ଗୋଟିଏ ସ୍ଥାନରେ ରାଜ୍ୟର ଉତ୍କୃଷ୍ଟ ହସ୍ତକଳା

ଭୁବନେଶ୍ୱର,୩ା୩(ବ୍ୟୁରୋ): ରାଜ୍ୟ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ପକ୍ଷରୁ ଏକ ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀ ସୋମବାର ୟୁନିଟ୍‌-୩ସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ଉଦ୍‌ଘାଟିତ ହୋଇଛି। ହସ୍ତ ଓ କୁଟୀରଶିଳ୍ପ ନିର୍ଦ୍ଦେଶାଳୟ ସହଯୋଗରେ ଆୟୋଜିତ ଏହି ବିକ୍ରୟମେଳା ଓ ପ୍ରଦର୍ଶନୀକୁ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ସେ ମେଳା ପରିସର ଓ ବିଭିନ୍ନ ଷ୍ଟଲ୍‌ ବୁଲି ହସ୍ତଶିଳ୍ପ ସାମଗ୍ରୀ ଦେଖିବା ସହ କାରିଗରଙ୍କ ସହ କଥା ହୋଇଥିଲେ। ରାଜ୍ୟର କାରିଗର ତଥା ଶିଳ୍ପୀଙ୍କ ଦ୍ୱାରା ଉତ୍ପାଦିତ ସାମଗ୍ରୀଗୁଡ଼ିକର ବିକ୍ରିବଟା ନିମନ୍ତେ ଆୟୋଜିତ ଏହି ପ୍ରଦର୍ଶନୀ ମାର୍ଚ୍ଚ ୮ ତାରିଖ ପର୍ଯ୍ୟନ୍ତ ଚାଲିବ। ମେଳାରେ ମୋଟ ୧୧୦ ଷ୍ଟଲ୍‌ରେ ୧୩୬ ଜଣ କାରିଗର ନିଜ ସାମଗ୍ରୀର ପସରା ମେଲିଥିବାବେଳେ ରାଜ୍ୟର ଉତ୍କୃଷ୍ଟ ହସ୍ତଶିଳ୍ପ ଏଠାରେ ଦେଖିବାକୁ ମିଳୁଛି। କେନ୍ଦୁଝର, ଯାଜପୁର, ବାଲେଶ୍ୱର, ସୁବର୍ଣ୍ଣପୁର, ବରଗଡ଼, ଖୋର୍ଦ୍ଧା, ନୟାଗଡ଼, ଢେଙ୍କାନାଳ, ମୟୂରଭଞ୍ଜ, ଜଗତ୍‌ସିଂହପୁର, କଟକ, ନବରଙ୍ଗପୁର, ସମ୍ବଲପୁର, ବଲାଙ୍ଗୀର, କେନ୍ଦ୍ରାପଡ଼ା, ପୁରୀ, ସୁନ୍ଦରଗଡ଼, ଝାରସୁଗୁଡ଼ା, ଗଞ୍ଜାମ, ମାଲକାନଗିରି, କନ୍ଧମାଳ ଓ ବୌଦ୍ଧ ଜିଲାର ଶିଳ୍ପୀ ତଥା କାରିଗରମାନେ ଏଥିରେ ଅଂଶଗ୍ରହଣ କରିଛନ୍ତି।
ପିପିଲି ଚାନ୍ଦୁଆରୁ ଆରମ୍ଭକରି ଆକର୍ଷଣୀୟ ଟେରାକୋଟା ସାମଗ୍ରୀ ଏବଂ କାଠ କାରୁକାର୍ଯ୍ୟ ମେଳାର ପ୍ରମୁଖ ଆକର୍ଷଣ ସାଜିଛି। ପଥର ଖୋଦେଇ, କାଠ ଖୋଦେଇ, ଧାନ ତିଆରି ହସ୍ତଶିଳ୍ପ ଓ ଜନଜାତି ଅଳଙ୍କାର ମଧ୍ୟ ପ୍ରଦର୍ଶିତ ହେଉଛି। ଏଥିସହ ମେଳା ବୁଲିବାକୁ ଯାଉଥିବା ଲୋକେ ଏହି ହସ୍ତଶିଳ୍ପ ପ୍ରସ୍ତୁତିର ଲାଇଭ୍‌ ଡେମୋନ୍‌ଷ୍ଟ୍ରେଶନ ଦେଖିବାର ସୁଯୋଗ ପାଇପାରୁଛନ୍ତି। ସେହିଭଳି ମେଳା ପରିସରରେ ପ୍ରତ୍ୟେକ ସନ୍ଧ୍ୟାରେ ଓଡ଼ିଶାର ସୁନାମଧନ୍ୟ କଳାକାରଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣର ବ୍ୟବସ୍ଥା କରାଯାଇଛି। ଏତଦ୍‌ବ୍ୟତୀତ ସ୍ବତନ୍ତ୍ର ଫୁଡ୍‌କୋର୍ଟରେ ସୁସ୍ବାଦୁ ଖାଦ୍ୟପେୟ ଏବଂ ପିଲାମାନେ ଖେଳିବା ପାଇଁ ପ୍ଲେଜୋନ୍‌ର ବ୍ୟବସ୍ଥା କରାଯାଇଛି। ଏହି ପ୍ରଦର୍ଶନୀ ଏବଂ ବିକ୍ରୟ ମେଳା ମାଧ୍ୟମରେ ୫୦ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହସ୍ତଶିଳ୍ପ ସାମଗ୍ରୀ ବିକ୍ରି ହେବାର ଆକଳନ କରାଯାଇଥିବା ବିଭାଗ ପକ୍ଷରୁ କୁହାଯାଇଛି। ଉଦ୍‌ଘାଟନୀ ଉତ୍ସବରେ ଅନ୍ୟମାନଙ୍କ ମଧ୍ୟରେ ହସ୍ତଶିଳ୍ପ ଓ କୁଟୀର ଶିଳ୍ପ ନିର୍ଦ୍ଦେଶାଳୟ ନିର୍ଦ୍ଦେଶକ ବସନ୍ତ କୁମାର ଦାଶ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ସ୍ବତନ୍ତ୍ର ସଚିବ ଶ୍ରୀକାନ୍ତ କୁମାର ପୃଷ୍ଟି, ଯୁଗ୍ମ ସଚିବ ଅଞ୍ଜନା ପଣ୍ଡା, ହସ୍ତଶିଳ୍ପ ଓ କୁଟୀରଶିଳ୍ପ ନିର୍ଦ୍ଦେଶାଳୟର ସ୍ବତନ୍ତ୍ର ଅଧିକାରୀ ସନାତନ ନାୟକଙ୍କ ସମେତ ବହୁ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା। ଶୁକ୍ରବାର ଭୁବନେଶ୍ବର ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ

ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ...

ସୁରେଶ ପୂଜାରୀଙ୍କ ଘର ପରିସରରେ ଡ୍ରୋନ୍‌ ଖସିବା ଘଟଣା: ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୨୬।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିପଡିଥିବା ଡ୍ରୋନ୍‌କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାହା ବନ ବିଭାଗର ବୋଲି ଜଣାପଡିଛି। ଏନେଇ...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri