ଗୋଟିଏ ସ୍ଥାନରେ ରାଜ୍ୟର ଉତ୍କୃଷ୍ଟ ହସ୍ତକଳା

ଭୁବନେଶ୍ୱର,୩ା୩(ବ୍ୟୁରୋ): ରାଜ୍ୟ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ପକ୍ଷରୁ ଏକ ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀ ସୋମବାର ୟୁନିଟ୍‌-୩ସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ଉଦ୍‌ଘାଟିତ ହୋଇଛି। ହସ୍ତ ଓ କୁଟୀରଶିଳ୍ପ ନିର୍ଦ୍ଦେଶାଳୟ ସହଯୋଗରେ ଆୟୋଜିତ ଏହି ବିକ୍ରୟମେଳା ଓ ପ୍ରଦର୍ଶନୀକୁ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ସେ ମେଳା ପରିସର ଓ ବିଭିନ୍ନ ଷ୍ଟଲ୍‌ ବୁଲି ହସ୍ତଶିଳ୍ପ ସାମଗ୍ରୀ ଦେଖିବା ସହ କାରିଗରଙ୍କ ସହ କଥା ହୋଇଥିଲେ। ରାଜ୍ୟର କାରିଗର ତଥା ଶିଳ୍ପୀଙ୍କ ଦ୍ୱାରା ଉତ୍ପାଦିତ ସାମଗ୍ରୀଗୁଡ଼ିକର ବିକ୍ରିବଟା ନିମନ୍ତେ ଆୟୋଜିତ ଏହି ପ୍ରଦର୍ଶନୀ ମାର୍ଚ୍ଚ ୮ ତାରିଖ ପର୍ଯ୍ୟନ୍ତ ଚାଲିବ। ମେଳାରେ ମୋଟ ୧୧୦ ଷ୍ଟଲ୍‌ରେ ୧୩୬ ଜଣ କାରିଗର ନିଜ ସାମଗ୍ରୀର ପସରା ମେଲିଥିବାବେଳେ ରାଜ୍ୟର ଉତ୍କୃଷ୍ଟ ହସ୍ତଶିଳ୍ପ ଏଠାରେ ଦେଖିବାକୁ ମିଳୁଛି। କେନ୍ଦୁଝର, ଯାଜପୁର, ବାଲେଶ୍ୱର, ସୁବର୍ଣ୍ଣପୁର, ବରଗଡ଼, ଖୋର୍ଦ୍ଧା, ନୟାଗଡ଼, ଢେଙ୍କାନାଳ, ମୟୂରଭଞ୍ଜ, ଜଗତ୍‌ସିଂହପୁର, କଟକ, ନବରଙ୍ଗପୁର, ସମ୍ବଲପୁର, ବଲାଙ୍ଗୀର, କେନ୍ଦ୍ରାପଡ଼ା, ପୁରୀ, ସୁନ୍ଦରଗଡ଼, ଝାରସୁଗୁଡ଼ା, ଗଞ୍ଜାମ, ମାଲକାନଗିରି, କନ୍ଧମାଳ ଓ ବୌଦ୍ଧ ଜିଲାର ଶିଳ୍ପୀ ତଥା କାରିଗରମାନେ ଏଥିରେ ଅଂଶଗ୍ରହଣ କରିଛନ୍ତି।
ପିପିଲି ଚାନ୍ଦୁଆରୁ ଆରମ୍ଭକରି ଆକର୍ଷଣୀୟ ଟେରାକୋଟା ସାମଗ୍ରୀ ଏବଂ କାଠ କାରୁକାର୍ଯ୍ୟ ମେଳାର ପ୍ରମୁଖ ଆକର୍ଷଣ ସାଜିଛି। ପଥର ଖୋଦେଇ, କାଠ ଖୋଦେଇ, ଧାନ ତିଆରି ହସ୍ତଶିଳ୍ପ ଓ ଜନଜାତି ଅଳଙ୍କାର ମଧ୍ୟ ପ୍ରଦର୍ଶିତ ହେଉଛି। ଏଥିସହ ମେଳା ବୁଲିବାକୁ ଯାଉଥିବା ଲୋକେ ଏହି ହସ୍ତଶିଳ୍ପ ପ୍ରସ୍ତୁତିର ଲାଇଭ୍‌ ଡେମୋନ୍‌ଷ୍ଟ୍ରେଶନ ଦେଖିବାର ସୁଯୋଗ ପାଇପାରୁଛନ୍ତି। ସେହିଭଳି ମେଳା ପରିସରରେ ପ୍ରତ୍ୟେକ ସନ୍ଧ୍ୟାରେ ଓଡ଼ିଶାର ସୁନାମଧନ୍ୟ କଳାକାରଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣର ବ୍ୟବସ୍ଥା କରାଯାଇଛି। ଏତଦ୍‌ବ୍ୟତୀତ ସ୍ବତନ୍ତ୍ର ଫୁଡ୍‌କୋର୍ଟରେ ସୁସ୍ବାଦୁ ଖାଦ୍ୟପେୟ ଏବଂ ପିଲାମାନେ ଖେଳିବା ପାଇଁ ପ୍ଲେଜୋନ୍‌ର ବ୍ୟବସ୍ଥା କରାଯାଇଛି। ଏହି ପ୍ରଦର୍ଶନୀ ଏବଂ ବିକ୍ରୟ ମେଳା ମାଧ୍ୟମରେ ୫୦ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହସ୍ତଶିଳ୍ପ ସାମଗ୍ରୀ ବିକ୍ରି ହେବାର ଆକଳନ କରାଯାଇଥିବା ବିଭାଗ ପକ୍ଷରୁ କୁହାଯାଇଛି। ଉଦ୍‌ଘାଟନୀ ଉତ୍ସବରେ ଅନ୍ୟମାନଙ୍କ ମଧ୍ୟରେ ହସ୍ତଶିଳ୍ପ ଓ କୁଟୀର ଶିଳ୍ପ ନିର୍ଦ୍ଦେଶାଳୟ ନିର୍ଦ୍ଦେଶକ ବସନ୍ତ କୁମାର ଦାଶ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ସ୍ବତନ୍ତ୍ର ସଚିବ ଶ୍ରୀକାନ୍ତ କୁମାର ପୃଷ୍ଟି, ଯୁଗ୍ମ ସଚିବ ଅଞ୍ଜନା ପଣ୍ଡା, ହସ୍ତଶିଳ୍ପ ଓ କୁଟୀରଶିଳ୍ପ ନିର୍ଦ୍ଦେଶାଳୟର ସ୍ବତନ୍ତ୍ର ଅଧିକାରୀ ସନାତନ ନାୟକଙ୍କ ସମେତ ବହୁ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri