ଗୋଟିଏ ସମୟରେ ଦୁଇ ହାତରେ ଲେଖିପାରୁଥିଲେ ସୁଶାନ୍ତ

ନୂଆଦିଲ୍ଲୀ- ବଲିଉଡ୍‌ର ଚର୍ଚ୍ଚିତ ଅଭିନେତା ସୁଶାନ୍ତ ସିଂ ରାଜପୁତ ଗତ ୧୪ ତାରିଖରେ ମୁମ୍ବାଇର ବାନ୍ଦ୍ରସ୍ଥିତ ନିଜ ବାସଭବନରେ ପଙ୍ଖାରେ ଝୁଲି ଆତ୍ମହତ୍ୟା କରିଥିଲେ। ବିହାରର ଏହି ଯୁବ ଅଭିନେତାଙ୍କ ମୃତ୍ୟୁ ପରେ ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ବଲିଉଡ୍‌ର ଅନେକ ସେଲିବ୍ରିଟି ତାଙ୍କର ବିଭିନ୍ନ ଫଟୋ ଓ ଭିଡିଓ ସୋସିଆଲ ମିଡିଆରେ ଶେୟାର କରି ସୁଶାନ୍ତଙ୍କୁ ମନେ ପକାଉଛନ୍ତି। ବର୍ତ୍ତମାନ ସୁଶାନ୍ତଙ୍କ ଏମିତି ଏକ ଭିଡିଓ ଭାଇରାଲ ହେଉଛି ଯେଉଁଥିରେ ସେ ଗୋଟିଏ ସମୟରେ ଉଭୟ ହାତରେ ଲେଖୁଥିବା ଦେଖିବାକୁ ମିଳୁଛି। ଏହି ଭିଡିଓରେ ସୁଶାନ୍ତ ‘ଛିଛୋରେ’ ଫିଲ୍ମର କୋ-ଷ୍ଟାର ତାହିର ରାଜ ଭସିନଙ୍କ ନାମକୁ ଗୋଟିଏ କାଗଜରେ ଲେଖୁଛନ୍ତି। ଦୁଇ ହାତରେ ସୁଶାନ୍ତ ୨ଟି କଲମ ଧରି ଗୋଟିଏ ସମୟରେ ତାହିରଙ୍କ ନାମକୁ ଲେଖୁଥିବାର ଦେଖିବାକୁ ମିଳିଛି। ଲେଖିସାରିଲା ପରେ ସୁଶାନ୍ତ ବେଶ୍‌ ଖୁସି ଜାହିର କରିଥିଲେ। ଏହି ଭିଡିଓକୁ ବହୁ ପ୍ରଶଂସକ ରିଟୁଇଟ୍‌ କରିବା ସହ ଲାଇକ୍‌ କରିଥିଲେ। ଏଠାରେ ଉଲ୍ଲେଖଯୋଗ୍ୟ, ସୁଶାନ୍ତ ଅଭିନୟ ସହ ପଢ଼ାରେ ମଧ୍ୟ ସଫଳତା ହାସଲ କରିପାରିଥିଲେ। ସର୍ବଭାରତୀୟ ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା (ଏଆଇଇଇଇ)ରେ ସର୍ବଭାରତୀୟସ୍ତରରେ ସେ ୭ ନମ୍ବର ର଼୍ୟାଙ୍କ ଲାଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

ଦୀପିକାଙ୍କୁ ନେଇ ବଢୁଛି ଚର୍ଚ୍ଚା: ‘ସ୍ପିରିଟ୍‌’ରୁ ବିଦା ହେବାକୁ ବଢିଲା ବିବାଦ

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ପ୍ରଭାସଙ୍କ ଫିଲ୍ମ ‘ସ୍ପିରିଟ୍‌’ରୁ ବିଦା ହେବାକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଫିଲ୍ମର ନିର୍ମାତା ଅଭିନେତ୍ରୀଙ୍କ ବିଷୟରେ ଅନେକ ଅଭିଯୋଗ ଆଣିଛନ୍ତି। ସନ୍ଦୀପ…

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri