Posted inଖେଳ

ଗୋଟିଏ ମ୍ୟାଚ୍‌ରେ ହେଲା ସାମସନଙ୍କ ଭାଗ୍ୟ ନିର୍ଦ୍ଧାରଣ

ମୁମ୍ବାଇଳ ୧୩।୧ (ପି.ଟି.)- ନ୍ୟୁଜିଲାଣ୍ଡ ବିପକ୍ଷ ଆଗାମୀ ଟି୨୦ ସିରିଜ ଲାଗି ରବିବାର ଭାରତୀୟ ଦଳ ଘୋଷଣା କରାଯାଇଛି। ଉପ-ଅଧିନାୟକ ରୋହିତ୍‌ ଶର୍ମାଙ୍କ ସମେତ ଦ୍ରୁତ ବୋଲର ମହମ୍ମଦ ସାମି ଘୋଷିତ ୧୬ ଜଣିଆ ଦଳକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ତେବେ କେରଳ ଉଇକେଟ୍‌କିପର ସଞ୍ଜୁ ସାମସନଙ୍କୁ ଦଳରୁ ବାଦ୍‌ ଦିଆଯାଇଛି।
ଶ୍ରୀଲଙ୍କା ବିପକ୍ଷ ଟି୨୦ ସିରିଜ ଲାଗି ଉଭୟ ରୋହିତ୍‌ ଓ ସାମିଙ୍କୁ ବିଶ୍ରାମ ଦିଆଯାଇଥିଲା। ଚଳିତ ମାସ ଶେଷଭାଗରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ନ୍ୟୁଜିଲାଣ୍ଡ ସିରିଜ ଲାଗି କିନ୍ତୁ ୫ ଜଣିଆ ଚୟନ କମିଟି ଉଭୟଙ୍କୁ ଦଳରେ ସାମିଲ କରିଛନ୍ତି। ତେବେ ଶ୍ରୀଲଙ୍କା ସିରିଜରେ ସ୍ଥାନ ପାଇଥିବା ସାମସନଙ୍କୁ ନିରାଶ ହେବାକୁ ପଡ଼ିଛି। ଅନ୍ତିମ ତଥା ୩ୟ ଟି୨୦ ମ୍ୟାଚ୍‌ରେ ମାତ୍ର ୬ ରନ କରିଥିବା ସାମସନ ନ୍ୟୁଜିଲାଣ୍ଡ ଟୁର୍‌ରୁ ବାଦ୍‌ ପଡ଼ିଛନ୍ତି। ଏହାବାଦ୍‌ ଦଳରେ ସେହିଭଳି କୌଣସି ବଡ଼ ପରିବର୍ତ୍ତନ କରାଯାଇନାହିଁ। ନ୍ୟୁଜିଲାଣ୍ଡ ଗସ୍ତରେ ଯାଇ ଭାରତ ୫ ମ୍ୟାଚ୍‌ବିଶିଷ୍ଟ ଟି୨୦ ସିରିଜ ଖେଳିବ। ଜାନୁୟାରୀ ୨୪ରେ ଅକ୍‌ଲାଣ୍ଡରେ ପ୍ରଥମ ମ୍ୟାଚ୍‌ ଖେଳାଯିବ। ଏହାପରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଭାରତ ଦିନିକିଆ ଓ ଟେଷ୍ଟ ମ୍ୟାଚ୍‌ ଖେଳିବାର କାର୍ଯ୍ୟସୂଚୀ ରହିଛି। କିନ୍ତୁ ଏଥିଲାଗି ଦଳ ଘୋଷଣା ପରେ କରାଯିବ ବୋଲି ଜଣାପଡ଼ିଛି।
ଭାରତୀୟ ଟି୨୦ ଦଳ: ବିରାଟ କୋହଲି (ଅଧିନାୟକ), ରୋହିତ୍‌ ଶର୍ମା (ଉପ-ଅଧିନାୟକ), ଲୋକେଶ ରାହୁଲ, ଶିଖର ଧାଓ୍ବନ, ଶ୍ରେୟାସ ଆୟାର, ରିଷଭ ପନ୍ତ (ଉଇକେଟ୍‌କିପର), କୁଲଦୀପ ଯାଦବ, ୟୁଜବେନ୍ଦ୍ର ଚହଲ, ମନୀଷ ପାଣ୍ଡେ, ଶିଭମ ଦୁବେ, ଯଶପ୍ରୀତ୍‌ ବୁମ୍‌ରା, ଶାର୍ଦ୍ଦୁଳ ଠାକୁର, ନବଦୀପ ସଇନି, ୍‌ଓ୍ବାଶିଂଟନ ସୁନ୍ଦର, ରବୀନ୍ଦ୍ର ଜାଡେଜା ଓ ମହମ୍ମଦ ସାମି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ଟିମ ଇଣ୍ଡିଆରେ ଫାଟ! ପରସ୍ପର ସହିତ କଥା ହେଉନାହାଁନ୍ତି ଗୌତମ ଗମ୍ଭୀର-ବିରାଟ କୋହଲି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୧୪।୭: ଭାରତୀୟ କ୍ରିକେଟ ଦଳ ଆଜି ଇଂଲଣ୍ଡ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ଆରମ୍ଭ କରିବାକୁ ଯାଉଛି। ତଥାପି, ଏହି ମ୍ୟାଚ ପୂର୍ବରୁ ଟିମ…

ରୋହିତ ଶର୍ମାଙ୍କ ଆଖିରେ ଲୁହ: ଜାଣନ୍ତୁ ପୂରା ଘଟଣା…

ନୂଆଦିଲ୍ଲୀ,୧୪।୭: ଆଜିଠାରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଦିନିକିଆ ସିରିଜ ଆରମ୍ଭ ହେବ। ଟି-୨୦ ସିରିଜ୍‌ ହାରିବା ପରେ ଦିନିକିଆ ସିରିଜ୍‌ ହାତେଇବାକୁ ପଡ଼ିଆକୁ ଓହ୍ଲାଇବ ଭାରତ।…

୩୮ ବର୍ଷୀୟ ରେଫରିଙ୍କ ମୃତ୍ୟୁକୁ ନେଇ ଉଠିଛି ପ୍ରଶ୍ନ, ୨୦୨୬ ଫିଫା ବିଶ୍ୱକପରୁ ବାଦ ପଡିଥିଲେ

ମାୟାମି,୧୪।୭: ଫୁଟବଲ ଜଗତରୁ ଏକ ଦୁଃଖଦ ଖବର ଆସିଛି: ଡଚ ରେଫରି ରବ ଡାଏପେରିଙ୍କ ମୃତ ଅବସ୍ଥାରେ ଉଦ୍ଧାର ହୋଇଛନ୍ତି। ତାଙ୍କୁ ପୂର୍ବରୁ 2026 FIFA ବିଶ୍ୱକପ…

ବୈଭବ ସୂର୍ଯ୍ୟବଂଶୀଙ୍କ ଟ୍ରେନର ସାଜିବେ ଯୁବରାଜ ସିଂହ? ନିଜେ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୧୪।୭: ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ତର୍ଜାତୀୟ କ୍ୟାରିୟରର ଆରମ୍ଭ ଭଲ ନଥିଲା; ସେ ସଦ୍ୟ ସମାପ୍ତ ଇଂଲଣ୍ଡ ବିପକ୍ଷରେ T20 ସିରିଜରେ ଡେବ୍ୟୁ କରିଥିଲେ କିନ୍ତୁ ପରେ ତାଙ୍କୁ…

ଫ୍ରାନ୍ସ ଦଳ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ: ସ୍ପେନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ କଡ଼ା ସମାଲୋଚନା

ମାଡ୍ରିଡ୍‌,୧୩ା୭: ନିକଟରେ ଫ୍ରାନ୍ସ ବିଶ୍ୱକପ୍‌ ଦଳରେ କୌଣସି ଫ୍ରେଞ୍ଚ ଖେଳାଳି ନାହାନ୍ତି ବୋଲି ମନ୍ତବ୍ୟ ଦେଇଥିବା ସ୍ପେନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା କନ୍‌ଜରଭେଟିଭ ପପୁଲାର ପାର୍ଟିର ମାରିଆନୋ…

ଲର୍ଡସରେ ଇତିହାସ ରଚିଲା ଟିମ୍‌ଇଣ୍ଡିଆ: ୧୪୨ ବର୍ଷ ପରେ…

ଲର୍ଡସ,୧୩।୭: ଲର୍ଡସରେ ଭାରତ ଇଂଲଣ୍ଡକୁ ୨୭୦ ରନରେ ପରାସ୍ତ କରି ଐତିହାସିକ ବିଜୟ ହାସଲ କରିଛି। ୧୪୨ ବର୍ଷର ଇତିହାସରେ ଲର୍ଡସରେ ଖେଳାଯାଇଥିବା ଏହା ପ୍ରଥମ ମହିଳା…

ଟିମ ଇଣ୍ଡିଆକୁ ଫେରିବେ ସୂର୍ଯ୍ୟକୁମାର! ସାମ୍ନାରେ ବଡ଼ ସର୍ତ୍ତ ରଖିଲା BCCI

ନୂଆଦିଲ୍ଲୀ, ୧୩।୭: ୨୦୨୬ ଟି-୨୦ ୱାଲର୍‌ଡ କପ ଟ୍ରଫି ଜିତିବା ସତ୍ତ୍ୱେ ଭାରତୀୟ ଟି-୨୦ ଦଳରୁ ବାଦ୍‌ ପଡ଼ିଥିବା ଷ୍ଟାର୍‌ ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri