ଗୋଟିଏ ରାତିରେ ୨ ଘରୁ ଚୋରି; ଦୁର୍ବୃତ୍ତ ଲୁଟି ନେଲେ ସୁନା, ଟଙ୍କା

ପାତ୍ରପଡା, ୧୧।୭ (ଡି.ଏନ.ଏ.)  ତମାଣ୍ଡୋ ଥାନା ବିଜିପୁର ଅଞ୍ଚଳରେ ମଙ୍ଗଳବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ୨ ଘର ଗ୍ରୀଲ ତାଡି ସୁନା ଅଳଙ୍କାର ସହ ୩୫ ହଜାର ଟଙ୍କା ଓ ମୂଲ୍ୟବାନ ସାମଗ୍ରୀ ଚୋରି କରି ନେଇଛନ୍ତି। ଏ ନେଇ ବୁଧବାର ଥାନାରେ ଅଭିଯୋଗ ହୋଇଛି। ପୋଲିସ ସୂଚନା ମୁତାବକ, ବିଜିପୁର ପ୍ଲଟ ନଂ. ୭୩୫, ୮୯୫, ୧୦୨୯ରେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ଧନଞ୍ଜୟ ମହାନ୍ତି ପରିବାର ସହ ରୁହନ୍ତି। ବିଳମ୍ବିତ ରାତିରେ ଘର ପଛପଟ ଗ୍ରୀଲ ତାଡି ଦୁର୍ବୃତ୍ତମାନେ ଆଲମିରା ଭାଙ୍ଗି ୧୫ ହଜାର ଟଙ୍କା ସହ ମୂଲ୍ୟବାନ ସାମଗ୍ରୀ ଲୁଟି ନେଇଥିଲେ। ସେହିପରି ପ୍ଲଟ ନଂ. ୭୩୫, ୮୫୬, ୧୩୧୪ରେ ରହୁଥିବା ଅବସରପ୍ରାପ୍ତ ସେନା କର୍ମଚାରୀ ଧୀରେନ୍ଦ୍ର କୁମାର ସାହୁଙ୍କ ଘର ଗ୍ରୀଲ ତାଡି ୨୦ ହଜାର ଟଙ୍କା, ଗୋଟିଏ ସୁନା ଚେନ, ୨ ଗୋଟି ମୁଦି, ଛୋଟ ଚେନ, ଆଲମିରା ଭାଙ୍ଗି ନେଇ ଯାଇଛନ୍ତି। ଚୋରି ସମ୍ପର୍କରେ ସକାଳୁ ପରିବାର ଲୋକେ ଜାଣିବା ପରେ ପୋଲିସକୁ ଖବର ଦେଇଥିଲେ। ପୋଲିସ ପହଞ୍ଚତ୍ ଘଟଣାସ୍ଥଳରେ ଅନୁସନ୍ଧାନ କରି ଫେରି ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

ପୁଣି ଲଘୁଚାପ ସମ୍ଭାବନା: ୨୪ ଘଣ୍ଟାରେ ସ୍ପଷ୍ଟ ହେବ ଚିତ୍ର

ଭୁବନେଶ୍ୱର, ୨୨।୮: ଉତ୍ତର ବଙ୍ଗୋପସାଗର ଉପରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ…

ମହଙ୍ଗା ପଡ଼ିବ ସରକାରୀ ଜମି ଜବରଦଖଲ: ପୁଣି କବ୍‌ଜା କଲା ବିଡିଏ

ଭୁବନେଶ୍ୱର,୨୨ା୮(ରବିନାରାୟଣ ଜେନା):ଶଙ୍କରପୁର ମୌଜାରେ ସରକାରୀ ଜମି ଜବରଦଖଲ କରିବା ଏବଂ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ର ପାଚେରି ଭାଙ୍ଗିବା ଜଣେ ଜବରଦଖଲକାରୀଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହେବ। ଏନେଇ…

୧୦ ଜିଲାରେ ହେବ ବମ୍ପର ନିଯୁକ୍ତି: ୨,୭୮୦ କୋଟିର ନିବେଶ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର,୨୨ା୮(ରବିନାରାୟଣ ଜେନା):ଓଡ଼ିଶାକୁ ବିକାଶର ଶୀର୍ଷରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଶିଳ୍ପ ଓ ପୁଞ୍ଜି ନିବେଶ ଉପରେ ଗୁରୁତ୍ୱ ଦିଆଯାଉଥିବାବେଳେ ଶୁକ୍ରବାର ୨,୭୮୦ କୋଟି ଟଙ୍କାର…

ପୁଣି ଏକ ଲଘୁଚାପ ସମ୍ଭାବନା: ୨୧ ଜିଲାକୁ ଝଡ଼ବର୍ଷା ସତର୍କତା

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ) – ୪ଦିନ ହେବ ରାଜ୍ୟରେ ବର୍ଷା ନ ଥିବାବେଳେ ଖରା ଓ ଗୁଳୁଗୁଳି ଜାରି ରହିଛି। ଏପରିସ୍ଥିତିରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ…

ମହିଳା ଉଦ୍ୟୋଗୀଙ୍କ ପାଇଁ ‘ଉଦ୍ୟମୀ ଶକ୍ତି’ ଜାତୀୟ ସେମିନାର

ଭୁବନେଶ୍ୱର, ୨୧।୮: ମହିଳା ଉଦ୍ୟୋଗୀଙ୍କୁ ବଜାର ସହ ଯୋଡ଼ିବା, ଡିଜିଟାଲ ପ୍ଲାଟଫର୍ମରେ ସୁଯୋଗ ସୃଷ୍ଟି କରିବା ଏବଂ ସରକାରୀ ଯୋଜନାର ଲାଭ ପହଞ୍ଚାଇବା ଲକ୍ଷ୍ୟରେ ‘ଉଦ୍ୟମୀ ଶକ୍ତି’…

ବରିଷ୍ଠ IPS ସ୍ତରରେ ଅଦଳବଦଳ: ଜାଣନ୍ତୁ କାହାକୁ କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୧।୮: ରାଜ୍ୟ ସରକାର ବରିଷ୍ଠ IPS ସ୍ତରରେ ଅଦଳବଦଳ କରିଛନ୍ତି। ପୋଲିସ ପ୍ରଶାସନକୁ ଅଧିକ ସୁଦୃଢ଼ ଓ ସକ୍ରିୟ କରିବା ଲକ୍ଷ୍ୟରେ ବରିଷ୍ଠ IPS ଅଧିକାରୀମାନଙ୍କୁ ବିଭିନ୍ନ…

୨୭ ନା ୨୮ କେବେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ କ’ଣ କହିଲେ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର,୨୧ା୮: ଚଳିତ ବର୍ଷ ରକ୍ଷାବନ୍ଧନ ପର୍ବକୁ ନେଇଥିବା ଦ୍ୱନ୍ଦ୍ୱ ଦୂର ହୋଇଛି। ୨୭ରେ ରକ୍ଷାବନ୍ଧନ ପର୍ବ ପାଳନ କରାଯିବାକୁ ଥିବାବେଳେ ରାଖୀପୂର୍ଣ୍ଣିମା ୨୮ରେ। ତେଣୁ ଏହି ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri