ଗୋଟିଏ ପଟେ ଉତ୍ସବ, ଅନ୍ୟପଟେ ଧାରଣା

ସଜନାଗଡ଼, ୧୫।୧(ଡି.ଏନ.ଏ.)-ନୀଳଗିରି ମହାବିଦ୍ୟାଳୟର ୪୩ତମ ବାର୍ଷିକ ଉତ୍ସବ ମଙ୍ଗଳବାର ମହାବିଦ୍ୟାଳୟ ପରିସର ଅଡ଼ିଟୋରିୟମ ହଲ୍‌ ଭିତରେ ପାଳିତ ହୋଇଛି। ଅନ୍ୟପକ୍ଷେ କଲେଜର କେତେକ ଛାତ୍ରୀଛାତ୍ର ବାର୍ଷିକ ଉତ୍ସବ ଖୋଲା ପେଣ୍ଡାଲରେ କରାଯିବାକୁ ନେଇ ଫାଟକ ଆଗରେ ଧାରଣାରେ ବସିଥିଲେ। ନୀଳଗିରି ଥାନା ସବ୍‌ଇନ୍ସପେକ୍ଟର ଗଣେଶ ତ୍ରିପାଠୀ ଓ ସବ୍‌ଇନ୍ସପେକ୍ଟର ବାସୁଦେବ ଜୟସିଂହ ପହଞ୍ଚ ଛାତ୍ରୀଛାତ୍ରଙ୍କୁ ବୁଝାଶୁଝା କରିବା ପରେ ଅପରାହ୍ନରେ ପିଲାମାନେ ଧାରଣାରୁ ଓହରିଥିଲେ।
ଉତ୍ସବରେ ମୁଖ୍ୟବକ୍ତା ଭାବେ କୋରାପୁଟସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ କାଉନ୍‌ସିଲ ଅଫ ଆନାଲିଟିକାଲ ଟ୍ରାଇଭାଲ ଷ୍ଟଡ଼ିର ପ୍ରଫେସର ଡ. ରବିନାରାୟଣ ପାତ୍ର ମଞ୍ଚାସୀନ ରହି ଅଧ୍ୟାପକ ଓ ଛାତ୍ରୀଛାତ୍ରୀଙ୍କ ମଧ୍ୟରେ ସମନ୍ବୟ ଠିକ୍‌ ରହିଲେ ଶିକ୍ଷାର ମାନ ଉଚ୍ଚ ହୋଇଥାଏ ବୋଲି କହିଥିଲେ। ସମ୍ମାନିତ ଅତିଥି ଭାବେ ନୀଳଗିରି କଲେଜର ପୂର୍ବତନ ଅଧ୍ୟକ୍ଷ ପ୍ରଫେସର ମନୋରଞ୍ଜନ ପଣ୍ଡା, ଅନ୍ୟତମ ସମ୍ମାନିତ ଅତିଥି ଭାବେ ନୀଳଗିରି ପୂର୍ବତନ ଅଧ୍ୟକ୍ଷ ଜୟନ୍ତ କୁମାର ଦାସ, ଅଧ୍ୟାପକ ମନୋରଞ୍ଜନ ଦାସ ମଞ୍ଚାସୀନ ରହି ଅନୁରୂପ ଭାବେ ବକ୍ତବ୍ୟ ରଖିଥିଲେ। ନୀଳଗିରି ମହାବିଦ୍ୟାଳୟ ଅଧ୍ୟକ୍ଷ ପ୍ରଫେସର ଉମାକାନ୍ତ ଶତପଥୀ ସଭାରେ ଅଧ୍ୟକ୍ଷତା କରି ଧନ୍ୟବାଦ ଅର୍ପଣ କରିଥିଲେ। ପିଲାଙ୍କ ଅଭିଯୋଗ ଅନୁଯାୟୀ ପିଲାଙ୍କ ପିଛା ୧୦ଟଙ୍କା ଲେଖାଏଁ ନେଇ ମୋଟ ୨୨ଶହ ପିଲାଙ୍କୁ ପାଖରୁ ଅର୍ଥ ଆଦାୟ ନେଇ ପ୍ରତିବର୍ଷ ପରି ଷ୍ଟେଜ୍‌ରେ ଏହି ବାର୍ଷିକ ଉତ୍ସବକୁ ପାଳନ କରା ନ ଯାଇ ଅଡ଼ିଟୋରିୟମ ରୁମ୍‌ରେ କରାଯାଉଛି। ଯେଉଁଠି ୫ଶହରୁ ଅଧିକ ପିଲା ବସିବା ସମ୍ଭବ ନୁହେଁ। ଏନେଇ ଧାରଣାରତ ଛାତ୍ରୀଛାତ୍ରମାନେ ୬ଦଫା ଦାବିନେଇ କଲେଜ ଅଧ୍ୟକ୍ଷଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

୮୦ ଲକ୍ଷ ବ୍ୟୟରେ ନିର୍ମିତ ପାନୀୟଜଳ ପ୍ରକଳ୍ପ ଅଚଳ, ଆନ୍ଦୋଳନ କରିବାକୁ ଚେତାବନୀ ଦେଲେ…

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri