Posted inଜାତୀୟ

ଗୋଟିଏ ଲଟେରୀ ଟିକେଟ ଚମକାଇଲା ୬ଜଣଙ୍କ ଭାଗ୍ୟ

ଥିରୁଭାନନ୍ତପୁରମ୍‌,୨୦।୯: ଏକ ବମ୍ପର ଲଟେରୀ ୬ଜଣଙ୍କ ଭାଗ୍ୟ ବଦଳାଇଛି। ପୁରସ୍କାରରେ ଜିତିଛନ୍ତି ଏମାନେ ୧୨ କୋଟି ଟଙ୍କା। ଏହି ଘଟଣା ଦେଖିବାକୁ ମିଳିଛି କେରଳର କୋରୁଙ୍ଗାପାଲୀରେ। ଗୁରୁବାର ଓନାମ୍‌ ବମ୍ପର ଲଟେରୀର ଘୋଷଣା କରାଯାଇଥିଲା। ଲଟେରୀର ପ୍ରଥମ ପୁରସ୍କାର ରାଶିରେ କୋଲ୍ଲମର ୬ ସୁନା ଦୋକାନୀ ୧୨ କୋଟି ଟଙ୍କା ଜିଣିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଚଳିତ ବର୍ଷ ଜୁଲାଇ ୨୧ରେ ଏହି ଲଟେରୀର ବିକ୍ରି ହୋଇଥିଲା। ୪୬ଲକ୍ଷ ଲଟେରୀରୁ ମଧ୍ୟରୁ ୪୩ଲକ୍ଷ ବିକ୍ରି କରାଯାଇଥିବା ବେଳେ ୬ଜଣ ସୁନା ଦୋକନୀ ମିଶି ଗୋଟିଏ ଟିକେଟକୁ ୩ଶହ ଟଙ୍କାରେ କିଣିଥିଲେ। ତେବେ ଜିତିଥିବା ପୁରସ୍କାର ରାଶିକୁ ସେମାନେ ୩୦ଦିନ ଭିତରେ କ୍ଲେମ କରିପାରିବେ ବୋଲି ଲଟେରୀ ବିଭାଗ କହିଛି। ଅନ୍ୟପଟେ ବିଜେତାଙ୍କୁ ସମ୍ପୁର୍ଣ୍ଣ ୧୨ କୋଟି ଟଙ୍କା ମିଳିପାରିବ ନାହିଁ। କାରଣ ଟ୍ୟାକ୍ସ କଟିବା ପରେ ସେମାନଙ୍କୁ ମାତ୍ର ୭.୫ କୋଟି ଟଙ୍କା ମିଳିବ। ସୂଚନାମୁତାବକ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରତିବର୍ଷ ୪ଟି ପର୍ବରେ ଏଭଳି ଲଟେରୀର ବ୍ୟବସ୍ଥା କରାଯାଇଥାଏ। ଓନାମ୍‌, ବିଶୁ, ଦଶହରା ଓ ଖ୍ରୀଷ୍ଟମାସ୍‌ରେ ଏଭଳି ଲକି ଡ୍ର କରାଯାଇ ବିଜେତାଙ୍କୁ ପୁରସ୍କୁତ କରାଯାଏ ବୋଲି ଲଟେରୀ ବିକ୍ରେତା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri