Posted inଜାତୀୟ

ଦେଢ ବର୍ଷ ମଧ୍ୟରେ ଭାଜପାର ୭ ବରିଷ୍ଠ ନେତାଙ୍କ ପରଲୋକ

ନୂଆଦିଲ୍ଲୀ,୨୪।୮: ୨୦୧୮ ଅଗଷ୍ଟ ୧୪ରୁ ୨୦୧୯ ଅଗଷ୍ଟ ୨୪ ମଧ୍ୟରେ ଏଭଳି ଦୁଃଖଦ ଘଟଣା ଘଟିଛି। ସେମାନଙ୍କ ମଧ୍ୟରେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ, ଗୋଆର ପୂର୍ବତନ ମୁଖ୍ୟମନ୍ତ୍ରୀ ମନୋହର ପାରିକର, ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜ ଏବଂ ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀ ରହିଛନ୍ତି। ଶନିବାର ୧୨ଟା ୭ରେ ଏମ୍ସ୍‌ରେ ଜେଟଲୀଙ୍କ ପରଲୋକ ଘଟିଛି। ଏହାପୂର୍ବରୁ ୨୦୧୮ ଅଗଷ୍ଟ ୧୪ରେ ଛତିଶଗଡ଼ ପୂର୍ବତନ ରାଜ୍ୟପାଳ ବଳରାମ୍‌ଜୀ ଦାସ ଟଣ୍ଡନଙ୍କର ୯୦ ବର୍ଷ ବୟସରେ ପରଲୋକ ଘଟିଥିଲା। ଏହାର ଦୁଇ ଦିନ ପରେ ୨୦୧୮ ଅଗଷ୍ଟ ୧୬ରେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ୯୪ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ୨୦୧୮ ଅକ୍ଟୋବର ୨୭ରେ ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ମଦନ ଲାଲ୍‌ ଖୁରାନାଙ୍କ ପରଲୋକ ୮୨ ବର୍ଷ ବୟସରେ ହୋଇଥିଲା। ୨୦୧୮ ନଭେମ୍ବର ୧୨ରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅନନ୍ଥ କୁମାରଙ୍କ ୫୯ ବର୍ଷ ବୟସରେ ପରଲୋକ ଘଟିଥିଲା। ୨୦୧୯ ମାର୍ଚ୍ଚ ୧୭ରେ ଗୋଆର ପୂର୍ବତନ ମୁଖ୍ୟମନ୍ତ୍ରୀ ମନୋହର ପାରିକର ୬୪ ବର୍ଷରେ ଦେହତ୍ୟାଗ କରିଥିଲେ। ସେହିପରି ୨୦୧୯ ଅଗଷ୍ଟ ୬ରେ ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜ ୬୭ ବର୍ଷରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri