Posted inଜାତୀୟ

ଗୋଟିଏ ପରିବାର ସମସ୍ତ ସଦସ୍ୟଙ୍କ ଆତ୍ମହତ୍ୟା: କାନ୍ଥରେ ଲେଖାଅଛି ସୁଇସାଇଡ୍‌ ନୋଟ୍‌

ଗାଜିଆବାଦ,୩।୧୨: ଉତ୍ତର ପ୍ରଦେଶର ଗାଜିଆବାଦରେ ମଙ୍ଗଳବାର ସକାଳୁ ଗୋଟିଏ ପରିବାରର ଜଣେ ପୁରୁଷ, ଜଣେ ମହିଳା ଓ ୨ ପିଲାଙ୍କ ମୃତ ଦେହ ମିଳିବା ପରେ ଏବେ ଏହା ଚର୍ଚ୍ଚାର ପରିସରକୁ ଆସିଯାଇଛି। ଏଥିରେ ଅନ୍ୟଜଣେ ମହିଳା ଗୁରୁତର ଆହତ ହୋଇଥିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ଗୁଲସନ ବାସୁଦେବା ନାମକ ଜଣେ ବ୍ୟକ୍ତି ୨ ସ୍ତ୍ରୀ ଓ ୨ ପିଲାଙ୍କ ସହ ଇନ୍ଦିରାପୁରମରେ କୃଷ୍ଣା ଅପରା ସଫାୟାର ସୋସାଇଟିର ୮ ମହଲା ଘରେ ରହୁଥିଲେ। ମଙ୍ଗଳବାର ସକାଳୁ ବାସୁଦେବଙ୍କ ସହ ତାଙ୍କର ୨ ସ୍ତ୍ରୀ ୮ ମହାଲା ତଳେ ପଡିଥିବା ଦେଖାଯାଇଥିଲା। ଏହାପରେ ତାଙ୍କର ପୁଅ(୧୫)ବର୍ଷ ଓ ଝିଅ(୧୧)ବର୍ଷ ଛାତ ଉପରେ ମରି ପଡିଥିବା ଦେଖାଯାଇଥିଲା। ତେବେ ପିଲା ଦୁଇଜଣଙ୍କୁ ମାରିବା ପରେ ୨ ସ୍ତ୍ରୀଙ୍କ ସହ ବାସୁଦେବ ଛାତରୁ ଡେଇଁ ପଡିଥିବା ଅନୁମାନ କରାଯାଇଛି। ଏମିତିକି ଏମାନେ ଆତ୍ମହତ୍ୟା ପୂର୍ବରୁ ଘରେ ଥିବା ଏକ ଠେକୁଆଙ୍କୁ ମଧ୍ୟ ମାରି ଦେଇଥିବା କୁହାଯାଉଛି। ପୋଲିସର ପ୍ରାଥମିକ ତଦନ୍ତରୁ ଆର୍ଥିକ ଅନଟନ ଆତ୍ମହତ୍ୟାର କାରଣ କୁହାଯାଉଥିବା ବେଳେ ଘଟଣା ଯାଞ୍ଚ ଆରମ୍ଭ କରାଯାଇଛି। ଅନ୍ୟପଟେ କାନ୍ଥରେ ଏମାନଙ୍କ ଆତ୍ମହତ୍ୟା ପାଇଁ ରାକେଶ ବର୍ମା ନାମକ ବ୍ୟକ୍ତି ଦାୟୀ ବୋଲି ଲେଖା ହୋଇଛି। ପୋଲିସ ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି। ସେପଟେ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ମହିଳାଙ୍କର ପରେ ମୃତ୍ୟୁ ହୋଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଯୁଦ୍ଧବିରତି ପରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏମାନେ ପ୍ରଥମେ ପାଇବେ…

ନୂଆଦିଲ୍ଲୀ,୮।୪: ଆମେରିକା-ଇରାନ ଯୁଦ୍ଧବିରତି ପରେ ତୁରନ୍ତ କେନ୍ଦ୍ର ସରକାର LPG ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଦେଶବ୍ୟାପୀ LPG ଅଭାବକୁ ଦୃଷ୍ଟିରେ ରଖି, ସରକାର ଗ୍ୟାସ…

ଏପଟେ ଇରାନ-ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା, ସେପଟେ ଭାରତକୁ ଖୁସିଖବର ଦେଲେ…

ନୂଆଦିଲ୍ଲୀ,୮।୪: ଆମେରିକାରେ ଏକ ସ୍ବତନ୍ତ୍ର ବୈଠକ ସମୟରେ ରାଷ୍ଟ୍ରଦୂତ ସର୍ଗିଓ ଗର୍‌ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ରାତ୍ରୀଭୋଜନ କରିଥିଲେ। ସେ ଏହି ବୈଠକକୁ ବହୁତ…

ଇରାନ-ଆମେରିକା ଯୁଦ୍ଧବିରତିରେ ପାକିସ୍ତାନ ନୁହେଁ, ଏହି ଦେଶ ଅସଲ ଖେଳାଳି! ଟ୍ରମ୍ପ କଲେ ବଡ଼ ଖୁଲାସା

ଓ୍ବାଶିଂଟନ୍‌,୮।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଯୁଦ୍ଧବିରତି ଘୋଷଣା କରିଛନ୍ତି। ଏଥିପାଇଁ ସେ ପାକିସ୍ତାନକୁ ଶ୍ରେୟ ଦେଇଛନ୍ତି । ହେଲେ ଏହି ସମୟରେ ଏକ…

ଆମେରିକା-ଇରାନ ଯୁଦ୍ଧବିରତି ଭିତରେ ଭାରତର ବଲ୍ଲେବଲ୍ଲେ, ମିଳିଲା ବଡ଼ ଅଫର୍‌

ନୂଆଦିଲ୍ଲୀ,୮।୪: ଗତ କିଛି ସପ୍ତାହ ଧରି, ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ଏବଂ ଭାରତୀୟ ବଜାରକୁ ନିଶ୍ୱାସ ନେବାରେ ବାଧ୍ୟ…

ପାକିସ୍ତାନର ପ୍ରଶଂସାରେ ଶତମୁଖ ମେହବୁବା ମୁଫତି: କହୁ କହୁ କହିଦେଲେ…

ଶ୍ରୀନଗର,୮।୪: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଉପରେ ଖୁସି ପ୍ରକାଶ କରିଛନ୍ତି। ସେ…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଯୁଦ୍ଧବିରତି ପରେ ଭାରତୀୟଙ୍କୁ ତୁରନ୍ତ ଇରାନ ଛାଡ଼ିବାକୁ ନିର୍ଦ୍ଦେଶ, ହେଲ୍‌ପଲାଇନ ନମ୍ବର ଜାରି କରି…

ତେହରାନ,୮ା୪: ଇରାନରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ ତେହରାନର ଭାରତୀୟ ଦୂତାବାସ ବୁଧବାର ଏକ ନୂଆ ସୁରକ୍ଷା ପରାମର୍ଶ ଜାରି କରିଛି। ଏଥିରେ ଇରାନରେ ରହୁଥିବା ଭାରତୀୟ ନାଗରିକମାନଙ୍କୁ…

କାଳବୈଶାଖୀ କ୍ଷତିପୂରଣ ସହ ଘର, ପଲିଥିନ ଦାବି: ମଝି ରାସ୍ତାରେ ଟାୟାର ଜାଳିଲେ ଲୋକେ

ପାଟଣା,୮।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବର୍ଷା କୁଆପଥର ମାଡରେ ବ୍ୟାପକ କ୍ଷୟକ୍ଷତି ହେବା ସହ ଶହ ଶହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri