ଗୋଟିଏ ଫିଲ୍ମରେ ଭିନ୍ନ ଭିନ୍ନ ଲୁକ୍‌ରେ ନଜର ଆସିଛନ୍ତି ଏସବୁ ଅଭିନେତା

ବଲିଉଡ୍‌ର କିଛି ଅଭିନେତାଙ୍କୁ ଗୋଟିଏ ଫିଲ୍ମରେ ଭିନ୍ନଭିନ୍ନ ଲୁକ୍‌ରେ ଦେଖିବାକୁ ମିଳିଛି। ବୁଧବାର ରିଲିଜ ହୋଇଥିବା ଫିଲ୍ମ ‘ଭାରତ’ରେ ସଲମାନଙ୍କୁ ୧୮ ବର୍ଷର ଲୁକ୍‌ଠାରୁ ଆରମ୍ଭ କରି ୭୦ ବର୍ଷ ବୃଦ୍ଧ ଭୂମିକାରେ ଦେଖିବାକୁ ମିଳିଛି। ସଲମାନ ଏକା ନୁହନ୍ତି, ତାଙ୍କ ପୂର୍ବରୁ ବଲିଉଡ୍‌ର ଅନେକ ଅଭିନେତା ଗୋଟିଏ ଫିଲ୍ମରେ ଭିନ୍ନ ଭିନ୍ନ ଲୁକ୍‌ରେ ନଜର ଆସିଛନ୍ତି। ଜାଣନ୍ତୁ ଏମାନଙ୍କ ସମ୍ପର୍କରେ…

ଅମିତାଭ ବଚ୍ଚନ : ୧୯୭୩ ମସିହାରେ ଏହି ଟ୍ରେଣ୍ଡ ପ୍ରଥମେ ଆରମ୍ଭ କରିଥିଲେ ଅମିତାଭ। ଫିଲ୍ମ ‘ବନ୍ଧେ ହାଥ୍‌’ ରେ ସେ ଭିନ୍ନ ଭିନ୍ନ ଲୁକ୍‌ରେ ନଜର ଆସିଥିଲେ। ଏହି ଫିଲ୍ମରେ ଅମିତାଭ ଶାନ୍ତ ସରଳ କବି ଭୂମିକାରେ ନଜର ଆସିଥିବାବେଳେ ଏକ ଚୋର ଭୂମିକାରେ ମଧ୍ୟ ତାଙ୍କୁ ଦେଖିବାକୁ ମିଳିଥିଲା।

ହ୍ରିତିକ୍‌ ରୋଶନ : ୨୦୦୬ରେ ମଲ୍‌ଟି ଷ୍ଟାର ଫିଲ୍ମ ‘ଧୂମ-୨’ରେ ହ୍ରିତିକ୍‌ଙ୍କୁ ଏକ ଚୋର ଭୂମିକାରେ ଦେଖିବାକୁ ମିଳିଥିଲା। ଚୋରି କରିବା ପାଇଁ ସେ ଭିନ୍ନ ଭିନ୍ନ ରୂପ ବଦଳାଉଥିଲେ। ଏହି ଅଭିନୟ ପାଇଁ ହି୍ରିତିକ୍‌ଙ୍କୁ ବେଶ୍‌ ତାରିଫ୍‌ କରାଯାଇଥିଲା। ଏହି ଲୁକ୍‌ଗୁଡ଼ିକ ମଧ୍ୟ ସେତେବେଳେ ଦର୍ଶକଙ୍କ ପସନ୍ଦ ଆସିଥିଲା।

ରଣବୀର କପୁର : ୨୦୧୮ରେ ରିଲିଜ ହୋଇଥିବା ଫିଲ୍ମ ‘ସଞ୍ଜୁ’ରେ ରଣବୀର ସଞ୍ଜୟ ଦତ୍ତଙ୍କ ଭୂମିକାରେ ଅଭିନୟ କରିଥିଲେ। ଯେଉଁଥିରେ ରଣବୀରଙ୍କୁ ସଞ୍ଜୟଙ୍କ ୫ଟି ଅବତାରରେ ଦେଖିବାକୁ ମିଳିଥିଲା। ସମସ୍ତ ଲୁକ୍‌ ପାଇଁ ରଣବୀରଙ୍କୁ ବହୁ ପ୍ରଶଂସା ମିଳିଥିଲା। ଏହି ଫିଲ୍ମ ପାଇଁ ତାଙ୍କୁ ବେଷ୍ଟ ଆକ୍ଟର ଆଓ୍ବାର୍ଡ ମଧ୍ୟ ମିିଳିଥିଲା।

ବିବେକ ଓବରାୟ : କିଛିଦିନ ତଳେ ରିଲିଜ ହୋଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାୟୋପିକ୍‌ ଫିଲ୍ମରେ ବିବେକଙ୍କୁ ଭିନ୍ନ ଭିନ୍ନ ଲୁକ୍‌ରେ ଦେଖିବାକୁ ମିଳିଛି। କିନ୍ତୁ ଫିଲ୍ମଟି ବକ୍ସ ଅଫିସରେ ସେତେ ଭଲ ପ୍ରଦର୍ଶନ କରିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ପରଜା ବଡପଡ଼ା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ…

କଟକରେ ଲଜ୍ଜା: କଥା ହେବା ବାହାନାରେ ନାବାଳିକାଙ୍କୁ ହୋଟେଲକୁ ଡାକି ନେଇ ଗଣବଳାତ୍କାର କଲେ ସହପାଠୀ

କଟକ, ୧୩।୮(ପ୍ରଭୁ କଲ୍ୟାଣ ପାଲ୍‌): କଟକରେ ଲଜ୍ଜା। ନାବାଳିକାଙ୍କୁ ହୋଟେଲକୁ ନେଇ ଗଣବଳାତ୍କାର ଅଭିଯୋଗ। ବାଦାମବାଡ଼ି ଥାନା ଅଂଚଳରେ ଘଟିଛି ଏହି ସଙ୍ଗୀନ ଘଟଣା। ଜଣେ ନାବାଳିକାଙ୍କୁ…

ରାଶନ ନେଉଥିବା ଲୋକଙ୍କ ପାଇଁ ଜରୁରୀ ଖବର: ଏଣିକି ଖାତାକୁ ଆସିବ ଟଙ୍କା, ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୩।୮: ଚଣ୍ଡୀଗଡ଼ ଏବଂ ଦାଦ୍ରା ଓ ନଗର ହାବେଳି ଏବେ ଏପରି ଦୁଇଟି କେନ୍ଦ୍ରଶାସିତ ପ୍ରଦେଶ ହୋଇଛି, ଯେଉଁଠାରେ ୧୪ ଅଗଷ୍ଟ ୨୦୨୬ରୁ ସରକାର ଡିଜିଟାଲ ରୁପି…

ନାଁରେ ଆସିଲା ସାଂଘାତିକ ଅଭିଯୋଗ, ଡାକ୍ତରଙ୍କୁ ଚାକିରିରୁ ବହିଷ୍କାର କଲେ ମୁଖ୍ୟମନ୍ତ୍ରୀ

ପାରଳାଖେମୁଣ୍ଡି,୧୩।୮(ଗିରିଧାରୀ ପରିଛା): ଦୁର୍ନୀତି ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରି ଗଜପତି ଜିଲାର ଗୁରାଣ୍ଡି ସିଏଚ୍‌ସିର ପୂର୍ବତନ ଭାରପ୍ରାପ୍ତ ମେଡିକାଲ ଅଧିକାରୀ ଡାକ୍ତର ପତିତପାବନ ବାରିକଙ୍କୁ ସରକାରୀ…

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…

ସ୍ତ୍ରୀଙ୍କ ମୋବାଇଲରେ ଏମିତି ଚାଟ୍‌ ଦେଖି ସ୍ବାମୀଙ୍କ ପାଦ ତଳୁ ଖସିଗଲା ମାଟି, ସିଧା ପହଞ୍ଚିଲେ ଥାନାରେ…

ନୂଆଦିଲ୍ଲୀ,୧୩।୮: ତେଲଙ୍ଗାନାର ମହବୁବାବାଦ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଜଣେ ବ୍ୟକ୍ତି ତାଙ୍କ ପତ୍ନୀ ଓ ତାଙ୍କର କଥିତ ପ୍ରେମିକଙ୍କ ବିରୋଧରେ…

ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍‌ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…

ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ…

ଗ୍ରହଙ୍କ ଖାସ୍‌ ଖେଳରେ ୫ ରାଶିଙ୍କ ଚମକିବ ଭାଗ୍ୟ, ଖୋଲିଯିବ ଟଙ୍କା ଆସିବାର ରାସ୍ତା; ବଢିବ…

୧୩ ଅଗଷ୍ଟ, ୨୦୨୬ ରେ ଶ୍ରାବଣ ମାସର ଶୁକ୍ଳ ପକ୍ଷର ପ୍ରତିପଦା ତିଥି ଏବଂ ଦିନ ଗୁରୁବାର ଅଟେ। ଏହା ଚାତୁର୍ମାସର ୨୦ ତମ ଦିନ ଅଟେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri