ପ୍ରଶାନ୍ତ ସାହୁ(୨୩)ଙ୍କ ମୃତଦେହ  ଝୁଲନ୍ତା ଅବସ୍ଥାରେ ମିଳିଥିବାବେଳେ ମୃତ ପ୍ରଶାନ୍ତଙ୍କ ବାଡ଼ି ପୋଖରୀରେ ଅଶୋକ ପରିଡ଼ା(୩୦)ଙ୍କ ମୃତଦେହ ଭାସୁଥିବା ଖବର ପ୍ରଚାର ପରେ ଅଶୋକଙ୍କ ପରିବାର ଲୋକେ ଏନେଇ ଥାନାରେ ଅଭିଯୋଗ କରିଛନ୍ତି। ମୃତ ଅଶୋକଙ୍କ ପିତା ଫକୀର ପରିଡ଼ା (୬୨) ଏହି ଅଭିଯୋଗ କରିଛନ୍ତି। ମୃତ ପ୍ରଶାନ୍ତଙ୍କ ପରିବାର ଲୋକେ ମିଶି ଅଶୋକଙ୍କୁ ହତ୍ୟାକରି ଫିଙ୍ଗି ଦେଇଥିବା ତାଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି। ଖବର ପାଇ କେନ୍ଦ୍ରାପଡ଼ା ଏସ୍‌ଡିପିଓ ରାଜୀବଲୋଚନ ପଣ୍ଡା, ଏସ୍‌ପି ନୀତିଶେଖର, ମହାକାଳପଡ଼ା ଆଇଆଇସି ମନୋରଞ୍ଜନ ଚୌଧୁରୀ ଏବଂ ସାଇଣ୍ଟିଫିକ୍‌ ଟିମ୍‌ ସହ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ତଦନ୍ତ ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ପ୍ରଶାସନିକ ଅବହେଳା, ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ

ପଟ୍ଟାମୁଣ୍ଡାଇ, ୨୬ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ ଅଞ୍ଚଳରେ କାର୍ଯ୍ୟରତ ସରକାରୀ କର୍ମଚାରୀ, ଜନପ୍ରତିନିଧିମାନେ ସାମ୍ବିଧାନିକ ବିଧି ବ୍ୟବସ୍ଥାର ନୀତିନିୟମ ଓ ଆଇନକୁ ଉଲ୍ଲଂଘନ...

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

ପ୍ରବାସୀ ଶ୍ରମିକଙ୍କ ଉପରେ ନେତାଙ୍କ ଆଖି

କେନ୍ଦ୍ରାପଡ଼ା,୨୬ା୪ (ଜଗନ୍ନାଥ ଧଳ): ଦାଦନ ସମସ୍ୟାରେ ପୀଡିତ କେନ୍ଦ୍ରାପଡ଼ା ଜିଲାର ଶ୍ରମିକଙ୍କ ଉପରେ ଚଳିତ ସାଧାରଣ ନିର୍ବାଚନର ପ୍ରର୍ଥୀଙ୍କ ଆଖିପଡିଛି। ଏଥିପାଇଁ ପରିବାର ଓ ଦଳୀୟ...

ଘରେ ପଶି ମା’- ଦେଢ଼ ବର୍ଷର ପୁଅଙ୍କୁ ବୀଭତ୍ସ ହତ୍ୟା

ସମ୍ବଲପୁର,୨୬ା୪: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଦଲକିବାହାଲ ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଘରେ ପଶି ମା’-ପୁଅଙ୍କୁ ହତ୍ୟା କରିଛନ୍ତି...

ପାଣି ଅଭାବରୁ ପନିପରିବା ଫସଲ ନଷ୍ଟ

ପଟ୍ଟାମୁଣ୍ଡାଇ,୨୫ା୪(କଳ୍ପତରୁ ନାୟକ)କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଅସହ୍ୟ ଗୁଳୁଗୁଳି ସାଙ୍ଗକୁ ପ୍ରଚଣ୍ଡ ରୌଦ୍ରତାପରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛନ୍ତି। ୧୫ ଦିନ ହେଲା କ୍ରମାଗତ ତାପମାତ୍ରା ବୃଦ୍ଧି...

ଆଖୁଚାଷରୁ ମୁହଁ ଫେରାଉଛନ୍ତି ଚାଷୀ

ମାର୍ଶାଘାଇ,୨୫ା୪ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ)କେନ୍ଦ୍ର, ରାଜ୍ୟ ସରକାର କୃଷି ଓ କୃଷକଙ୍କ ଉନ୍ନତି ପାଇଁ ବିଭିନ୍ନ ଯୋଜନା ପ୍ରଣୟନ କରୁଛନ୍ତି। ହେଲେ ତଳସ୍ତରରେ ତାହା ପ୍ରତିଫଳିତ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri