ଗୋଟିଏ ୨୦୦୦ ଟଙ୍କିଆ ନୋଟ୍‌ର ଛାପା ଖର୍ଚ୍ଚ ୬୫ ପଇସା କମିଛି

ନୂଆଦିଲ୍ଲୀ,୧୦-୭: ଗତ ଆର୍ଥିକ ବର୍ଷ ୨୦୧୮-୧୯ରେ ଗୋଟିଏ ୨୦୦୦ ଟଙ୍କିଆ ନୋଟ୍‌ର ଛାପା ଖର୍ଚ୍ଚ ୧୮.୪% ଅର୍ଥାତ୍‌ ୬୫ ପଇସା କମିଛି ବୋଲି ସରକାରୀ ତଥ୍ୟରୁ ଜଣାପଡିଛି। ରାଜ୍ୟ ସଭାରେ ପ୍ରଦାନ କରାଯାଇଥିବା ତଥ୍ୟ ଅନୁଯାୟୀ, ୨୦୧୬ ନଭେମ୍ବରରେ ଦେଶରେ ପ୍ରଚଳନ ହୋଇଥିବା ୨୦୦୦ ଟଙ୍କିଆ ନୋଟ୍‌କୁ ଆର୍‌ବିଆଇର ଏକ ସହଯୋଗୀ ଭାରତୀୟ ରିଜର୍ଭ ବ୍ୟାଙ୍କ ନୋଟ୍‌ ମୁଦ୍ରଣ ପ୍ରାଇଭେଟ ଲିମିଟେଡ ଦ୍ୱାରା ଛାପାଯାଉଛି। ୨୦୧୭-୧୮ରେ ଗୋଟିଏ ନୋଟ୍‌ର ଛାପା ଖର୍ଚ୍ଚ ୪.୧୮ ଟଙ୍କା ଥିଲା ବେଳେ ୨୦୧୮-୧୯ରେ ଏହା ୩.୫୩ ଟଙ୍କାକୁ ହ୍ରାସ ପାଇଛି। କେନ୍ଦ୍ର ଅର୍ଥ ରାଷ୍ଟ୍ରମନ୍ତ୍ରୀ ଅନୁରାଗ ଠାକୁର ଲିଖିତ ଜବାବରେ କହିଛନ୍ତି ଯେ, ଗୋଟିଏ ୫୦୦ ଟଙ୍କିଆ ନୋଟ୍‌ର ଛାପା ଖର୍ଚ୍ଚ ୨୦୧୭-୧୮ରେ ୨.୩୯ ଟଙ୍କା ଥିଲା ବେଳେ ଗତବଷର୍ର୍ ଏହା ୨.୧୩ ଟଙ୍କାକୁ, ୨୦୦ ଟଙ୍କିଆ ନୋଟ୍‌ ପାଇଁ ୨.୧୫ ଟଙ୍କା ଖର୍ଚ୍ଚ ହେଉଛି। ୨୦୧୭-୧୮(ଜୁଲାଇରୁ ଜୁନ୍‌)ରେ ନୋଟ୍‌ ଛାପା ବାବଦରେ ୭୯୬୫ କୋଟି ଟଙ୍କା ଖର୍ଚ୍ଚ ହୋଇଥିଲା ବେଳେ ୨୦୧୬-୧୭ରେ ଏହା ୪୯୧୨ କୋଟି ଟଙ୍କା ଥିଲା ବୋଲି ଠାକୁର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

PNB ଘୋଟାଲାରେ ବଡ଼ ସଫଳତା! ନୀରବ ମୋଦିଙ୍କ ସହଯୋଗୀ ସନ୍ଦୀପ ମିସ୍ତ୍ରୀଙ୍କୁ UAEରୁ ଅଣାଗଲା ଭାରତ, ଗିରଫ କଲା CBI

ମୁମ୍ବାଇ,୨୯।୯: ନୀରବ ମୋଦିଙ୍କ ସହ ଜଡ଼ିତ ବହୁଚର୍ଚ୍ଚିତ PNB (ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ) ଘୋଟାଲାରେ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା (CBI)କୁ ମିଳିଛି ବଡ଼ ସଫଳତା। ଏହି ମାମଲାରେ…

ମୁଖ୍ୟମନ୍ତ୍ରୀ ବିଜୟ ‘ମାମା’ଙ୍କ ସୁନା ମୁଦି କିପରି ନବଜାତ ଶିଶୁଙ୍କ ପାଇଁ କେମିତି ହୋଇପାରେ କ୍ଷତିକାରକ: ଅଭିଭାବକମାନେ ମାନନ୍ତୁ…

ଚେନ୍ନାଇ,୨୯।୯: ତାମିଲନାଡୁର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ସୋମବାର ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବା ଆରମ୍ଭ କରିଛନ୍ତି। ସେପ୍ଟେମ୍ବର ୨୮ରେ, ସେ ରାଜ୍ୟର ନବଜାତ…

ଏସବୁ ରାଜ୍ୟରେ ବଢିଲା DA! ଅକ୍ଟୋବରରେ ବଢିକି ଆସିବ ଦରମା! ପେନସନଭୋଗୀଙ୍କୁ ବି ଦଶହରା ଭେଟି ଦେଲେ ସରକାର

ନୂଆଦିଲ୍ଲୀ,୨୯।୯: ଯଦି ଆପଣ ଜଣେ ସରକାରୀ କର୍ମଚାରୀ କିମ୍ୱା ଘରେ କୌଣସି ବୟସ୍କ ପେନସନଭୋଗୀ ଅଛନ୍ତି, ତେବେ ଏହି ଖବର ଆପଣଙ୍କ ମୁହଁରେ ଏକ ବଡ଼ ହସ…

SBI ଗ୍ରାହକ ସାବଧାନ! ଅକ୍ଟୋବର ୧ରୁ ବଦଳିବ ATM ରୁ ଟଙ୍କା ଉଠାଇବା ନିୟମ, ଦେବାକୁ ପଡିବ ଏକ୍ସର୍ଟା ଚାର୍ଜ…

ନୂଆଦିଲ୍‌ଲୀ,୨୯।୯: ଯଦି ଆପଣ ଦେଶର ସବୁଠାରୁ ବଡ଼ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ବା ଏସବିଆଇର ଗ୍ରାହକ, ତେବେ ଏହି ଖବର ଆପଣଙ୍କ ପାଇଁ…

ପାକିସ୍ତାନ ସହ ଏହି ଦିନ ସେମି-ଫାଇନାଲ ଖେଳିବ ଭାରତ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ନୋଟ କରି ନିଅନ୍ତୁ

ନୂଆଦିଲ୍ଲୀ,୨୯।୯: ୨୦୨୬ ଏସୀୟ କ୍ରୀଡ଼ାର କ୍ରିକେଟ ପ୍ରତିଯୋଗିତା ବର୍ତ୍ତମାନ ସୁଦ୍ଧା କେବଳ ମାନ୍ୟତା (ରାଙ୍କିଙ୍ଗ) ଆଧାରରେ ଆଗକୁ ବଢ଼ିଛି। ଭାରତ, ପାକିସ୍ତାନ, ଶ୍ରୀଲଙ୍କା ଏବଂ ବାଂଲାଦେଶ ଏପର୍ଯ୍ୟନ୍ତ…

‘ଜ୍ଞାନେଶ କୁମାର କିପରି ଇସ୍ତଫା ଦେବେ ନାହିଁ?’ CWC ବୈଠକରେ କିଏ କହିଲେ ଏମିତି, ଜାଣନ୍ତୁ…

ନୂଆଦିଲ୍ଲୀ,୨୯।୯: ମଙ୍ଗଳବାର ନୂଆଦିଲ୍ଲୀରେ କଂଗ୍ରେସ କାର୍ଯ୍ୟକାରୀ କମିଟି (CWC)ର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଭୋଟର ତାଲିକାର ‘ସ୍ବତନ୍ତ୍ର ଘନିଷ୍ଠ ସଂଶୋଧନ’ (SIR), ନିର୍ବାଚନ…

ନିଜ କଥା ରଖିପାରିଲେନି ଶୋଏବ ଅଖତର! ପାକିସ୍ତାନ କ୍ରିକେଟରେ ନୂଆ ଭୂମିକାରେ ଆସିପାରନ୍ତି ନଜର

ଇସଲାମାବାଦ,୨୯।୯: ଶୋଏବ ଅଖତର ଅନେକ ବର୍ଷ ପରେ ପାକିସ୍ତାନ କ୍ରିକେଟକୁ ଫେରିପାରନ୍ତି। ଗତ ସପ୍ତାହରେ, ଏହି ପୂର୍ବତନ ଦ୍ରୁତ ବୋଲର ପାକିସ୍ତାନ କ୍ରିକେଟ ବୋର୍ଡ (PCB)ର ଅଧ୍ୟକ୍ଷ…

ଐଶ୍ୱର୍ଯ୍ୟାଙ୍କ ରୟାଲ ଲୁକ୍‌ ଦେଖି ଅଟକିଗଲା ସମସ୍ତଙ୍କ ନଜର

ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ପୁଣିଥରେ ନିଜ ଗ୍ଲାମରସ ଲୁକ୍‌କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଆଇଫେଲ ଟାୱାର୍‌ର ଚମତ୍କାର ପୃଷ୍ଠଭୂମିରେ ଆୟୋଜିତ ‘ଲୋରିଆଲ ପ୍ୟାରିସ ଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?